Posted inRasifala

ରାଶିଫଳ: ଶୁକ୍ରବାର, ଜାନୁଆରି ୩୧ ତାରିଖ – Daily Horoscope

ମେଷ
କୌଣସି ଅତୀତ ଘଟଣା ମନରେ ବାରମ୍ବାର ଆଲୋଡ଼ନ ସୃଷ୍ଟି କରିବା କାରଣରୁ କୌଣସି କାମ ପ୍ରତି ଉତ୍ସାହ ରହି ନ ପାରେ। ବହୁପୂର୍ବରୁ ସ୍ଥିରୀକୃତ ପ୍ରିୟଜନମାନଙ୍କ ସହ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ଲାଭକରି ଖୁସି ରହିପାରନ୍ତି। ଆପଣଙ୍କ ସୁଖ ସମୃଦ୍ଧିରେ ଈର୍ଷାପରାୟଣ ବ୍ୟକ୍ତିମାନେ ସମସ୍ୟା ସୃଷ୍ଟି ପାଇଁ କ୍ଷେତ୍ର ପ୍ରସ୍ତୁତ କରିପାରନ୍ତି।
ବୃଷ
ବୃଷ
ବହୁ ବିଳମ୍ବରେ କାମଗୁଡ଼ିକ ଠିକ୍‌ ଭାବରେ ସମ୍ପନ୍ନ ହେବାମାତ୍ର ମାନସିକ ସ୍ତରରେ ସନ୍ତୁଷ୍ଟ ହୋଇପାରିବେ ନାହିଁ । ଜଣାଶୁଣା ବ୍ୟକ୍ତିଙ୍କ ସହାୟତାରେ ବ୍ୟବସାୟ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ । ଯେତେ ରୋଜଗାର କଲେ କ’ଣ ହେବ, ହାତ ସବୁବେଳେ ଖାଲି ରହିବା ଫଳରେ ମାନସିକ ସ୍ଥିରତା ରହିବ ନାହିଁ ।
ମିଥୁନ
ମିଥୁନ
ଆଜିର କର୍ମକ୍ଷେତ୍ରରେ ଭଲ କରିବାକୁ ଯାଇ ଅପଦସ୍ଥ ହେବେ। ଏଣୁ ଯାହା କିଛି କହିବେ ଭାବିଚିନ୍ତି କହିବା ଓ କରିବା ଭଲ ହେବ । ପ୍ରତ୍ୟେକ କ୍ଷେତ୍ରରେ ବଡ଼ଭାଇପଣିଆ ଦେଖାଇଲେ ଭଲହେବା ବଦଳରେ ମନ୍ଦଫଳ ଭୋଗିବାକୁ ପଡ଼ିପାରେ । ପାରିବାରିକ ତିକ୍ତତା ବୃଦ୍ଧି ପାଇବାକୁ ନେଇ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି।
କର୍କଟ
କର୍କଟ
କାର୍ଯ୍ୟବ୍ୟସ୍ତତା କାରଣରୁ ଆପଣ ଖାଇବା ପିଇବାରେ ଅବହେଳା କରି ନିଜର ସ୍ବାସ୍ଥ୍ୟ ପାଇଁ ନିଜେ ହିଁ ବାଧକ ସାଜିବେ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ, ମାତ୍ର ଭୋଗବିଳାସରେ ବାଧାବିଘ୍ନ ଘଟିପାରେ । ଜିଦ୍‌ରେ ଅଟଳ ରହି କାର୍ଯ୍ୟ ସାଧନ କରିପାରନ୍ତି। କଚେରି ମାମଲା, ଘରୋଇ କଳହ କ୍ଷେତ୍ରରେ ଟେନସନ୍‌ ଦୂର ହେବ ।
ସି˚ହ
ସି˚ହ
ଆଜି ସକାଳୁ ସକାଳୁ ହଠାତ୍‌ ବନ୍ଧୁଙ୍କ ଡାକରା ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ପରିବାରରେ କୌଣସି ସଦସ୍ୟଙ୍କ ସ୍ବାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସ୍ତରରେ ବିଚଳିତ ରହିପାରନ୍ତି। ସଭାସମିତିର ଆଲୋଚନା କାର୍ଯ୍ୟକ୍ରମ ମଧ୍ୟରେ ପରିହାସଯୁକ୍ତ କଥା ସମସ୍ୟା ସୃଷ୍ଟିର କାରଣ ହେବ ।
କନ୍ୟା
ପଦସ୍ଥ ବ୍ୟକ୍ତିଙ୍କ ସାହାଯ୍ୟରୁ ସମସ୍ୟାର ସରଳ ସମାଧାନ ପୂର୍ବକ ପ୍ରତ୍ୟେକ କାର୍ଯ୍ୟକୁ ଯଥା ସମୟରେ ସମ୍ପନ୍ନ କରିପାରିବେ। ପୂର୍ବାଲୋଚନା ଅନୁଯାୟୀ ବନ୍ଧୁ କଥା ରଖି ଯଥା ସମୟରେ ନିର୍ଦ୍ଦିଷ୍ଟ ସ୍ଥାନରେ ଆସିବେ ଏବଂ ଆପଣଙ୍କ କାମ ସୁବିଧାରେ ହୋଇଯିବ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାମରେ ଉଚ୍ଚ ପ୍ରଶଂସା ପାଇବେ।
ତୁଳା
ତୁଳା
ଆଜି ବିଶେଷ କିଛି ଅସୁବିଧା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ଯେକୌଣସି କାରଣକୁ ନେଇ ଟେନ୍‌ସନ ଲାଗିରହିବ। ଆଖି ନଦେଖା କଥାକୁ ବିଶ୍ୱାସ କରି କୌଣସି ପଦକ୍ଷେପ ନେଲେ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିପାରେ। ହଠାତ୍‌ ଜଣେ ବନ୍ଧୁଙ୍କ ଦର୍ଶନ ପାଇଁ ମନ ଛଟପଟ ହେବ, ଫଳରେ ସବୁ କାମ ଛାଡ଼ି ଦୂରକୁ ଯିବାକୁ ପଡ଼ିପାରେ।
ବିଛା
ବିଛା
ନିଜର ଅବହେଳା କାରଣରୁ କିମ୍ବା ଅସାବଧାନତା ଜନିତ ଦ୍ରବ୍ୟନଷ୍ଟ କିମ୍ବା ଧନ ହାନି ଘଟିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ସ୍ତ୍ରୀଙ୍କ ପ୍ରେରଣା ଲାଭକରି ଉପକୃତ ହେବେ । ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ । ସାଂସ୍କୃତିକ କାର୍ଯ୍ୟକ୍ରମ, ସଙ୍ଗୀତ ସମାରୋହ ,ଚଳଚ୍ଚିତ୍ରରେ ସୁନାମ ଅର୍ଜନ କରିବେ ।
ଧନୁ
ଧନୁ
କର୍ମକ୍ଷେତ୍ରରେ ସମସ୍ୟା ଲାଗି ରହିଥିଲେ ମଧ୍ୟ କାମରେ ଅଣହେଳା କରିପାରିବେ ନାହିଁ । ମନ ଭଲ ନ ରହିଲେ ସୁଦ୍ଧା ବନ୍ଧୁଙ୍କ ଅନୁରୋଧ ରକ୍ଷା କରି ତାହାଙ୍କ ସଙ୍ଗରେ ଯିବାକୁ ବାଧ୍ୟ ହେବେ । ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ଆଶଙ୍କା ରହିଛି । ସାମାଜିକ ସ୍ତରରେ ଗଠନମୂଳକ ପ୍ରସ୍ତାବ ନେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ।
ମକର
ମକର
କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କାମକୁ ସହଜରେ ସମାପନ କରିପାରିବେ । ବନ୍ଧୁଙ୍କ ପାଖରେ ବହୁତ ଦିନରୁ ରହିଯାଇଥିବା ବାକି ଟଙ୍କା ଆଜି ଅପରାହ୍ନରେ ପାଇବାର ସମ୍ଭାବନା ରହିଛି । ଦେହ ଭଲ ରହିଲେ ମଧ୍ୟ ସାମୟିକ ପେଟ ଓ ମୁଣ୍ଡ ରୋଗରେ କଷ୍ଟ ପାଇପାରନ୍ତି। ନିଜ ଲୋକମାନଙ୍କ ବିଶ୍ୱାସଘାତକତା ଜନିତ କାର୍ଯ୍ୟହାନି ଘଟିପାରେ।
କୁମ୍ଭ
କୁମ୍ଭ
ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ପଦକ୍ଷେପ ଗ୍ରହଣ କରିବା କାରଣରୁ ପରିବାରରେ ସୁଖ ଶାନ୍ତି ଫେରିଆସିବ। ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ, ଯାହାକି ମୁଣ୍ଡବ୍ୟଥାର କାରଣ ହୋଇପାରେ। ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବାର ଆଶଙ୍କା ରହିଛି। ଆଜି ଆପଣ କୌଣସି ବିବାଦୀୟ ଘଟଣାରେ ଚିହ୍ନା ପଡ଼ିବା ଠିକ୍‌ ହେବନାହିଁ।
ମୀନମୀନ
ଆକସ୍ମିକ ବହୁତ ଟଙ୍କା ଖର୍ଚ୍ଚ କରିଥିବା କାରଣରୁ ଆଜି ହଠାତ୍‌ ଆବଶ୍ୟତା ପୂରଣ କରିବା ସକାଶେ ଧାର କରିବାକୁ ପଡ଼ିବ। ଆଜିର କର୍ମକ୍ଷେତ୍ରରେ କ୍ଳାନ୍ତି ଅନୁଭବ କରିବେ । କୌଣସି କାମ ହାସଲ କ୍ଷେତ୍ରରେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିବାର ଆଶା ରହିଛି। ବନ୍ଧୁଙ୍କ ସହ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ି ହୋଇଯିବାର ସୂଚନା ରହିଛି।

Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ।...

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ।...

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri