ଖୁଣ୍ଟା,୭ା୨(ଡ଼ି.ଏନ୍.ଏ.): ଖୁଣ୍ଟା ବ୍ଲକ ଅଧୀନ ଧାନଘେରା ଏକଲବ୍ୟ ଆଦର୍ଶ ଆବାସିକ ବିଦ୍ୟାଳୟରେ ଗୁରୁବାର କେତେକ ସମସ୍ୟାକୁ ନେଇ ଛାତ୍ର ଅଶାନ୍ତି ଦେଖା ଦେଇଥିଲା। ଉଦଳା ଆଇଟିଡିଏ ପ୍ରକଳ୍ପ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡିଥିବା ଜଣାପଡ଼ିଛି । ଉକ୍ତ ବିଦ୍ୟାଳୟରେ ଷଷ୍ଠରୁ ଦ୍ୱାଦଶ ପର୍ଯ୍ୟନ୍ତ ମୋଟ ୪୦୮ ଜଣ ଛାତ୍ରୀଛାତ୍ର ପଢୁ ଥିବାବେଳେ ସେମାନଙ୍କୁ ନିୟମିତ ଭାବେ ସରକାରଙ୍କ ପକ୍ଷରୁ ପ୍ରତ୍ୟେକ ଆର୍ଥିକ ବର୍ଷର ନଭେମ୍ବର ମାସ ସୁଦ୍ଧା ପୋଷାକ ପତ୍ର ସମେତ ଚପଲ, ବେଡ଼ସିଟ ଓ ଖାତା ଇତ୍ୟାଦି ମିଳି ଆସୁଥିଲା। ମାତ୍ର ଚଳିତ ଆର୍ଥିକ ବର୍ଷର ଫେବୃଆରୀ ମାସ ହୋଇଥିଲେ ହେଁ କେବଳ ଷଷ୍ଠରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରମାନେ ପୋଷାକ ପାଇଥିବା ବେଳେ ଅନ୍ୟ ସାମଗ୍ରୀ ପାଇ ନାହାନ୍ତି । ସେହିପରି ଦଶମ ଠାରୁ ଦ୍ୱାଦଶ ପର୍ଯ୍ୟନ୍ତ ଶ୍ରେଣୀର ଛାତ୍ରୀଛାତ୍ରମାନେ କୌଣସି ସାମଗ୍ରୀ ପାଇ ନାହାନ୍ତି। ଏପରିସ୍ଥଳେ ଫେବୃଆରୀ ମାସଠାରୁ ବିଭିନ୍ନ ଶ୍ରେଣୀର ପରୀକ୍ଷା ଆରମ୍ଭ ହେବାକୁ ଥିବାବେଳେ ପରୀକ୍ଷା ପରେ ଏସବୁ ସାମଗ୍ରୀ ମିଳିବକି ନାହିଁ ଏହି ଆଶଙ୍କାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଗୁରୁବାର ଛାତ୍ରୀଛାତ୍ରମାନେ ଶ୍ରେଣୀକୁ ନ ଯାଇ ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଏକତ୍ରିତ ହୋଇ ସେମାନଙ୍କ ଦାବି ଉପସ୍ଥାପନ କରିଥିଲେ। ଅଧ୍ୟକ୍ଷ ପ୍ରଶାନ୍ତ କୁମାର ରାୟଗୁରୁ ପିଲାମାନଙ୍କୁ ବୁଝାସୁଝା କରିଥିଲେ ହେଁ କୌଣସି ସୁଫଳ ମିଳି ନ ଥିଲା। ଖବର ପାଇ ଉଦଳା ଆଇଟିଡିଏର ପ୍ରକଳ୍ପ ପ୍ରଶାସକ ଦେବଦତ୍ତ ପଣ୍ଡା ପହଞ୍ଚି ଛାତ୍ରୀଛାତ୍ରମାନଙ୍କ ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ। ଆସନ୍ତା ସୋମବାର ସୁଦ୍ଧା ସମସ୍ତ ସାମଗ୍ରୀ ପିଲାମାନଙ୍କୁ ଯୋଗାଇ ଦିଆଯିବା ବୋଲି ପ୍ରକଳ୍ପ ପ୍ରଶାସକ ପଣ୍ଡା ପ୍ରତିଶ୍ରୁତି ଦେବାପରେ ଛାତ୍ରୀଛାତ୍ରମାନେ ଶାନ୍ତ ପଡ଼ିଥିଲେ ।
Posted inଆମ ଜିଲା ଖବର, ମୟୂରଭଞ୍ଜ View All
ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ
ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...
ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…
ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...
ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ
ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...
ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…
ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...
ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍: ପୁରୁଷୋତ୍ତମପୁର ଏସ୍ଡିପିଓ, ଗଞ୍ଜାମ ଥାନା ପ୍ରଥମ
ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍ ନେଟ୍ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍ଏସ୍) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍...
ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …
ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...
ଗଞ୍ଜାମ ଜିଲା ଭାଜପା ସମ୍ପାଦକ ଭାବେ ମନୋନୀତ ହେଲେ ଦୁର୍ଯ୍ୟୋଧନ ରେଡ୍ଡି, ଗୁରୁ ଦାୟିତ୍ୱ ମିଳିବା ପରେ…
ଗଞ୍ଜାମ,୧।୧(ବିଦ୍ୟାଧର ସାହୁ /ଦିଲ୍ଲୀପ ସାମଲ): ଭାରତୀୟ ଜନତା ପାର୍ଟି(ଭାଜପା) ଗଞ୍ଜାମ ଜିଲା ସମ୍ପାଦକ ଭାବେ ଏନ୍ ଦୁର୍ଯ୍ୟୋଧନ ରେଡ୍ଡି (ପିତୁ ଭାଇ)ଙ୍କୁ ମନୋନୀତ କରିଛି ।...
ନୂଆବର୍ଷରେ କର୍ମୀଙ୍କ ବ୍ୟାନର ଓ୍ବାର, ନୂଆନୂଆ ଚେହେରା ଦେଖି…
ଧର୍ମଶାଳା,୧ା୧(ଶିବପ୍ରସାଦ ମହାନ୍ତି): ବିଦାୟ ନେଇଛି ବର୍ଷ ୨୦୨୫, ଆରମ୍ଭ ହୋଇଛି ନବବର୍ଷ ୨୦୨୬। ଏଥିପାଇଁ ଅନେକ ପ୍ରସ୍ତୁତି ମଧ୍ୟ ହୋଇଛି। ସବୁଠି ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ...
Archives


