ସାଧାରଣତନ୍ତ୍ର ଦିବସ ଆଜି: ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ବାରିପଦା ଅଫିସ,୨୬।୧-ମୟୂରଭଞ୍ଜ ଜିଲା ସଦରମହକୁମା ବାରିପଦାରେ ରବିବାର ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ରିଜର୍ଭ ପୋଲିସ ପରେଡ୍‌ ପଡ଼ିଆରେ ପାଳନ କରାଯିବ। ରାଜ୍ୟ ସରକାରଙ୍କ ସୂଚନା ଓ ଲୋକସମ୍ପର୍କ ବିଭାଗ ମନ୍ତ୍ରୀ ରଘୁନନ୍ଦନ ଦାସ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବେ। ଏହାସହିତ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ଜିଲା ପୋଲିସ ପକ୍ଷରୁ ବାରିପଦା ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସହରର ସୁରକ୍ଷା ବ୍ୟବସ୍ଥାରେ ଦୁଇଜଣ ଏଏସ୍‌ପି, ୩ ଡିଏସ୍‌ପି, ୬ ଇନ୍ସପେକ୍ଟରଙ୍କ ସମେତ ୬ ପ୍ଲାଟୁନ ଏପିଆର ଫୋର୍ସ ମୁତୟନ ହୋଇଛନ୍ତି। ସେହିପରି ଏଥର ସହରରେ ଟ୍ରାଫିକ ନିୟନ୍ତ୍ରଣ ପାଇଁ ଜଣେ ଡିଏସ୍‌ପିଙ୍କ ନେତୃତ୍ୱରେ ୪୦ ଜଣ ଟ୍ରାଫିକ କନଷ୍ଟେବଳ ଓ ଏକ ପ୍ଲାଟୁନ ଏପିଆର୍‌ ଫୋର୍ସ ମୁତୟନ ରହିବେ। ଶାନ୍ତିଶୃଙ୍ଖଳା ପାଇଁ ୪୦ ଅଫିସର ଓ ୭୦ ଜଣ ହୋମଗାର୍ଡ ମଧ୍ୟ ନିୟୋଜିତ ହୋଇଥିବା ଜିଲା ପୋଲିସ ମୁଖ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଶନିବାର ରାତିରେ ସହରର ବିଭିନ୍ନ ମୁଖ୍ୟରାସ୍ତାରେ ସହରକୁ ପ୍ରବେଶ କରୁଥିବା ଓ ବାହାରୁଥିବା ଗାଡ଼ି ମୋଟର ଏବଂ ଲୋକଙ୍କୁ ଯାଞ୍ଚ କରାଯାଇଛି। ସେହିପରି ସହରର ବିଭିନ୍ନ ହୋଟେଲ, ରେଳଷ୍ଟେଶନ, ବସ୍‌ଷ୍ଟାଣ୍ଡ ଆଦି ଜନଗହଳି ସ୍ଥାନରେ ପୋଲିସ ପକ୍ଷରୁ ଏକ ଟିମ୍‌ ବୁଲି ତଥ୍ୟ ସଂଗ୍ରହ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଉଦ୍ଧାର ହାତୀ ଛୁଆ ନନ୍ଦନକାନନ ସ୍ଥାନାନ୍ତର

କେନ୍ଦୁଝର,୧୪।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ରବିବାର ସକାଳେ ଏକ ହାତୀ ଛୁଆ ଉଦ୍ଧାର ହୋଇଛି। ପିସିସିଏଫ (ବନ୍ୟପ୍ରାଣୀ)ଙ୍କ ନିର୍ଦ୍ଦେଶ ଅନୁଯାୟୀ, ଉକ୍ତ ଛୁଆକୁ ବନ ବିଭାଗ...

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ବଡାଖାନା କାର୍ଯ୍ୟକ୍ରମ: ସଫେଇ କର୍ମଚାରୀଙ୍କୁ ଖାଦ୍ୟ ପରଷିଲେ ଅଧ୍ୟକ୍ଷ

କେସିଙ୍ଗା,୧୪।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏଏନସି ପରିସରରେ ବଡାଖାନା କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଧ୍ୟକ୍ଷ ନୃପରାଜ ଯାଦବ ସଭାପତିତ୍ୱ ଭାବେ ଯୋଗଦେଇ...

ବରଗଡ଼ ବିଧାୟକଙ୍କ ମହାନତା: ନବୀନଙ୍କ ପରେ ବର୍ଦ୍ଧିତ ଦରମାକୁ ଜନସେବାରେ ଲଗାଇବେ

ବରଗଡ଼,୧୪।୧୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ସବୁଆଡେ ଚର୍ଚ୍ଚାର ବିଷୟ ହୋଇଛି। ରାଜ୍ୟରେ ପ୍ରଥମଥର ପାଇଁ ଭାଜପା ଶାସନକୁ ଆସିଛି। ତେଵେ...

‘ନବୀନ ଦରମା ଉପରେ ନିର୍ଭରଶୀଳ ନୁହନ୍ତି’

ଭୁବନେଶ୍ୱର,୧୪ା୧୨: ବର୍ଦ୍ଧିତ ଦରମା ନେବାକୁ ବିଜେଡି ବିଧାୟକ ନବୀନ ପଟ୍ଟନାୟକ ମନା କରିବା ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି ବିଧାୟକ ଗଣେଶ୍ବର ବେହେରା। ସେ କହିଛନ୍ତି, ନବୀନ...

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ବର୍ଦ୍ଧିତ ଦରମା ନେବାକୁ ନବୀନ ମନା କରିବା ପରେ ମୁହଁ ଖୋଲିଲେ ଉପମୁଖ୍ୟମନ୍ତ୍ରୀ, କହିଲେ ଏହା କେବଳ…

ଭୁବନେଶ୍ୱର,୧୪ା୧୨: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବର୍ତ୍ତମାନର ହିଞ୍ଜିଳି ବିଧାୟକ ଥିବା ନବୀନ ପଟ୍ଟନାୟକ ତାଙ୍କର ବର୍ଦ୍ଧିତ ଦରମା ନେବାକୁ ମନା କରିବା ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ...

ମାଆ ବଞ୍ଚି ଥାଉ ଥାଉ ଜାଲ ମୃତ୍ୟୁ ପ୍ରମାଣପତ୍ର ବାହାର କରି ସବୁ ହଡ଼ପ କଲେ ପୁଅ, ଏମିତି ଖୋଲିଲା ରାଜ୍‌

କୋଲକାତା,୧୪।୧୨: ପଶ୍ଚିମବଙ୍ଗର ହାଓଡ଼ାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ପୁଅ ତାଙ୍କ ଜୀବିତ ମାଆଙ୍କ ନାମରେ ମୃତ୍ୟୁ ପ୍ରମାଣପତ୍ର ଜାଲ କରି ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri