ଏସ୍‌ସିବିକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ କରିବା ଲାଗି ପ୍ରକ୍ରିୟା ଆରମ୍ଭ, ଗୁରୁବାର ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୨।୧(ବ୍ୟୁରୋ): କଟକ ସ୍ଥିତ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲକୁ ବିଶ୍ୱସ୍ତରୀୟ କରିବା କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ସମୀକ୍ଷା କରିବା ପରେ ଜମି ଅଧିଗ୍ରହଣ ପ୍ରକ୍ରିୟା ଆରମ୍ଭ ହେବ। ମାର୍ଚ୍ଚ ପହିଲାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି ସରକାର ଲକ୍ଷ୍ୟ ରଖିଛନ୍ତି। ବୁଧବାର ସକାଳେ ୫-ଟି ସଚିବ ଭି.କେ.ପାଣ୍ଡିଆନ ଏସ୍‌ସିବି ଗସ୍ତ କରିବା ପରେ ବିଶ୍ୱସ୍ତରୀୟ କାର୍ଯ୍ୟ ତ୍ୱରାନ୍ବିତ ହୋଇଛି। ତେବେ ସନ୍ଧ୍ୟା ସୁଦ୍ଧା ଜିଲାପାଳ ଓ ଆରଡିସି ଜମି ଅଧିଗ୍ରହଣ ନେଇ ପ୍ରସ୍ତାବ ଦେବେ। ଏହାପରେ ମୁଖ୍ୟମନ୍ତ୍ରୀ କଟକ ଗସ୍ତ କରିବା ସହିତ ଏହାର ସମୀକ୍ଷା କରିବାର କାଯ୍ୟକ୍ରମ ରହିଛି।

ସୂଚନା ଅନୁଯାୟୀ, ବିଶ୍ୱସ୍ତରୀୟ ଚିକିତ୍ସାଳୟ ପାଇଁ ଆବଶ୍ୟକ ପଡୁଥିବା ଜମି ଲାଗି ଡାକ୍ତରଖାନା ନିକଟରେ ଥିବା ଜଳସମ୍ପଦ, ଉଚ୍ଚଶିକ୍ଷା, ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ବିଭାଗର କିଛି ସ୍ଥାନ ସମେତ ଚତୁର୍ଥଶ୍ରେଣୀ କର୍ମଚାରୀଙ୍କ କ୍ୱାର୍ଟର ଆଦିର ଉଚ୍ଛେଦ ହେବ। ଏହି ପ୍ରକ୍ରିୟାରେ ୧୩ଜଣ ଡାକ୍ତରଙ୍କ ସରକାରୀ ଘର ହଟାଇବାକୁ ପଡିବ। ତେବେ ଉଚ୍ଛେଦ ହେଉଥିବା କର୍ମଚାରୀମାନଙ୍କୁ ସରକାର ଅନ୍ୟ ସ୍ଥାନରେ ରଖିବାର ବ୍ୟବସ୍ଥା କରୁଥିବାବେଳେ ଅନ୍ୟ କ୍ଷତିଗ୍ରସ୍ତମାନଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ବ୍ୟବସ୍ଥା କରାଯିବ। ଏହି ଅଧିଗ୍ରହଣରୁ ୨୫ ଏକର ଜମି ସରକାରଙ୍କ ହାତକୁ ଆସିବ। ଫେବୃୟାରୀ ୨୮ ସୁଦ୍ଧା ଅଧିଗ୍ରହଣ କାର୍ଯ୍ୟ ସରିବ ଏବଂ ମାର୍ଚ୍ଚ ପହିଲାରୁ ନୂତନ ନିର୍ମାଣ କାର୍ଯ୍ୟ ଆରମ୍ଭ ଲାଗି ଲକ୍ଷ୍ୟ ରହିଛି। ସେହିଭଳି ତାଳଦଣ୍ଡା କେନାଲ ବନ୍ଧରୁ ଡାକ୍ତରଖାନାକୁ ସଂଯୋଗ କରୁଥିବା ରାସ୍ତାକୁ ତିନି ଲେନ୍‌ ବିଶିଷ୍ଟ କରାଯିବା ସହିତ ଯାତାୟତ ସୁବିଧା ପାଇଁ ଦୁଇଟି ଓଭରବ୍ରିଜ ନିର୍ମାଣ କରାଯିବ। ପାଣ୍ଡିଆନଙ୍କ ସହିତ ପୂର୍ତ୍ତ ବିଭାଗ ସଚିବ ଡକ୍ଟର କ୍ରିଷନ କୁମାର, ଜଳସମ୍ପଦ ସଚିବ ସୁରେନ୍ଦ୍ର କୁମାର ଓ ଗୃହ ଏବଂ ନଗର ଉନ୍ନୟନ ସଚିବ ଜି.ମାଥିଭାଥନନ୍‌ ଏସ୍‌ସିବି ପରିଦର୍ଶନରେ ଯାଇ କାର୍ଯ୍ୟର ସମୀକ୍ଷା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri