ପୁଅ ବାହାଘର ଶୋଭାଯାତ୍ରାରେ ବାପାର ଅକାଳ ମୃତ୍ୟୁ

ବାଲୁଗାଁ,୨୧ା୧(ଡ଼ି.ଏନ.ଏ.): ପୁଅ ବାହାଘର ଶୋଭାଯାତ୍ରା ବେଳେ ବାପାର ଅକାଳ ମୃତ୍ୟୁ ଭଳି ଏକ ଦୁଃଖଦ ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇଦେଇଛି । ମୃତକ ହେଲେ ସ୍ଥାନୀୟ ସରଳାପଦର ଗ୍ରାମର ବିଜୟ ସାହୁ (୫୫)।
ବିଜୟ ସାହୁଙ୍କ ପୁଅ ଅନିଲଙ୍କ ବାହାଘର ପୁରୀ ଜିଲା କାକଟପୁର ନୟାହାଟରେ ରବିବାର ସ୍ଥିର ହୋଇଥିଲା। ଅପରାହ୍ନରେ ବାଣ, ବାଜା, ରୋଶଣୀ ସହ ଗ୍ରାମରେ ଶୋଭାଯାତ୍ରା ପରିକ୍ରମା କରି ବରଯାତ୍ରୀ କାକଟପୁର ଅଭିମୁଖେ ବାହାରିଥିଲେ। ସେଠାରେ କନ୍ୟାଘର ବିବାହ ମଣ୍ଡପ ଅଭିମୁଖେ ବରଯାତ୍ରୀ ଶୋଭାଯାତ୍ରାରେ ଯାଉଥିବା ବେଳେ ସମସ୍ତେ ନାଚଗୀତରେ ମସ୍‌ଗୁଲ ଥିଲେ। ଏହି ସମୟରେ ହଠାତ୍‌ ଅନିଲଙ୍କ ପିତା ବିଜୟ ଅସୁସ୍ଥତା ଅନୁଭବ କରି ଚେତାଶୂନ୍ୟ ହୋଇ ତଳେ ପଡ଼ିଯାଇଥିଲେ। ତାଙ୍କର ଏପରି ଅବସ୍ଥା ଦେଖି ସଙ୍ଗେ ସଙ୍ଗେ ଚିକିତ୍ସା ପାଇଁ ତାଙ୍କୁ ନିକଟସ୍ଥ ଚାରିଛକ ଡାକ୍ତରଖାନାକୁ ନିଆଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେଠାରୁ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। କିନ୍ତୁ ବିଳମ୍ବିତ ରାତ୍ରୀରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ବିଜୟଙ୍କର ଏପରି ଅକାଳ ମୃତ୍ୟୁ ଯୋଗୁ ବାହାଘର କାର୍ଯ୍ୟ ସମ୍ପୂର୍ଣ୍ଣ ଫିକା ପଡ଼ିଯାଇଥିଲା । ବିଜୟ ହୃଦ୍‌ ରୋଗରେ ଆକ୍ରାନ୍ତ ଥାଇ ଚିକିତ୍ସିତ ହେଉଥିଲେ। ଡ଼ିଜେ ବ୍ୟାଣ୍ଡପାର୍ଟିର ପ୍ରଚଣ୍ଡ ଶବ୍ଦକୁ ସହ୍ୟକରି ନ ପାରି ତାଙ୍କର ଦେହାନ୍ତ ଘଟିଥିବା କୁହାଯାଉଛି । ଏହି ଘଟଣା ନେଇ ପରିବାର, ବନ୍ଧୁ ପରିଜନ ଓ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା। ବିଜୟ ସାହୁ ବାଲୁଗଁ। ଅଞ୍ଚଳର ଜଣେ ପ୍ରତିଷ୍ଠିତ ହୋଟେଲ ବ୍ୟବସାୟୀ ଭାବେ ଖ୍ୟାତି ଲାଭ କରିଥିଲେ। ତାଙ୍କ ଦେହାନ୍ତରେ ସୋମବାର ବାଲୁଗଁ। ଅଞ୍ଚଳର ବହୁ ଛୋଟବଡ଼ ହୋଟେଲ ପ୍ରତିଷ୍ଠାନ ବନ୍ଦ ରଖିଥିଲେ। ପୁରୀ ସ୍ବର୍ଗଦ୍ୱାରରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri