ମାର୍ଚ୍ଚ ୫ରୁ ମାଲ୍ୟଗିରି ମହୋତ୍ସବ

ପାଲଲହଡା,୫।୨(ଡି.ଏନ.ଏ.) – ପାଲଲହଡ଼ା ଉପଖଣ୍ଡରେ ପୁଣିଥରେ ଆରମ୍ଭ ହେବ ମାଲ୍ୟଗିରି ମହୋତ୍ସବ। ଆସନ୍ତା ମାର୍ଚ୍ଚ ୫ ରୁ ୯ ତାରିଖ ପର୍ଯ୍ୟନ୍ତ ଏହା ଅନୁଷ୍ଠିତ ହେବ। ଏ ନେଇ ମତଗଣନା କେନ୍ଦ୍ରଠାରେ ସୋମବାର ଏକ ପ୍ରସ୍ତୁତି ବୈଠକ ଉପଜିଲାପାଳ ଅଜିତ କୁମାର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ବିଧାୟକ ମୁକେଶ କୁମାର ପାଲ ଯୋଗ ଦେଇଥିଲେ। ସର୍ବସମ୍ମତି କ୍ରମେ ଚଳିତ ବର୍ଷଠାରୁ ଏହି ମହୋତ୍ସବ ପୁନର୍ବାର ଆରମ୍ଭ କରିବା ପାଇଁ ବୈଠକରେ ପ୍ରସ୍ତାବ ଗୃହୀତ ହୋଇଥିଲା।
ମହୋତ୍ସବ ପାଇଁ ଗଠିତ କମିଟିର ସ୍ଥାୟୀ ଅଧ୍ୟକ୍ଷ ଦାୟିତ୍ୱ ବିଧାୟକ ପାଲ ନେଇଥିବା ବେଳେ ଉପଜିଲାପାଳ ସ୍ଥାୟୀ ଆବାହକ, ବିଡିଓ କମିଟି ସମ୍ପାଦକ କାର୍ଯ୍ୟ ତୁଲାଇବେ ବୋଲି ନିଷ୍ପତ୍ତି ନିଆଯାଇଥିଲା। ସେହିପରି ମହୋତ୍ସବର ସୁପରିଚାଳନା ପାଇଁ ଏହି କମିଟି ଅଧୀନରେ ୮ ଗୋଟି ଉପକମିଟି କାର୍ଯ୍ୟ କରିବ ବୋଲି ସ୍ଥିର କରାଯାଇଥିଲା। ଏହି ମହୋତ୍ସବରେ ପଲ୍ଲିଶ୍ରୀ ମେଳା, କବି ସମ୍ମିଳନୀ, ଲୋକକଳା, ଆଦିବାସୀ ନୃତ୍ୟ ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ ହେବ। ଅନ୍ୟମାନଙ୍କ ମଧ୍ୟରେ ପାଲଲହଡା ରାଜା ସାହେବ ରାମଚନ୍ଦ୍ର ମୁନୀପାଳ, ବ୍ଲକ ଅଧ୍ୟକ୍ଷ ନବକିଶୋର ନାୟକ, ପୂର୍ବତନ ଜିଲାପରିଷଦ ଉପସଭାପତି ଗଙ୍ଗାଧର ଜିତ, ତହସିଲଦାର ସ୍ବାଗତ ଦାସ, ଥାନା ଅଧିକାରୀ କିଶୋର ଚନ୍ଦ୍ର ସାମଲ, ସମିତିସଭ୍ୟ ଦିଲୀପ ଉଦାବଳଙ୍କ ସହ ଅଞ୍ଚଳର ବହୁ ବରିଷ୍ଠ ନାଗରିକ, ବୁଦ୍ଧିଜୀବୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଜାଡ଼ରେ ଜିରୋ ନାଇଟ, ସକାଳୁ ନୂଆବର୍ଷ ପାଇଁ ଉତ୍ସବମୁଖର: ଭାଇଚାରା ବାଣ୍ଟିଲେ ଅଞ୍ଚଳବାସୀ

ଦାରିଙ୍ଗବାଡି, ୧ (୧ (ଅରୁଣ ସାହୁ ):ଓଡିଶାର କାଶ୍ମୀର ଦାରିଙ୍ଗବାଡିରେ ଲାଗି ରହିଛି ଶୀତ। ତାପମାତ୍ରା ୭ ଡିଗ୍ରୀ ରହିଥିବାବେଳେ ଶୀତକୁ ଖାତିର ନକରି ସବୁଠି...

ନିଆରା ଢଙ୍ଗରେ ନୂଆବର୍ଷକୁ ସ୍ବାଗତ: ଚା’ ବାଣ୍ଟି ଜଣାଇଲେ ଶୁଭେଚ୍ଛା

ରାଇକିଆ,୧।୧(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳନ ହୋଇଛି ଇଂରାଜୀ ନୂତନ ବର୍ଷ। ଏହାକୁ ନିଆରା ଢଙ୍ଗରେ ପାଳନ...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri