ଅତିରିକ୍ତ ତହସିଲଦାର, ଆର୍‌ଆଇଙ୍କୁ ଆକ୍ରମଣ ଘଟଣା: ରାଜସ୍ବ ଅମଲା, କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ଦ୍ୱିତୀୟ ଦିନରେ

ଭଣ୍ଡାରିପୋଖରୀ୫।୨(ଡି.ଏନ୍‌.ଏ): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ମଞ୍ଜୁରୀରୋଡ଼ଠାରେ ଥିବା ରାଜସ୍ବ ନିରୀକ୍ଷକ(ଆର୍‌ଆଇ)ଙ୍କ କାର୍ଯ୍ୟାଳୟରେ ପଶି ଗତ ସୋମବାର ବାଲିମାଫିଆମାନେ ଗଣ୍ଡଗୋଳ କରିଥିଲେ। ସେମାନଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ଶରତ ଚନ୍ଦ୍ର ସ୍ବାଇଁ ଓ ରାଜସ୍ବ ନିରୀକ୍ଷକ ରାମନାରାୟଣ ସାମଲ ଆହତ ହୋଇଥିଲେ। ଏହି ଘଟଣାରେ ୨୧ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ପୋଲିସ ଜଣଙ୍କୁ ଗିରଫ କରିଛି। ତେବେ ସମସ୍ତ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ରାଜସ୍ବ ଅମଲା ଓ କ୍ଷେତ୍ର କର୍ମଚାରୀଙ୍କ କଲମଛାଡ଼ ଆନ୍ଦୋଳନ ବୁଧବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଏଥିରେ ତହସିଲର ସମସ୍ତ କର୍ମଚାରୀ, ଆର୍‌ଆଇ,ଏ ଆର୍‌ଆଇ ଆନ୍ଦୋଳନରେ ସାମିଲ ହୋଇଛନ୍ତି।

ସୂଚନାଯୋଗ୍ୟ, ସୋମବାର ଆର୍‌ଆଇ ସାମଲ ବନ୍ଦାଳ ବୈତରଣୀ ନଦୀବନ୍ଧ ନିକଟରୁ ବେଆଇନ ଭାବେ ବାଲି ପରିବହନ କରୁଥିବା ୨ ଟ୍ରାକ୍ଟରକୁ ଜବତ କରି କାର୍ଯ୍ୟାଳୟକୁ ଆଣୁଥିବା ବେଳେ ରାସ୍ତାରେ ଡ୍ରାଇଭର ବାଲିକୁ ଢାଳି ଦେଇଥିଲେ। ପରେ ଆର୍‌ଆଇ ସାମଲ ଗାଡ଼ି ନଂ. ଲେଖି ସେଠାରୁ କାର୍ଯ୍ୟାଳୟକୁ ପଳାଇ ଆସିଥିଲେ। ଅତିରିକ୍ତ ତହସିଲଦାର ସ୍ବାଇଁ କାର୍ଯ୍ୟାଳୟରେ ପହଞ୍ଚି ଘଟଣା ସମ୍ପର୍କରେ ବୁଝିଥିଲେ। ଏହି ସମୟରେ ବାଲି ମାଫିଆମାନେ ଠେଙ୍ଗାଧରି ଆର୍‌ଆଇ କାର୍ଯ୍ୟାଳୟରେ ପଶି ଭଙ୍ଗାରୁଜା କରିବା ସହ ଅତିରିକ୍ତ ତହସିଲଦାର ସ୍ବାଇଁ, ଆର୍‌ଆଇ ସାମଲଙ୍କୁ ଆକ୍ରମଣ କରିଥିଲେ। ଏଥିରେ ସେମାନେ ଆହତ ହୋଇଥିଲେ। ଏହା ସହ ପିଅନ ପ୍ରଦୀପ ଜେନା ମଧ୍ୟ ଆହତ ହୋଇଥିଲେ। ଏହି ଘଟଣାରେ ସ୍ଥାନୀୟ ଥାନାରେ ୨୧ ଜଣଙ୍କ ନାମରେ ମାମଲା ରୁଜୁ ହୋଇଥିବା ବେଳେ ଜଣଙ୍କୁ ଗିରଫ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ-ରୋହିତଙ୍କୁ ଦେଖିବାକୁ ପ୍ରଶଂସକଙ୍କ ପ୍ରବଳ ଉତ୍ସାହ: ୮ ମିନିଟ୍‌ରେ ସରିଗଲା ଭାରତ ବନାମ ନ୍ୟୁଜିଲାଣ୍ଡ ଟିକେଟ

ନୂଆଦିଲ୍ଲୀ,୨।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ୍‌ ଜାନୁଆରୀ ୧୧, ୨୦୨୬ରେ ଆରମ୍ଭ ହେବାକୁ ଯାଉଛି। ଏହି ହାଇ-ଭୋଲଟେଜ ମ୍ୟାଚ ପାଇଁ ପ୍ରଶଂସକମାନେ ଉତ୍ସାହିତ।...

ରାଗିକି ପଞ୍ଚମ ହୋଇଗଲେ ଜାଭେଦ ଅଖତର: ଦେଇଦେଲେ ଏମିତି ଧମକ

ପ୍ରବୀଣ ଗୀତିକାର ଜାଭେଦ ଅଖତର ପ୍ରତ୍ୟେକ ପ୍ରସଙ୍ଗରେ ସ୍ପଷ୍ଟ ମତ ରଖିବା ପାଇଁ ଜଣାଶୁଣା। ଅନ୍ୟ ଅନେକ ତାରକାଙ୍କ ପରି, ଆଜିକାଲି ସେ ମଧ୍ୟ ଡିପ୍‌ଫେକ୍‌ର...

ଇନ୍ଦୋରରେ ବିଷାକ୍ତ ପାଣି ଯୋଗୁ ୧୫ ଜଣଙ୍କ ମୃତ୍ୟୁ, ବାନ୍ତି -ଝାଡ଼ାରେ ୩୩୮ ଆକ୍ରାନ୍ତ, ଆଇସିୟୁରେ ୩୨ ରୋଗୀ

ଇନ୍ଦୋର,୨।୧: ମଧ୍ୟପ୍ରଦେଶ ଇନ୍ଦୋରର ଭାଗୀରଥପୁରାରେ ଦୂଷିତ ପାଣି ଯୋଗୁ ଅସୁସ୍ଥ ହେଉଥିବା ରୋଗୀଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗୁରୁବାର ୩୩୮ ଜଣ ନୂଆ ରୋଗୀ...

ଆସନ୍ତାକାଲି ଦେଖିବାକୁ ମିଳିବ ସୁପରମୁନ୍‌, ତା’ ପରେ ଆଉ କେବେ ଜାଣନ୍ତୁ…

ଭୁବନେଶ୍ୱର,୨ା୧: ଆସନ୍ତାକାଲି ଅର୍ଥାତ୍‌ ଶନିବାର ବର୍ଷର ପ୍ରଥମ ‘ସୁପରମୁନ’ ଦେଖିବାକୁ ମିଳିବ। ପୌଷ ପୂର୍ଣ୍ଣିମା ତିଥିରେ ପ୍ରଥମ ‘ସୁପରମୁନ’ ଭାବରେ ଦେଖାଯିବ। ସେହିପରି ୨୦୨୬ର ଦ୍ବିତୀୟ...

ଟିମ୍‌ ଇଣ୍ଡିଆକୁ ମିଳିବ ନୂଆ କୋଚ: ଇଂଲଣ୍ଡର କିମ୍ବଦନ୍ତୀଙ୍କୁ ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ଖୁବଶୀଘ୍ର ଜଣେ ନୂତନ ଶକ୍ତି...

EVM: କର୍ନାଟକରେ ନିର୍ବାଚନ ଆୟୋଗଙ୍କ ସର୍ଭେରେ ପାସ୍‌ କଲା ଇଭିଏମ୍‌, ରାହୁଲଙ୍କୁ ଟାର୍ଗେଟ କଲା ଭାଜପା

ନୂଆଦିଲ୍ଲୀ,୨।୧: କଂଗ୍ରେସ ନେତୃତ୍ୱାଧୀନ କର୍ନାଟକ ସରକାର ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଏକ ସର୍ଭେରେ ଇଭିଏମ ଉପରେ ଜନସାଧାରଣଙ୍କ ଦୃଢ଼ ଆସ୍ଥା ପାଇଛନ୍ତି। ଏହି...

କଳିଯୁଗର ପୁଅ: ନିଜ ବାପାଙ୍କୁ ହତ୍ୟା କରିବାକୁ ଦେଇଥିଲେ ୫ ଲକ୍ଷ ଟଙ୍କା ସୁପାରି, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨।୧: ଜଣେ ଅବସରପ୍ରାପ୍ତ ଭାରତୀୟ ବାୟୁସେନା (IAF) ଅଧିକାରୀଙ୍କ ଗୁଳିମାଡ଼ ଘଟଣାରେ ଗାଜିଆବାଦ ପୋଲିସ ଏକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି। ପୋଲିସ ଦାବି କରିଛି ଯେ...

ଲୋକସେବା ଭବନରେ ରିଲ୍ସ ନେଇ ଆସିବ ଗାଇଡ୍‌ଲାଇନ୍‌, ମନ୍ତ୍ରୀ କହିଲେ ସତ ଜଣାପଡ଼ିଲେ…

ଭୁବନେଶ୍ୱର,୨ା୧: ଲୋକସେବା ଭବନରେ ରିଲ୍ସ କରିବାକୁ ନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଉଦ୍‌ବେଗ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଲୋକସେବା ଭବନରେ ରିଲ୍ସ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri