ପୂରା ହେଲା ଆକାଶରେ ଉଡ଼ିବାର ସ୍ବପ୍ନ: ବିମାନଯାତ୍ରାର ମଜା ନେଲେ ୪୮ ଦିବ୍ୟାଙ୍ଗ ଶିଶୁ, କିଶୋର

ଭୁବନେଶ୍ୱର,୨୩ା୧(ବ୍ୟୁରୋ): ସ୍ବପ୍ନ ବାସ୍ତବ ରୂପ ନେଲା। ଆକାଶରେ ଉଡ଼ିବାର ଇଚ୍ଛା ପୂରଣ ହେଲା। ସମସ୍ତଙ୍କ ଆଖିରେ ଥିଲା ଚମକ, ମୁହଁରେ ଖୁସି, ଓଠରେ ହସ ଓ ମନରେ ପରିତୃପ୍ତି। ପ୍ରଥମଥର ପାଇଁ ୪୮ ଦିବ୍ୟାଙ୍ଗ ଶିଶୁ ଓ କିଶୋର ବିମାନଯାତ୍ରାର ଆନନ୍ଦ ଲାଭ କରିବାର ସୁଯୋଗ ପାଇଥିଲେ। ଦିବ୍ୟାଙ୍ଗମାନଙ୍କ ସ୍ବପ୍ନକୁ ବାସ୍ତବରେ ପରିଣତ କରିବାକୁ ଏକ ଅଭିନବ କାର୍ଯ୍ୟକ୍ରମର ଆୟୋଜନ କରିଥିଲା ରାଜ୍ୟ ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ। ବୁଧବାର ସକାଳେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ନିଆରା ପରିବେଶରେ ଦିବ୍ୟାଙ୍ଗମାନେ ପ୍ରଥମଥର ପାଇଁ ବିମାନ ଯାତ୍ରାର ମଜା ନେଇଥିଲେ।
ଏହି ‘ଡ୍ରିମ୍‌ ଫ୍ଲାଇଟ୍‌’ ବା ସ୍ବପ୍ନର ଉଡ଼ାଣ କାର୍ଯ୍ୟକ୍ରମକୁ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଉଦ୍‌ଘାଟନ କରିବା ସହ ଦିବ୍ୟାଙ୍ଗମାନେ ଆମ ସାମାଜିକ ମୂଳସ୍ରୋତର ଅଂଶ ଓ ସେମାନଙ୍କ ପାଇଁ ସମସ୍ତଙ୍କର ପ୍ରତିବଦ୍ଧତା ରହିବା ଆବଶ୍ୟକ ବୋଲି କହିଥିଲେ। ଦିବ୍ୟାଙ୍ଗମାନଙ୍କ ଲାଗି କାର୍ଯ୍ୟ କରୁଥିବା ‘ସ୍ବାଭିମାନ’ର ମୁଖ୍ୟ ଡ. ଶ୍ରୁତି ମହାପାତ୍ରଙ୍କ ନେତୃତ୍ୱରେ ଏବଂ ଇଣ୍ଡିଆନ୍‌ ଏୟାରଲାଇନ୍ସ, ଏୟାର ଆଲିଆନ୍ସ ଓ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟର ସହଯୋଗକ୍ରମେ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ସକାଳେ ‘ମୋ ବସ୍‌’ ଯୋଗେ ପିଲାମାନେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ସେଠାରେ ତାଙ୍କୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ବିମାନବନ୍ଦର ଲାଉଞ୍ଜରେ ଏକ ନିଆରା ପରିବେଶ ସୃଷ୍ଟି ହୋଇଥିଲା। ସାର୍ଥକ ପାଣିଗ୍ରାହୀ ‘ବନ୍ଦେ ଉତ୍କଳ ଜନନୀ’ ପରିବେଷଣ କରିଥିବାବେଳେ ଉଡ଼ାଣ ପୂର୍ବରୁ କେକ୍‌ କଟାଯାଇଥିଲା। ମନ୍ତ୍ରୀ ପଣ୍ଡାଙ୍କ ସମେତ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ବିଭାଗ ଯୁଗ୍ମ ଶାସନ ସଚିବ ଉଷା ପାଢ଼ୀ, ସାମାଜିକ ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ଶାସନ ସଚିବ ଭାସ୍କର ଶର୍ମା, ନିର୍ଦ୍ଦେଶିକା ବ୍ରତତୀ ହରିଚନ୍ଦନ, ଏୟାର ଆଲିଆନ୍ସ ମୁଖ୍ୟ କାର୍ଯ୍ୟନିର୍ବାହୀ ସି.ଏସ୍‌. ହୋତା, ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ଭି.ଭି. ରାଓ ଏବଂ ଶିଳ୍ପପତି ଦେବାଶିଷ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଏହି ଅବସରରେ ଓଡ଼ିଆ ଫିଲ୍ମ ଅଭିନେତା ସବ୍ୟସାଚୀ ମିଶ୍ର ଏବଂ ‘ମୋ କଲେଜ’ କାର୍ଯ୍ୟକ୍ରମ ଅଧ୍ୟକ୍ଷ ଆକାଶ ଦାସ ନାୟକ ଉପସ୍ଥିତ ରହି ପିଲାମାନଙ୍କୁ ସ୍ବାଗତ କରିଥିଲେ। ଏହି ଦିବ୍ୟାଙ୍ଗ ପିଲାମାନଙ୍କ ମଧ୍ୟରେ ଅଧିକାଂଶ ବସ୍ତିବାସିନ୍ଦା ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮।୫: ରାଜ୍ୟରେ ଅନେକ ସ୍ଥାନରେ କାଳବୈଶାଖୀ ଯୋଗୁଁ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ଆସନ୍ତା ୫ ଦିନ ପର୍ଯ୍ୟନ୍ତ କାଳବୈଶାଖୀର ପ୍ରଭାବ ରହିବ ଏବଂ ଦିନ...

ନେଟ୍‌ଓ୍ବର୍କ ନାହିଁ ତ ଭୋଟ୍‌ ନାହିଁ ଲେଖି ଗାଁରେ ପୋଷ୍ଟର ମାରିଲେ ଗ୍ରାମବାସୀ

ଖଲ୍ଲିକୋଟ,୮ା୫(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ କନକା ଗ୍ରାମରେ ନାହିଁ ମୋବାଇଲ ନେଟ୍‌ଓ୍ବର୍କ। ଆଜିର ସମୟରେ ସାଧାରଣ ଜୀବନରେ ମୋବାଇଲ ଅପରିହାର୍ଯ୍ୟ...

ବିଳମ୍ବରେ ଆସିଲେ କଟିବ ଦରମା, କଠୋର ହେଲା BMC

ଭୁବନେଶ୍ୱର,୮ା୫: ଏଣିକି ବିଳମ୍ବରେ ଆସିଲେ କର୍ମଚାରୀ ମାନଙ୍କର ଦରମା କାଟିବ ଭୁବନେଶ୍ୱର ମହାନଗର ନିଗମ(ବିଏମସି)। ବିଳମ୍ବରେ ଅଫିସ୍ ଆସୁଥିବା କର୍ମଚାରୀଙ୍କ ପ୍ରତି କଠୋର ହୋଇଛି ବିଏମସି।...

ଆତ୍ମସମର୍ପଣ କଲେ ୩ ମାଓବାଦୀ

ମାଲକାନଗିରି, ୮ା୫(ଦୁଯେର୍ର୍‌ୟାଧନ ପାତ୍ର):  ଛତିଶଗଡ଼ ଦାନ୍ତେୱାଡା ଜିଲା ପୋଲିସ ନିକଟରେ ୩ ମାଓବାଦୀ ବୁଧବାର ଆତ୍ମସମର୍ପଣ କରିଛନ୍ତି। ସୂଚନାନୁଯାୟୀ, ହିଂସାର ବାଟ ଛାଡି ସମାଜର ମୁଖ୍ୟ...

୧୫ ମିନିଟ୍‌ ଅନ୍ଧାରରେ ରହିଲା ଶ୍ରୀମନ୍ଦିର

ପୁରୀ,୮ା୫: ଶ୍ରୀମନ୍ଦିର ବୁଧବାର ରାତିରେ ୧୫ ମିନିଟ୍‌ ପର୍ଯ୍ୟନ୍ତ ଅନ୍ଧକାରରେ ରହିଥିଲା। ପାଓ୍ବାର କଟ୍‌ ହେବାରୁ ୧୫ରୁ ୨୦ ମିନିଟ୍‌ ଧରି ଶ୍ରୀମନ୍ଦିର ଅନ୍ଧାର ହୋଇଯାଇଥିଲା।...

ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍: ଧର୍ମେନ୍ଦ୍ର ପ୍ରଧାନ

ଦେବଗଡ଼,୮ା୫(ଶଶାଙ୍କ ଶେଖର ଝାଙ୍କର): ରାଜ୍ୟରେ ଭାଜପା କ୍ଷମତାକୁ ଆସିଲେ ମଦ ଉପରେ ଲାଗିବ ବ୍ୟାନ୍। ବୁଧବାର ଦେବଗଡ ଜିଲାର ତିଲେଇବଣି ଖେଳ ପଡିଆଠାରେ ଆୟୋଜିତ ଭାଜପାର...

Featured Video Play Icon

ଦଳ ନା ପ୍ରାର୍ଥୀ? ସମ୍ବଲପୁରରେ କାହା ମୁଣ୍ଡରେ ସୁନାକଳସ ଢ଼ାଳିବେ ଜନତା…

ସମ୍ବଲପୁର,୮।୫: ଦିଲ୍ଲୀରୁ ପଲ୍ଲୀ ଏବେ ସବୁଠି ନିର୍ବାଚନୀ ତାତି। ସମ୍ବଲପୁର କଥା ଦେଖିଲେ ଏଠାରେ ୩ ପ୍ରମୁଖ ଦଳ ନିଜର ପ୍ରାର୍ଥୀଙ୍କୁ ଓହ୍ଲାଇଛନ୍ତି। ନିଜର ପୁରୁଖା...

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri