ରାଧାରାଣୀ ପାଣି ପଞ୍ଚାୟତକୁ ଶ୍ରେଷ୍ଠ ପୁରସ୍କାର

ପୁରୁଷୋତ୍ତମପୁର,୩୧ା୧(ଡି.ଏନ.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭୀମପୁର ପଞ୍ଚାୟତ ଚାଟମୁଣ୍ଡୁଳି ଗ୍ରାମର ରାଧାରାଣୀ ପାଣିପଞ୍ଚାୟତକୁ ରାଜ୍ୟ ସରକାରଙ୍କ ଉଠା ଜଳ ସେଚନ ବିଭାଗ ପକ୍ଷରୁ ଶ୍ରେଷ୍ଠ ପାଣିପଞ୍ଚାୟତ ଭାବେ ପୁରସ୍କୃତ କରାଯାଇଛି। ଜଳ ସମ୍ପଦ ମନ୍ତ୍ରୀ ରଘୁନନ୍ଦନ ଦାସ ଶୁକ୍ରବାର ଭୁବନେଶ୍ୱର ଓୟୁଏଟିର ସ୍ବାମୀନାଥନ ସମ୍ମିଳନୀ କକ୍ଷରେ ଆୟୋଜିତ ଉତ୍ସବରେ ପାଣି ପଞ୍ଚାୟତର ସଭାପତି ଆଇନଜୀବୀ ମନୋଜ କୁମାର ପଟ୍ଟନାୟକଙ୍କୁ ମାନପତ୍ର, ଟ୍ରଫି ସହ ୫୦ ହଜାର ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି। ଏହି ଉତ୍ସବରେ ସମଗ୍ର ରାଜ୍ୟର ଉଠା ଜଳସେଚନ ବିଭାଗ ପକ୍ଷରୁ ୧୦ ପାଣି ପଞ୍ଚାୟତକୁ ପୁରସ୍କୃତ କରାଯାଇଥିବା ବେଳେ ସେଥିମଧ୍ୟରୁ ଗଞ୍ଜାମ ଜିଲାର ଏକମାତ୍ର ରାଧାରାଣୀ ପାଣିପଞ୍ଚାୟତ ପୁରସ୍କୃତ ହୋଇଛି। ସୂଚନାଯୋଗ୍ୟ ଯେ, ଚାଷୀଙ୍କ କ୍ଷେତକୁ ପାଣି ଯୋଗାଣ ନିମନ୍ତେ ଉଠା ଜଳସେଚନ ବିଭାଗ ପକ୍ଷରୁ ଚାଟମୁଣ୍ଡୁଳି ଗ୍ରାମରେ ନିର୍ମାଣ କରାଯାଇଥିବା ବୋର୍‌ୱେଲକୁ ରାଧାରାଣୀ ପାଣିପଞ୍ଚାୟତକୁ ନ୍ୟସ୍ତ କରାଯାଇଥିଲା। କର୍ମକର୍ତ୍ତା ସୁଚାରୁରୂପେ ପରିଚାଳନା କରି ପ୍ରାୟ ୮୦ଜଣ ଚାଷୀଙ୍କ ୧୨ ହେକ୍ଟର ଜମିକୁ ଏଥିରୁ ଜଳଯୋଗାଣ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ...

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri