୫ ଶ୍ରେଣୀକୁ ୮୦ ଛାତ୍ରୀଛାତ୍ର, ୨ ଶିକ୍ଷକ

ଜଳେଶ୍ୱର,୨୩।୧(ସ୍ବ.ପ୍ର.)-ସରକାର ଶିକ୍ଷାର ମାନ ବଢ଼ାଇବା ପାଇଁ ବିଭିନ୍ନ ଯୋଜନା କରୁଥିବା ବେଳେ ବାସ୍ତବ କ୍ଷେତ୍ରରେ ତାହା ଦେଖିବାକୁ ମିଳୁନାହିଁ। ବାଲେଶ୍ୱର ଜିଲାର ଜଳେଶ୍ୱର ଗୋଷ୍ଠୀ ଶିକ୍ଷା ଅଧୀନ ଖୁଆଡ଼ ପଞ୍ଚାୟତ ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଗ୍ରାମବାସୀ ଓ ଅଭିଭାବକମାନେ ଅସନ୍ତୋଷ ପ୍ରକାଶ କରି ବୁଧବାର ଗେଟ୍‌ରେ ତାଲା ପକାଇଥିଲେ। ଏ ସମ୍ପର୍କରେ ଖବରପାଇ ଏବିଇଓ ଲଲାଟେନ୍ଦୁ ଜେନାଙ୍କ ନିର୍ଦ୍ଦେଶରେ ସିଆର୍‌ସିସି ରଞ୍ଜନ କୁମାର ବେହେରା ଘଟଣାସ୍ଥଳରେ ପହଞ୍ଚତ୍ ସମସ୍ୟା ସମ୍ପର୍କରେ ଅବଗତ ହୋଇଥିଲେ। ଅଦ୍ୟାବଧି ଶିକ୍ଷକଙ୍କ କ୍ୟାଡର ଲିଷ୍ଟ ପ୍ରକାଶ ପାଇ ନ ଥିବାରୁ ସେଠାରେ ପ୍ରଧାନ ଶିକ୍ଷକ ନିଯୁକ୍ତ ହୋଇପାରିନାହିଁ ଓ ପରିସ୍ଥିତିକୁ ଲକ୍ଷ୍ୟ କରି ଅବିଳମ୍ବେ ଶିକ୍ଷକ ନିଯୁକ୍ତ କରାଯିବାକୁ ପ୍ରତିଶ୍ରୁତି ଦେବା ପରେ ଫାଟକରୁ ତାଲା ଖୋଲାଯାଇଥିଲା।
ନୂଆଗାଁ ପ୍ରାଥମିକ ବିଦ୍ୟାଳୟରେ ୫ଟି ଶ୍ରେଣୀରେ ୮୦ଜଣ ଛାତ୍ରୀଛାତ୍ର ଅଧ୍ୟୟନ କରି ଆସୁଛନ୍ତି ା ୨ ବର୍ଷ ପୂର୍ବରୁ ପ୍ରଧାନ ଶିକ୍ଷକଙ୍କ ମୃତ୍ୟୁ ହୋଇଯାଇଥିବା ବେଳେ ଅଦ୍ୟାବଧି କାହାରିକୁ ନିଯୁକ୍ତି ମିଳିନାହିଁ। ଏବେ ୨ଜଣ ଶିକ୍ଷକ ଦ୍ୱାରା ୫ଟି ଶ୍ରେଣୀ ଚାଲିବା ସମ୍ଭବ ହୋଇପାରୁ ନ ଥିବାରୁ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି। ଗ୍ରାମବାସୀ ବିଇଓ, ଡିଇଓ ଓ ଜିଲାପାଳଙ୍କୁ ବାରମ୍ବାର ଆବେଦନ, ନିବେଦନ କରିଥିଲେ ସୁଦ୍ଧା ଅଦ୍ୟାବଧି ଶିକ୍ଷକ ନିଯୁକ୍ତ ହୋଇ ନ ଥିବାରୁ ବୁଧବାର ଫାଟକରେ ତାଲା ପକାଇ ଦେଇଥିଲେ। ଛାତ୍ରୀଛାତ୍ର ଓ ୨ଜଣ ଶିକ୍ଷକ ବିଦ୍ୟାଳୟ ଆସି ଗେଟ୍‌ରେ ତାଲା ପଡ଼ିଥିବା ଦେଖି ସ୍କୁଲ ବାହାରେ ପାଠ ପଢାଇଥିଲେ। ଗ୍ରାମର ପୂର୍ଣ୍ଣଚନ୍ଦ୍ର ସେଠୀ, ରଣଜିତ୍‌ ଜେନା, ସୁଶାନ୍ତ ବାରିକ, ସଂଜୟ ବାରିକ, ସପନ ଦେ ଓ ସୁଦର୍ଶନ ବେହେରାଙ୍କ ନେତୃତ୍ୱରେ ଏହି ଆନ୍ଦୋଳନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ପଣ ଦେଖାଇଲେ ତହସିଲଦାର: ଚତୁର୍ଥ ଶ୍ରେଣୀ କର୍ମଚାରୀଙ୍କ ଦୁର୍ଘଟଣା ଜାଣି..

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ଚତୁର୍ଥ ଶ୍ରେଣୀ କର୍ମଚାରୀ ଶତ୍ରୁଘ୍ନ ଦାସ ନିଜ ଗାଁ ମୋତିଗାଁରୁ ଚନ୍ଦାହାଣ୍ଡି ତହସିଲକୁ...

ପ୍ଲାଷ୍ଟିକ ପଲିଥିନ ମୁକ୍ତ ହେବ ହୁମା ବଜାର: ଆହ୍ବାନ ଦେଲେ ବିଧାୟକ

ଗଞ୍ଜାମ,୨।୧(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତ କାର୍ଯ୍ୟାଳୟଠାରେ ଏକ ସଭା ଅନୁଷ୍ଠିତ ହୋଇଥିଲା । ଏଥିରେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ମୁଖ୍ୟ...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ବିସିସିଆଇରୁ ଏତେ ଟଙ୍କା ପେନସନ ପାଆନ୍ତି ଏମଏସ ଧୋନୀ, ପ୍ରତି ମାସରେ ଆସୁଛି…

ନୂଆଦିଲ୍ଲୀ,୨।୧: ଭାରତକୁ ଦୁଇଟି ବିଶ୍ୱକପ ବିଜୟୀ କରାଇଥିବା ମହେନ୍ଦ୍ର ସିଂ ଧୋନୀ ହୁଏତ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେଇସାରିଛନ୍ତି, କିନ୍ତୁ ଭାରତୀୟ କ୍ରିକେଟ ସହିତ ତାଙ୍କର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri