Posted inଜାତୀୟ

ସିଏଏ ବିବାଦ: ପୋଲିସର କାର୍ଯ୍ୟାନୁଷ୍ଠାନ ବିରୋଧରେ ଏନ୍‌ଏଚ୍‌ଆରସିଙ୍କ ଦ୍ୱାରସ୍ଥ ହେଲେ ପ୍ରିୟଙ୍କା, ରାହୁଲ

ନୂଆଦିଲ୍ଲୀ,୨୭।୧: କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଓ କଂଗ୍ରେସ ନେତା ରାହୁଲ ଗାନ୍ଧୀ ସୋମବାର ଜାତୀୟ ମାନବିକ ଅଧିକାର କମିଶନ(ଏନ୍‌ଏଚ୍‌ଆରସି)ଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ପ୍ରଦର୍ଶନ ସମୟରେ ପ୍ରଦର୍ଶନକାରୀଙ୍କ ଉପରେ ପୋଲିସ ନେଇଥିବା କାର୍ଯ୍ୟାନୁଷ୍ଠାନ ନେଇ ରାହୁଲ ଓ ପ୍ରିୟଙ୍କା ଏନ୍‌ଏଚ୍‌ଆରସିଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏହି ଘଟଣାର ତୁରନ୍ତ ତଦନ୍ତ କରାଯାଇ ଉଚିତ କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ସେମାନେ ଦାବି କରିଛନ୍ତି। ସୂଚନାଯୋଗ୍ୟ, ସିଏଏକୁ ବିରୋଧ କରିବା ସମୟରେ ପୋଲିସ ଓ ପ୍ରଦର୍ଶନକାରୀ ମୁହାଁମୁହଁି ହୋଇଥିଲେ। ପୋଲିସ ପ୍ରଦର୍ଶନକାରୀଙ୍କ ଉପରେ ଲାଠିଚାର୍ଜ କରିବା ସହ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିଲା। ଏଥିରେ କେତେଜଣ ଆହତ ହୋଇଥିବା ବେଳେ କେତେକଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ପ୍ରିୟଙ୍କା ଗାନ୍ଧୀ ଉତ୍ତରପ୍ରଦେଶ ଯାଇ ଆହତଙ୍କୁ ଓ ମୃତକଙ୍କ ପରିବାରକୁ ଭେଟିଥିଲେ। ସୂଚନା ମୁତାବକ ପୂର୍ବରୁ କଂଗ୍ରେସ ସିଏଏକୁ ବିରୋଧ କରିଆସୁଛି। କଂଗ୍ରେସର କେତେକ ନେତା ଦିଲ୍ଲୀର ସାହିନ ବାଗରେ ପହଞ୍ଚି ପ୍ରଦର୍ଶନକାରୀଙ୍କ ସହ ମଧ୍ୟ ସାକ୍ଷାତ କରିସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri