ହାତୀ ଆକ୍ରମଣରେ ଚାଷୀ ମୃତ

ଦିଗପହଣ୍ଡି,୨୧।୧(ଡି.ଏନ.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡିରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ ଦିଗପହଣ୍ଡି ସାନାଦାଣ୍ଡ ସାହିର ଆଲୁ.ଲାଚ୍ଛେୟା। ସୂଚନାଯୋଗ୍ୟ, ମଙ୍ଗଳବାର ଦିଗପହଣ୍ଡି-ନିମପଲ୍ଲୀ କେନାଲ ରାସ୍ତାକଡ଼ରେ ଥିବା ସୁରେଶ ପଶୁପାଳକଙ୍କ ଧାନ ଖଳାରେ ଅମଳ ଧାନକୁ ଜଗିବା ପାଇଁ ଚାଷୀ ଲାଛେୟା ଏବଂ ନୂଆ ସାହିର କେ. ଅରକ୍ଷିତ ପାତ୍ର ଯାଇଥିଲେ। ସେ ଦୁହେଁ ଧାନ ଖଳାରେ ଶୋଇଥିଲେ। ଶବ୍ଦ ଶୁଣି ଉଭୟେ ନିଦରୁ ଉଠିଥିଲେ। ଖଳା ଭିତରକୁ ଷଣ୍ଢ ଆସି ଅମଳ ଧାନ ଖାଉଥିବା ଆଶଙ୍କା କରି ଟର୍ଚ୍ଚ ଲାଇଟ ଓ କଣ୍ଟି ବାଡି ଧରି ଘଉଡ଼ାଇବାକୁ ଯାଇ ହାତୀ ହାବୁଡ଼ରେ ପଡ଼ିଥିଲେ। ଲାଛେୟାଙ୍କୁ ହାତୀ ଶୁଣ୍ଢରେ ଟେକି ଛେଚି ଦେବାରୁ ଘଟଣାସ୍ଥଳରେ ସେ ଅଚେତ ହୋଇ ପଡ଼ିଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବରପାଇ ଦିଗପହଣ୍ଡି ତହସିଲଦାର ଅଦୈତ କୁମାର ସ୍ବାଇଁ, ବନବିଭାଗ ରେଞ୍ଜର ପ୍ରମୋଦ କୁମାର ଖଡଗରାୟ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ସବିଶେଷ ରିପୋର୍ଟ ସଂଗ୍ରହ କରି ଫେରିଛନ୍ତି। ଦିଗପହଣ୍ଡି ଥାନା ଅଧିକାରୀ ବସନ୍ତ କୁମାର ସେଠୀ ସଦଳବଳେ ପହଞ୍ଚି ମୃତଦେହ ଜବତ କରିବାସହ ୟୁ.ଡି କେଶ ନଂ ୨/୨୦ ଅନୁଯାୟୀ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛନ୍ତି। ଗତ ୪ ଦିନ ହେଲା ଚାଂଗୁଡି ଦେଇ ସଂରକ୍ଷିତ ଜଙ୍ଗଲରୁ ହାତୀ ଖାଦ୍ୟ ଅନେୱଷଣରେ ଆଖପାଖ ଜନବସତିକୁ ମାଡି ଆସୁଛନ୍ତି। ଶନିବାର ନନ୍ଦ ଗାଁରେ ହାତୀ ବହୁ ସଂଖ୍ୟକ ଚାଷୀଙ୍କ ଖଳାରେ ପଶି ଅମଳ ଧାନ ଖାଇଦେବା ସହ ଧାନ ନଷ୍ଟ କରିଥିବା ଅଭିଯୋଗ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

ଟି-୨୦ ବିଶ୍ୱକପ ପାଇଁ ଚୟନ ହୋଇଥିବା ଭାରତୀୟ ଦଳ ଉପରେ ପ୍ରଶ୍ନ ଉଠାଇଲେ ୱାସିମ ଜାଫର, କହିଲେ ଇଶାନ-ୱାଶିଂଟନଙ୍କ ବଦଳରେ…

ନୂଆଦିଲ୍ଲୀ,୨୨।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ସୂର୍ଯ୍ୟକୁମାର ଯାଦବଙ୍କ ଅଧିନାୟକତ୍ୱରେ ଇଶାନ କିଷାନ ଦଳକୁ ଫେରିଛନ୍ତି। ଉପ-ଅଧିନାୟକ ଶୁବମନ ଗିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri