‘ଭିଏସ୍‌ଏସ୍‌କୁ ଅଧିକ ସ୍ବାବଲମ୍ବୀ କରିବା ଲକ୍ଷ୍ୟ ହେଉ’

ଢେଙ୍କାନାଳ ଅଫିସ,୨୨ା୧- ଢେଙ୍କାନାଳ ଜିଲା ବନବିଭାଗ ପକ୍ଷରୁ ଜିଲାସ୍ତରୀୟ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଭାଗ ପକ୍ଷରୁ କୁହାଯାଇଥିଲା ଯେ, ଓଡିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ପର୍ଯ୍ୟାୟ-୨ ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ କାର୍ଯ୍ୟକାରୀ ହେଉଛି। ଜାପାନ ଅନ୍ତର୍ଜାତୀୟ ସହଯୋଗୀ ସଂସ୍ଥା(ଜାଇକା) ସହାୟତାରେ ଓଡିଶାର ୧୪ଟି ବନଖଣ୍ଡରେ ୨୦୧୭-୧୮ ଠାରୁ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପ ୨୦୨୭-୨୮ ଯାଏ କାର୍ଯ୍ୟକାରୀ ହେବ। ଜଙ୍ଗଲର ଅଭିବୃଦ୍ଧି ସହ ସ୍ଥାନୀୟ ଲୋକଙ୍କ ଜୀବନ ଜୀବିକା ଉନ୍ନତି ଏହି ପ୍ରକଳ୍ପର ମୂଳଲକ୍ଷ୍ୟ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଥିଲା ା
ଏହି କାର୍ଯ୍ୟକ୍ରମରେ ଯୋଗଦେଇ ଜିଲାପାଳ ଭୂମେଶଚନ୍ଦ୍ର ବେହେରା କହିଲେ ଯେ, ପ୍ରକଳ୍ପ ଅଧୀନରେ ହେଉଥିବା କାର୍ଯ୍ୟକ୍ରମଗୁଡିକ ଆଗାମୀ ଦିନରେ ଏହାକୁ ଅଧିକ ଲୋକାଭିମୁଖୀ କରିବାର ଆବଶ୍ୟକତା ରହିଛି। ବିଶେଷକରି ବନ ସଂରକ୍ଷଣ ସୁରକ୍ଷା ସମିତିକୁ ଅଧିକ ସ୍ବାବଲମ୍ବୀ କରିବା ପ୍ରକଳ୍ପର ମୁଖ୍ୟଲକ୍ଷ୍ୟ ହେବା ଉଚିତ ବୋଲି ଜିଲାପାଳ କହିଥିଲେ। ଏସ୍‌ପି ଅନୁପମା ଜେମ୍‌ସ କହିଥିଲେ, ଜଙ୍ଗଲକୁ ବଞ୍ଚାଇ ରଖିଲେ ଏହା ଉପରେ ଯେଉଁମାନେ ନିର୍ଭର କରି ଜୀବନ ଜୀବିକା ନିର୍ବାହ କରୁଛନ୍ତି, ସେମାନଙ୍କ ଆର୍ଥିକ ପରିସ୍ଥିତିରେ ଉନ୍ନତି ଆସିବ। ଜିଲାରେ ହାତୀ-ମଣିଷ ବିବାଦକୁ ରୋକିବା ପାଇଁ ଗୁରୁତ୍ୱର ସହ ପଦକ୍ଷେପ ନେବା ଉଚିତ। ବିଶେଷକରି ପରଜଙ୍ଗ ବ୍ଲକ ଅଞ୍ଚଳରେ ହାତୀ ଉପଦ୍ରବ ଅଧିକ ହେଉଛି ବୋଲି ଏସ୍‌ପି କହିଥିଲେ। ଏହି ପ୍ରକଳ୍ପର ନିର୍ଦ୍ଦେଶକ ତଥା ପିସିସିଏଫ୍‌ ଡ. ସୁଦର୍ଶନ ପଣ୍ଡା ଏବଂ ଅନୁଗୋଳସ୍ଥିତ ଆରସିସିଏଫ୍‌ ଡ. ପ୍ରଦୀପରାଜ କାରାଟ ଓ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗଦେଇ ପ୍ରକଳ୍ପର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ଏହି ଅବସରରେ ଏକ ସମୀକ୍ଷା ପୁସ୍ତିକା ଉନ୍ମୋଚିତ ହୋଇଥିଲା। ଜିଲା ବନଖଣ୍ଡ ଅଧିକାରୀ ବିମଳ ପ୍ରସନ୍ନ ଆଚାର୍ଯ୍ୟ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଢେଙ୍କାନାଳ ବନଖଣ୍ଡ ଅନ୍ତର୍ଗତ ଢେଙ୍କାନାଳ, ହିନ୍ଦୋଳ, କାମାକ୍ଷାନଗର ପୂର୍ବ ଓ ପଶ୍ଚିମ, କପିଳାସ ଓ ଷଡଙ୍ଗୀ ରେଞ୍ଜ ଅଧିନରେ ସର୍ବମୋଟ ୧୫୦ଟି ବନ ସୁରକ୍ଷା ସମିତି ସହିତ ୪୫୦ଟି ସ୍ବୟଂ ସହାୟକ ଗୋଷ୍ଠୀ ମାଧ୍ୟମରେ ଏହି କାର୍ଯ୍ୟ ଗୁଡିକ ସମ୍ପାଦନ କରିବାକୁ ବ୍ୟବସ୍ଥା ରହିଛି ବୋଲି ସୂଚନା ଦିଆଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri