କେରଳରୁ ଫେରନ୍ତା ୪ ଜଣଙ୍କ ହେଲା ସ୍ବାସ୍ଥ୍ୟ ପରୀକ୍ଷା

ଫୁଲବାଣୀ ଅଫିସ, ୬ା୨- କରୋନା ଭୟ ଏବେ ସବୁଠି ଘାରିଛି । ଚାଇନାରୁ ଫେରିଥିବା ଜଣେ ଡାକ୍ତରୀ ଛାତ୍ରଙ୍କୁ ନେଇ କନ୍ଧମାଳ ଜିଲା ଫୁଲବାଣୀରେ କରୋନା ଭୂତାଣୁକୁ ନେଇ ଭୟ ସୃଷ୍ଟି ହୋଇଥିଲା । ତାଙ୍କ ନମୂନା ପରୀକ୍ଷା ପରେ ସେ ଏଥିରେ ସଂକ୍ରମିତ ହୋଇ ନ ଥିବା ସ୍ପଷ୍ଟ ହୋଇଛି । କେରଳରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ସେଠାରୁ ଫେରୁଥିବା ଲୋକଙ୍କ ଉପରେ ମଧ୍ୟ ସତର୍କ ଦୃଷ୍ଟି ରଖାଯାଇଥିଲା । କେରଳରେ କାମ କରୁଥିବା ୪ ଜଣ କିଛି ଦିନ ତଳେ ଖଜୁରିପଡା ବ୍ଲକ ଆର.ନୂଆଗାଁକୁ ଫେରିଥିଲେ । ଖଜୁରିପଡା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଏକ ଟିମ୍‌ ଉକ୍ତ ଗ୍ରାମକୁ ଯାଇ ସେମାନଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିଛି । ଥଣ୍ଡା, କାଶ ଏବଂ ଜ୍ୱର ଥିଲେ ଏହା କରୋନା ସଂକ୍ରମିତ ହେବା ସମ୍ଭାବନା ରହିଥିବାରୁ ସେମାନଙ୍କ ପରୀକ୍ଷା କରାଯାଇଥିଲା । ହେଲେ ସେମାନଙ୍କ ପାଖରେ ସେଭଳି କିଛି ଲକ୍ଷଣ ଦେଖା ଯାଇ ନ ଥିଲା । ଡା.ନିମାଇଁ ଚରଣ ବିଶି, ଏଏନ୍‌ଏମ୍‌ ସୁନୀତା ଦାସ, ପିଏଚ୍‌ଇଓ ଜ୍ଞାନରଞ୍ଜନ କହଁର, ସ୍ବାସ୍ଥ୍ୟକର୍ମୀ କୃଷ୍ଣ ଚନ୍ଦ୍ର ପୃଷ୍ଟି, ଆଶା କର୍ମୀ ଗୀତାଞ୍ଜଳି ନାୟକ ଓ କୌଳାସ ଗଣ୍ଡା ଆର.ନୂଆଗାଁକୁ ଯାଇ ସ୍ବାସ୍ଥ୍ୟ ପରୀକ୍ଷା କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପରେ ପୁଣି କଟକରେ ବିଜେଡି ମେଳି, ଅସନ୍ତୋଷ ଝାଡ଼ିଲେ ଦେବାଶିଷ ସାମନ୍ତରାୟ

କଟକ,୨୮ା୧୨: ବିଜେଡି ନେତାଙ୍କର ମେଳି ପରେ ମେଳିର ଫଟୋ ସାମ୍ନାକୁ ଆସୁଛି । ବିଜେଡି ନେତାଙ୍କ ଘନ ଘନ ମେଳିକୁ ନେଇ ରାଜନୈତିକ ଚର୍ଚ୍ଚା ବଢ଼ିବାରେ...

ୟୁକ୍ରେନ୍‌କୁ ବଡ଼ ଚେତାବନୀ ଦେଲେ ପୁଟିନ୍‌

ମସ୍କୋ,୨୮ା୧୨: ରୁଷିଆ-ୟୁକ୍ରେନ୍‌ ଯୁଦ୍ଧକୁ ୪ ବର୍ଷ ପୂରିବାକୁ ଯାଉଛି। ଏହାର ପରିସମାପ୍ତି ପାଇଁ ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଫ୍ଲୋରିଡ଼ାରେ...

ମଇଁଷିର କ୍ଷୀରରେ ତିଆରି ହେଲା ରାଇତା.. ଏବେ ରାବିଜ ଟିକା ପାଇଁ ହସ୍ପିଟାଲରେ ପୁରା ଗ୍ରାମବାସୀ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୨୮ା୧୨:  ଉତ୍ତର ପ୍ରଦେଶର ବଦାଉନରୁ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। କୁକୁର କାମୁଡ଼ାରେ ମୃତ୍ୟୁବରଣ କରିଥିବା ଏକ ମଇଁଷି ଏବେ ସମଗ୍ର ଗାଁ ପାଇଁ...

ବରଗଡ଼ ଧନୁଯାତ୍ରା: ପରିବହନ ବିଭାଗ ଉପରେ ଲଗାଇଲେ ୧୨ ଲକ୍ଷ ଜରିମାନା କଲେ କଂସ ମହାରାଜା

ବରଗଡ଼,୨୮ା୧୨: ବିଶ୍ୱର ସର୍ବବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ ମହାରାଜା କଂସଙ୍କ ଶାସନ ଜାରି ରହିଛି। ନିଜର ନଗର ପରିକ୍ରମା ସମୟରେ ମହାରାଜା ବରଗଡ଼ ସରକାରୀ...

ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ

ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...

ଭୁବନେଶ୍ୱରରେ ରକ୍ତରଞ୍ଜିତ ହେଲା ଭୋଜି: ସାମାନ୍ୟ ଯୁକ୍ତିତର୍କରୁ ବୁଲିଲା ଖଣ୍ଡା, ୨ ଗୁରୁତର

ଭୁବନେଶ୍ୱର,୨୮ା୧୨: ରାଜଧାନୀରେ ପୁଣି ଥରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଶନିବାର ବିଳମ୍ବିତ ରାତିରେ ଖାରବେଳ ନଗର ଥାନା ଅନ୍ତର୍ଗତ ବିଗ୍ ବଜାର ନିକଟରେ ସାମାନ୍ୟ...

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri