ବ୍ରହ୍ମପୁର ଅଫିସ,୨୯ା୧-ବ୍ରହ୍ମପୁର ସହର ଦେଇ ଯାଇଥିବା ୧୬ନଂ. ଜାତୀୟ ରାଜପଥରେ ଦିନକୁ ଦିନ ଦୁର୍ଘଟଣା ବୃଦ୍ଧି ପାଉଛି। ଫଳରେ ହଳଦିଆପଦର ଲେଭଲ କ୍ରସିଂଠାରୁ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥ ମଧ୍ୟରେ ବାରମ୍ବାର ଦୁର୍ଘଟଣା ଘଟି ଧନଜୀବନ ଚାଲିଯାଉଛି। ମଙ୍ଗଳବାର ହଳଦିଆପଦର ଦେଇ ଲାଞ୍ଜିପଲ୍ଲୀ ପଟକୁ ଆସୁଥିବା ଏକ ବାଇକ୍କୁ ଟ୍ରକ୍ ଧକ୍କା ଦେବାରୁ ଝିଅଙ୍କ ମୃତ୍ୟୁ ଘଟିଥିବା ବେଳେ ବାପା ଆହତ ହୋଇଛନ୍ତି। ମଙ୍ଗଳବାର ସନ୍ଧ୍ୟା ପ୍ରାୟ ୬ଟାରେ ଗୋଳନ୍ଥରା ଥାନା ଅନ୍ତର୍ଗତ ପଞ୍ଚମା ଗ୍ରାମର କୈଳାସ ଗୌଡ଼ ତାଙ୍କ ଝିଅ ନନ୍ଦିନୀ (୩୨)ଙ୍କୁ ସ୍କୁଟି (ଓଡ଼ି୦୭ ଡବ୍ଲୁ୨୭୭୨)ରେ ଧରି ଲାଞ୍ଜିପଲ୍ଲୀ ଯାଉଥିଲେ। ପଛପଟୁ ଆସୁଥିବା ମାଲବାହୀ ଟ୍ରକ୍ (ପିବି ୬୫ ଏଟି ୦୮୧୧) ସ୍କୁଟିକୁ ଧକ୍କା ଦେଇଥିଲା। ଫଳରେ ସ୍କୁଟିଚାଳକ କୈଳାସ ଓ ତାଙ୍କ ଝିଅ ପଡ଼ିଯାଇଥିଲେ। ଏପରିକି ଧକ୍କା ଦେଇଥିବା ଟ୍ରକ ଚକା ତଳେ ଚାପି ହୋଇ ଝିଅଙ୍କ ମୃତ୍ୟୁ ଘଟିଥିଲା। ରାଜ୍ୟପାଳ ବ୍ରହ୍ମପୁର ଗସ୍ତରେ ଥିବାରୁ ଘଟଣା ସ୍ଥଳରେ ପୋଲିସ ପହଞ୍ଚିବାରେ ବିଳମ୍ବ ହୋଇଥିଲା। ଫଳରେ ଝିଅର ମୃତଦେହ ନିକଟରେ ଆହତ ବାପା ବହୁ ସମୟ ଧରି କାନ୍ଦୁଥିବା ଦେଖିବାକୁ ମିଳିଥିଲା। ଶେଷରେ ଗୋଷାଣୀନୂଆଗଁା ଥାନାଧିକାରୀ ସୁମିତ କୁମାର ସୋରେନ ଘଟଣାସ୍ଥଳରେ ପହଞ୍ଚି ପିସିଆର ଭ୍ୟାନ ଜରିଆରେ ମହିଳାଙ୍କ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଥିଲେ। ଅନ୍ୟପଟେ ଦୁର୍ଘଟଣା ଘଟାଇଥିବା ଟ୍ରକକୁ ଜବତ କରିବା ସହ ଡ୍ରାଇଭରଙ୍କୁ ଅଟକ ରଖାଯାଇଥିବା ପୋଲିସ ସୂଚନା ଦେଇଛି। ସୂଚନାଯୋଗ୍ୟ, ଗତ ୨୪ ଦିନ ମଧ୍ୟରେ ଏହି ଘଟଣାକୁ ମିଶାଇ ୨ ଜଣ ମହିଳା ଓ ୪ ଜଣ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇ ଚିକିତ୍ସିତ ହେଉଛନ୍ତି।
Posted inଆମ ଜିଲା ଖବର, ଗଞ୍ଜାମ View All
ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା: ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ
ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...
‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’
ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଛତୁଆ ବିଲ୍ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...
ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …
ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...
ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ
ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...
ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍, ଆଉ ତା’ ପରେ…
ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...
୬ ଫୁଟ୍ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼
ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...
Archives


