ଭୁବନେଶ୍ୱର,୪।୨(ବ୍ୟୁରୋ): ଦେଶର ସ୍ବାଧୀନତା ସଂଗ୍ରାମ ପାଇଁ ଲଢ଼େଇ କରି ନିଜ ସାହସିକତାର ପରିଚୟ ଦେଇଥିବା ଓଡ଼ିଆ ଆଦିବାସୀଙ୍କ ବୀରତ୍ୱ ସମ୍ପର୍କରେ ଜାତୀୟସ୍ତରରେ ପ୍ରଦର୍ଶିତ କରାଯିବ। ଗୁଜରାଟର ନର୍ମଦା ଜିଲାସ୍ଥିତ ଗରୁଡ଼େଶ୍ୱର ଗାଁରେ ସ୍ଥାପନ ହେବାକୁ ଥିବା ଜାତୀୟ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ମ୍ୟୁଜିୟମରେ ସ୍ବାଧୀନତା ସଂଗ୍ରାମ ସହ ଜଡିତ ଆଦିବାସୀଙ୍କ ୫ଟି ବୀରତ୍ୱର ଗାଥାକୁ ଥ୍ରୀ-ଡି ଓ ସେଭେନ-ଡି ଟେକ୍ନୋଲୋଜି ମାଧ୍ୟମରେ ପ୍ରଦର୍ଶିତ କରାଯିବ। ଲୋକ ସଭାରେ କୋରାପୁଟ ଏମ୍ପି ସପ୍ତଗିରି ଉଲ୍ଲାକାଙ୍କ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଆଦିବାସୀ ରାଷ୍ଟ୍ରମନ୍ତ୍ରୀ ରେଣୁକା ସିଂ ସରୁତା କହିଛନ୍ତି, ଦେଶର ପ୍ରମୁଖ ଆଦିବାସୀ ସ୍ବାଧୀନତା ସଂଗ୍ରାମୀଙ୍କ ଜୀବନ ଓ ସଂଘର୍ଷର କାହାଣୀକୁ ୧୬ଟି ପ୍ରମୁଖ ଗ୍ୟାଲେରିରେ ପ୍ରଦର୍ଶିତ କରାଯିବ। ସ୍ବାଧୀନତା ସଂଗ୍ରାମର ଅନ୍ୟାନ୍ୟ ବିଦ୍ରୋହର ଗାଥାକୁ ୯୩ଟି ଜୋନଓ୍ବାରି ପ୍ରଦର୍ଶିତ କରାଯିବ। ଓଡ଼ିଶାର ସଂଗ୍ରାମୀ ବୀର ସୁରେନ୍ଦ୍ର ସାଏ, କୋରାପୁଟ ବିଦ୍ରୋହରେ ଲକ୍ଷ୍ମଣ ନାଏକ, ଗଞ୍ଜାମ ବିଦ୍ରୋହ, ଘୁମୁସର ବିଦ୍ରୋହ, ଖୋଣ୍ଡ ବିଦ୍ରୋହର କାହାଣୀ ଜାତୀୟ ମ୍ୟୁଜିୟମରେ ପ୍ରଦର୍ଶିତ କରାଯିବ।
ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର
ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...
କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…
ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...
ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍ ଜରିଆରେ ଜାଣିହେବ ଗତିବିଧି
ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...
ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…
ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...
ସ୍କୁଲ୍ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍ ଭଡ଼ା
ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...
ବିସ୍ଫୋରକ ବୟାନ ଦେଲେ ବିଜେଡି ନେତା ପ୍ରଭାତ ବିଶ୍ୱାଳ: ପାଣ୍ଡିଆନ ଦମ୍ପତିଙ୍କ ପ୍ରତି ଅବିଚାର ହେଲେ ମୁଁ…
ଭୁବନେଶ୍ୱର,୨୬।୧୨: ବିଜେଡି ପ୍ରତିଷ୍ଠା ଦିବସରେ ଦଳର ନେତା ପ୍ରଭାତ ବିଶ୍ୱାଳଙ୍କ ଖୋଲା ମଞ୍ଚରେ ବଡ଼ ବୟାନ ଦେଇଛନ୍ତି ପ୍ରଭାତ ବିଶ୍ୱାଳ। ସେ ବିଜେଡି ନେତାଙ୍କୁ ଧୋଇଛନ୍ତି...
ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍, କେଜିଏ ସୁନା
ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...
ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ
ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...
Archives


