ବ୍ୟାସ ସରୋବରରେ ହେବ ହରିଣ ପାର୍କ

କଳିଙ୍ଗନଗର, ୬।୨ (ଡି.ଏନ୍‌.ଏ.): ପବିତ୍ର ଭୌମ ଏକାଦଶୀ ତିଥି ଅବସରରେ ବ୍ୟାସନଗରସ୍ଥିତ ପୁରାଣ ପ୍ରସିଦ୍ଧ ବ୍ୟାସ ସରୋବର ପୀଠରେ ବୁଧବାରଠାରୁ ବ୍ୟାସ ସରୋବର ମହୋତ୍ସବ ଆରମ୍ଭ ହୋଇଛି। ବ୍ୟାସନଗର ପୌର ପରିଷଦ ଆନୁକୂଲ୍ୟରେ ଅନୁଷ୍ଠିତ ମହୋତ୍ସବର ପ୍ରଥମ ଦିବସରେ ସକାଳ ୮ଟାରୁ ବ୍ୟାସ ମାରାଥନ୍‌-୨୦୨୦ ଆୟୋଜିତ ହୋଇଥିଲା। ଏଥିରେ ସ୍ଥାନୀୟ ଅଞ୍ଚଳର ଶତାଧିକ ଯୁବତୀଯୁବକ ସାମିଲ ହୋଇଥିଲେ। ଏହି ମାରାଥନ୍‌ ବ୍ୟାସଦେବ ଟାଉନ ହଲ୍‌ଠାରୁ ବାହାରି ମହିଳା କଲେଜ, ଝାଟିଆସାହି, କୋପର୍ଡ ଦେଇ ବ୍ୟାସ ସରୋବର ପୀଠରେ ପହଞ୍ଚତ୍ଥିଲା। ଏହାକୁ କଳିଙ୍ଗନଗର ଅତିରିକ୍ତ ଏସ୍‌ପି ରାଜକିଶୋର ଦୋରା ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କଳିଙ୍ଗନଗର ଅତିରିକ୍ତ ଜିଲାପାଳ ସନ୍ତୋଷ କୁମାର ମିଶ୍ର ଓ ବ୍ୟାସନଗର ପୌର ପରିଷଦ ନିବାର୍ହୀ ଅଧିକାରୀ ଶୁଭେନ୍ଦୁ କୁମାର ଜେନାଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ଶାନ୍ତି, ମୈତ୍ରୀ ଓ ଭାଇଚାରାର ବାର୍ତ୍ତା ନେଇ ପୌର ପରିଷଦ ପକ୍ଷରୁ ଦୀର୍ଘ ୧୪ ବର୍ଷ ଧରି ଏହି ମାରାଥନ୍‌ ଆୟୋଜନ କରାଯାଇଆସୁଛି। ଚଳିତବର୍ଷ ମାରାଥନ୍‌ରେ ଛୁକ୍ଲୁଲାଲ ଟୁଡୁ ପ୍ରଥମ ସ୍ଥାନ ଅଧିକାରୀ କରିଥିବା ବେଳେ ସୁକାନ୍ତ କୁମାର ମଲ୍ଲିକ ଦ୍ୱିତୀୟ ଓ ଜିତେନ୍ଦ୍ର ପଣ୍ଡା ତୃତୀୟ ସ୍ଥାନ ଅଧିକାର କରିଥିଲେ। କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ମହୋତ୍ସବ ଚାଲୁରହିବ।
ସେହିପରି ଉଦ୍‌ଘାଟନୀ ସନ୍ଧ୍ୟାରେ ଆୟୋଜିତ ସଭାରେ ଯାଜପୁର ଜିଲାପାଳ ରଞ୍ଜନ କୁମାର ଦାସ ମୁଖ୍ୟଅତିଥି ଓ ଉପ ଜିଲାପାଳ ନାରାୟଣ ଚନ୍ଦ୍ର ଧଳ, ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ସେଠୀ, ବ୍ୟାସନଗର ପୌର ନିର୍ବାହୀ ଅଧିକାରୀ ଶୁଭେନ୍ଦୁ କୁମାର ଜେନା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ବକ୍ତବ୍ୟ ରଖିଥିଲେ। ଏହି ଅବସରରେ ଜିଲାପାଳ କହିଥିଲେ, ବ୍ୟାସ ସରୋବର ୨୦୦ ଏକର ଜାଗା ଉପରେ ଅବସ୍ଥିତ। ଏହି ସ୍ଥଳକୁ ରାଜ୍ୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା ମିଳିଛି। ତେବେ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ଏଠାରେ ଏକ ହରିଣ ପାର୍କ ତିଆରି କରାଯିବ। ଏବଂ ମହାଭାରତ ବିଷୟବସ୍ତୁରେ ଥିବା ଚରିତ୍ରମାନଙ୍କୁ ନେଇ ଏଠାରେ ଏକ ମଞ୍ଚ ତିଆରି ହେବ। ଏ ନେଇ ନୀଳ ନକ୍ସା ପ୍ରସ୍ତୁତି ସରିଛି। ଚଳିତବର୍ଷଠାରୁ କାର୍ଯ୍ୟାରମ୍ଭ ହେବ ବୋଲି ଜିଲାପାଳ ଦାସ ତାଙ୍କ ବକ୍ତବ୍ୟରେ କହିଥିଲେ। କଳିଙ୍ଗନଗର ଅତିରିକ୍ତ ଜିଲାପାଳ ମିଶ୍ର ସଭା ପରିଚାଳନା କରିଥିଲେ। ମହୋତ୍ସବକୁ ସରସ ସୁନ୍ଦର କରିବାକୁ ପୌର ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଥିବା ବେଳେ ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ବୁଲେଟ୍‌ ଡିକିରୁ ମିଳିଲା ୧.୯୫ ଲକ୍ଷ

ବିନିକା,୨୮।୪(ରାମଗୋପାଳ ବାଘ): ନିର୍ବାଚନରେ ବେଆଇନ ଟଙ୍କା କାରବାର ରୋକିବାକୁ ସୁବର୍ଣ୍ଣପୁର ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚକୁ କଡାକଡି କରାଯାଇଛି। ଏହି କ୍ରମରେ...

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା...

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ...

ପ୍ରଚାର ଜୋରଦାର: ଘରଘର ବୁଲି ଆଶୀର୍ବାଦ ଭିକ୍ଷା କରୁଛନ୍ତି ପ୍ରାର୍ଥୀ

ଖଡ଼ିଆଳ,୨୮।୪(ସୁଜିତ କୁମାର ପ୍ରଧାନ)-ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ନିର୍ବାଚନୀ ଉଷ୍ମତା ସେତେ ବୃଦ୍ଧିପାଉଛି। ନୂଆପଡ଼ା ଜିଲାର ଖଡ଼ିଆଳ ନିର୍ବାଚନ ମଣ୍ଡଳୀରେ ତିନି ପ୍ରମୁଖ ରାଜନୈତିକ...

୮ ବିଧାନସଭା, ୨ ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: ଜାଣନ୍ତୁ କାହାକୁ ମିଳିଲା କେଉଁଠୁ ଟିକେଟ୍‌

ଭୁବନେଶ୍ୱର,୨୮।୪: କଂଗ୍ରେସ ପକ୍ଷରୁ ରବିବାର ୨ ଲୋକ ସଭା ଏବଂ ୮ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ୨ଟି ବିଧାସଭା ଆସନରେ ପ୍ରାର୍ଥୀ...

ବୀରମିତ୍ରପୁର ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଜେଏମ୍‌ଏମ୍‌

କୁଆଁରମୁଣ୍ଡା,୨୮।୪(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପାଇଁ ଇଣ୍ଡିଆମେଣ୍ଟ ପକ୍ଷରୁ ଜେଏମ୍‌ଏମ୍‌ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ...

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ମୁଖ୍ୟମନ୍ତ୍ରୀ: ପ୍ରସ୍ତୁତି ବୈଠକରେ ହୋହଲ୍ଲା

ହିଞ୍ଜିଳିକାଟୁ ୨୮।୪(ଦ୍ବିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ହିଞ୍ଜିଳି ବିଧାନସଭା ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ଏହି...

ଅସହ୍ୟ ହେଲାଣି ତାତି:୪୩ ଉପରେ ୧୨ ସହର ତାପମାତ୍ରା

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)- ରାଜ୍ୟରେ ଅସମ୍ଭାଳ ହେଲାଣି ତାତି। ଘର ବାହାରକୁ ବାହାରିବା ତ’ ଦୂର, ଘର ଭିତରେ ବି ଆଉ ରହିବା ମୁସ୍କିଲ ହୋଇଗଲାଣି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri