ପୋଷ୍ୟ ସନ୍ତାନ ଗ୍ରହଣ କଲେ କେରଳ ଦମ୍ପତି

ବାଲେଶ୍ୱର ଅଫିସ, ୨୩।୧- ବାଲେଶ୍ୱର ଶିଶୁ ମଙ୍ଗଳ କମିଟିର ୪ ବର୍ଷର କନ୍ୟାସନ୍ତାନକୁ ବୁଧବାର କେରଳର କେ.ବି. ସୁବାସ ଓ ରୀତା ସୁବାସ ନାମ୍ନୀ ଦମ୍ପତି ପୋଷ୍ୟ ସନ୍ତାନ ରୂପେ ଗ୍ରହଣ କରିଛନ୍ତି। ଉକ୍ତ ଦମ୍ପତି ୩ବର୍ଷ ପୂର୍ବରୁ ଏକ ପୋଷ୍ୟ ସନ୍ତାନ ଗ୍ରହଣ ସକାଶେ ଆଇନ ଅନୁଯାୟୀ ଅନ୍‌ଲାଇନ୍‌ରେ ଦରଖାସ୍ତ ଆଗତ କରି ସନ୍ତାନଟିଏ ପାଇବା ପାଇଁ ଅପେକ୍ଷା କରିଥିଲେ। ଜିଲା ଶିଶୁମଙ୍ଗଳ କମିଟିର ଅଧ୍ୟକ୍ଷ ଭାଗିରଥି ବାରିକ୍‌, ସଦସ୍ୟା ଗୌରୀରାଣୀ ଉପାଧ୍ୟାୟ, ସଦସ୍ୟ ପଦ୍ମଲୋଚନ ଦତ୍ତ, ଆଶିଷ ଘୋଷ୍‌, ଗଣେଶ୍ୱର ରାଉତ ତଥା ଶିଶୁ ସୁରକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ସତ୍ୟରଞ୍ଜନ ସ୍ବାଇଁ ଓ ସୌମେନ୍‌ ଗିରିଙ୍କ ଉପସ୍ଥିତିରେ ପୋଷ୍ୟ ମାତା ପିତା ଉପରୋକ୍ତ କନ୍ୟାକୁ ନିଜ ଘରକୁ ନେଇଥିଲେ। ପିଲାଟିର ଉପଯୁକ୍ତ ଯତ୍ନ, ସୁରକ୍ଷା, ଶିକ୍ଷା ଓ ପରିପୁଷ୍ଟ ଖାଦ୍ୟ ପ୍ରତି ବିଶେଷ ଯତ୍ନବାନ ହେବାକୁ ଶିଶୁମଙ୍ଗଳ କମିଟି ପରାମର୍ଶ ଦେଇଥିଲେ। ଉକ୍ତ କାର୍ଯ୍ୟ ସମ୍ପାଦନ ପାଇଁ ଅଫିସ୍‌ ସହାୟକ ଦେବାଶିଷ ବେହେରା ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାକଡ଼ରୁ ଯୁବକଙ୍କ ରକ୍ତଜୁଡୁବୁଡୁ ମୃତଦେହ ଉଦ୍ଧାର

ବାଲେଶ୍ବର ଅଫିସ,୧।୫(ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ବସ୍ତା ଥାନା ଅନ୍ତର୍ଗତ ଛାନୁଆ ଗ୍ରାମରେ ଅଭାବନୀୟ ଘଟଣା ଘଟିଛି। ସୂଚନା ଅନୁଯାୟୀ ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟସ୍ଥ...

ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲ୍‌ର ସଫଳ ପରୀକ୍ଷଣ

ବାଲେଶ୍ବର ଅଫିସ,୧।୩ (ମାନସ ବିଶ୍ୱାଳ): ବାଲେଶ୍ବର ଜିଲା ଚାନ୍ଦିପୁର ଡିଆରଡିଓ ଅଧିନସ୍ଥ ଧାମରା ସ୍ଥିତ ଅବଦୁଲ କଲାମ ଦ୍ବୀପରୁ ସ୍ମାର୍ଟ-୩ ଆଣ୍ଟି ସବମେରାଇନ ମିଶାଇଲର ବୁଧବାର...

ରାଜ୍ୟ ସରକାରଙ୍କ ବିରୋଧରେ ଗର୍ଜିଲେ

ରେମୁଣା,୩୦।୪(ରବୀନ୍ଦ୍ର ମହାକୁଡ଼): ବାଲେଶ୍ୱର ଜିଲା ରେମୁଣା ନିର୍ବାଚନମଣ୍ଡଳୀ ଅଧୀନ କୁରୁଡ଼ା ଯାତ୍ରାପଡ଼ିଆଠାରେ କଂଗ୍ରେସର ଏକ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏମ୍‌ପି ପ୍ରାର୍ଥୀ ଶ୍ରୀକାନ୍ତ ଜେନା...

ସରୁନି ପୋଲ ସଂଯୋଗୀକରଣ ରାସ୍ତା

ବାଲେଶ୍ୱର,୨୯ା୪(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ତେନ୍ତୁଳିଦା ପଞ୍ଚାୟତ ବୋଇତବାଙ୍କ ଘାଟରେ ଦୀର୍ଘ ଦିନ ହେବ ବିଜୁ ସେତୁ ନିର୍ମାଣ ସରିଥିଲେ ମଧ୍ୟ ସଂଯୋଗୀକରଣ...

କୋରେଇ, ଖଣ୍ଡପଡ଼ା, ନୀଳଗିରି ଆସନ ଝୁଲାଇ ରଖିଲା ବିଜେଡି

ଭୁବନେଶ୍ୱର,୨୭।୪: ବିଧାନସଭା ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ଶନିବାର ଆଉ ତିନି ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହାକୁ ମିଶାଇ...

ଗୌତମବୁଦ୍ଧଙ୍କୁ ଟିକେଟ୍‌, ଅନନ୍ତ ଦାସଙ୍କ ପୁଅ ନିରାଶ

ଭୋଗରାଇ,୨୭।୪: ୩ଟି ଆସନରେ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ଏଥିରେ ଗୌତମବୁଦ୍ଧ ଦାସଙ୍କୁ ଟିକେଟ୍‌ ମିଳିଛି। ଗୌତମଙ୍କୁ ଭୋଗରାଇ ଆସନରୁ ଟିକେଟ୍‌ ମିଳିଛି।...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଗାଁକୁ ଆସିପାରିଲା ନି ଆମ୍ବୁଲାନ୍ସ: ଖଟିଆରେ ବୁହାହେଲେ ଗର୍ଭବତୀ

ବାଲେଶ୍ୱର,(ମାନସ ବିଶ୍ୱାଳ)୨୬।୪: ବାଲେଶ୍ୱର ଜିଲା ସୋର ବ୍ଲକ ଅନନ୍ତପୁର ପଞ୍ଚାୟତରେ ସ୍ବାଧୀନତାର ୭୭ ବର୍ଷ ପରେ ମଧ୍ୟ ଗର୍ଭବତୀ ମହିଳାଙ୍କୁ ହସ୍ପିଟାଲ ଯିବା ପାଇଁ ଖଟିଆର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri