ଗଞ୍ଜାମ ଉପେନ୍ଦ୍ର ଭଞ୍ଜ, କବିସୂର୍ଯ୍ୟଙ୍କ ପୁଣ୍ୟମାଟି: ବାଚସ୍ପତି

ଦିଗପହଣ୍ଡି,୨୨ା୧(ଡି.ଏନ.ଏ.)-ଦିଗପହଣ୍ଡିସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲ ଖେଳପଡିଆରେ ମଙ୍ଗଳବାର ସନ୍ଧ୍ୟାରେ ଖେମୁଣ୍ଡି ମହୋତ୍ସବ-୨୦୨୦ ଉଦ୍‌ଘାଟିତ ହୋଇଯାଇଛି। ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ। ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଦକ୍ଷିଣାଞ୍ଚଳ ପୋଲିସ ଡିଆଇଜି ସତ୍ୟବ୍ରତ ଭୋଇ ପ୍ରମୁଖ ସମ୍ମାନିତ ଅତିଥି ଭାବେ ମଞ୍ଚାସୀନ ଥିଲେ।
ମୁଖ୍ୟ ଅତିଥି ଉଦ୍‌ବୋଧନରେ କହିଥିଲେ ଯେ, ଏହି ଉତ୍ସବ ଦିଗପହଣ୍ଡିଠାରେ ପ୍ରଥମ କରି ଅନୁଷ୍ଠିତ ହୋଇଯାଇଛି। ଗଞ୍ଜାମ ମାଟି କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଓ କବିସୂର୍ଯ୍ୟ ବଳଦେବଙ୍କ ପୁଣ୍ୟ ମାଟି। ଖେମୁଣ୍ଡି ଅଞ୍ଚଳର କଳା ସଂସ୍କୃତି, ଐତିହ୍ୟର ପ୍ରଚାର ପ୍ରସାର ଉଦ୍ଦେଶ୍ୟରେ ଏହି ଉତ୍ସବ ଆୟୋଜନ କରିଥିବା ସମସ୍ତ ଉଦ୍ୟୋକ୍ତାଙ୍କୁ ସେ ପ୍ରଶଂସା କରିଥିଲେ। ମହୋତ୍ସବ କମିଟି ଆବାହକ ତଥା ବିଡ଼ିଓ ହଳଧର ଶବରଙ୍କ ସଂଯୋଜନାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ଅଭ୍ୟର୍ଥନା ସମିତି ଉପସଭାପତି ତଥା ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ସମ୍ପାଦକ ତଥା ବ୍ଲକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ସହ ସମ୍ପାଦକ ତଥା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆ, ବ୍ଲକ ସହକାରୀ ଯନ୍ତ୍ରୀ ଇଂ. ଗଙ୍ଗାଧର ଲେଙ୍କା, ପୂର୍ବତନ ଏନ୍‌ଏସି ଅଧ୍ୟକ୍ଷ ଭି. ରବିନାରାୟଣ ରାଜୁ, ପ୍ରଫୁଲ୍ଲ ପଣ୍ଡା, ଉପାଧ୍ୟକ୍ଷ ପ୍ରଦୀପ୍ତ ପଟ୍ଟନାୟକ, ଏମ୍‌. ନିରଞ୍ଜନ ରେଡ୍ଡୀ, ସରପଞ୍ଚ ବି. କ୍ରିଷ୍ଣା ରାଓ ସୁବୁଦ୍ଧି, ଉମା ମାହେଶ୍ୱରୀ ସେଠୀ, ଖେମୁଣ୍ଡି ଓକିଲ ସଂଘ ସମ୍ପାଦକ ହରପ୍ରସାଦ ରଥଙ୍କ ସମେତ ବିଭିନ୍ନ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ମହୋତ୍ସବ ଆରମ୍ଭ ପୂର୍ବରୁ ନୂଆ ବସ୍‌ଷ୍ଟାଣ୍ଡ ସମ୍ମୁଖରୁ ଗ୍ରାମାଞ୍ଚଳରୁ ଆସିଥିବା ବିଭିନ୍ନ ସାଂସ୍କୃତିକ ଦଳ, ଏନ୍‌ସିସି, ସ୍କାଉଟ ଛାତ୍ରୀଛାତ୍ର ସହର ପରିକ୍ରମା କରି ମହୋତ୍ସବ ସ୍ଥଳରେ ପହଞ୍ଚତ୍ଥିଲେ। ମହୋତ୍ସବର ଖୋଲା ମଞ୍ଚରେ ଭୁବନେଶ୍ୱରର ରୁଦ୍ରାକ୍ଷ ଓଡ଼ିଶୀ ଅନୁଷ୍ଠାନ ଓ ଦିଗପହଣ୍ଡିର ଜଗନ୍ନାଥ କଳା ନିକେତନର କଳାକାର ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ସେହିପରି ଯାଜପୁରର ଚଇତି ଘୋଡ଼ା ନାଚ ସମେତ ବିଶିଷ୍ଟ କଣ୍ଠଶିଳ୍ପୀ ଗୌତମ ଗିରି, ସତ୍ୟଜିତ ପ୍ରଧାନ, ଯାଜ୍ଞସେନୀ ନାୟକ ଓ ଭାଗ୍ୟଶ୍ରୀ ମହାନ୍ତିଙ୍କ ସଙ୍ଗୀତରେ ଦର୍ଶକ ଝୁମିଥିଲେ। ବିଳମ୍ବିତ ରାତି ପର୍ଯ୍ୟନ୍ତ ଦର୍ଶକଙ୍କ ଭିଡ଼ ଲାଗି ରହିଥିଲା। ବିଭିନ୍ନ ଷ୍ଟଲରେ ଜିଲାର ବିଭିନ୍ନ ଏସ୍‌ଏଚ୍‌ଜି ପକ୍ଷରୁ ପ୍ରଦର୍ଶନୀ ଓ ବିଭିନ୍ନ ସାମଗ୍ରୀ ବିକ୍ରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୋଷାଣୀ ବ୍ଲକ ପାରଳାଖେମୁଣ୍ଡି ଆଦର୍ଶ ଥାନା ଅନ୍ତର୍ଗତ କତଳକଇଠା ଗ୍ରାମ ନିକଟରେ ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ବୁଧବାର ଜଣେ...

ଟାଟା ପାଓ୍ବାରରେ ଚାଲିଛି ଛଟେଇ: ପ୍ରତିବାଦରେ ଏସ୍‌ଇ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭଞ୍ଜନଗର,୧୦ା୧୨(ବାବୁଲା ପ୍ରଧାନ): ଟାଟା ପାଓ୍ବାରରେ ଆଉଟସୋର୍ସିଂ କର୍ମଚାରୀଙ୍କୁ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ପରୋକ୍ଷରେ ଠିକାଦାର ସଂସ୍ଥା ଉପରେ ଚାପ ପକାଇ ବିଭିନ୍ନ ସମୟରେ ଛଟେଇ କରୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri