ବରିଷ୍ଠ ସାମ୍ବାଦିକଙ୍କ ପତ୍ନୀ ବିୟୋଗ

ଭୁବନେଶ୍ୱର,୭।୨(ବ୍ୟୁରୋ): ଧରିତ୍ରୀର ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ୱର ସଂସ୍କରଣ ମୁଖ୍ୟ ଉପେନ୍ଦ୍ର ପ୍ରସାଦ ମହାଲାଙ୍କ ଧର୍ମପତ୍ନୀ ପ୍ରଭାତୀ ମହାଲା(୫୧)ଙ୍କ ଗୁରୁବାର ରାତି ସାଢ଼େ ୧୦ଟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ସେ ୨୦୧୮ ନଭେମ୍ବରରୁ କର୍କଟ ରୋଗରେ ପୀଡ଼ିତ ଥିଲେ। ଗତବର୍ଷ ତାଙ୍କର ଅସ୍ତ୍ରୋପଚାର କରାଯାଇଥିଲା। ତେବେ ଗତ କିଛି ଦିନ ତଳେ ତାଙ୍କର ମସ୍ତିଷ୍କ ଓ ଫୁସ୍‌ଫୁସ ସଂକ୍ରମିତ ହୋଇଥିଲା। ସୋମବାର ସ୍ବାସ୍ଥାବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱରର ସ୍ପର୍ଶ ହସ୍ପିଟାଲରେ ପ୍ରଥମେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଗୁରୁବାର ରାତିରେ କେୟାର ହସ୍ପିଟାଲକୁ ନିଆଯାଇଥିଲା। ସେଠାରେ ଚିକିତ୍ସା ଆରମ୍ଭର କିଛି ସମୟ ମଧ୍ୟରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ସ୍ବାମୀ ଉପେନ୍ଦ୍ର, ପୁଅ ଅନନ୍ୟ ଅନୁପମ ଏବଂ କନ୍ୟା ଉପନୀତା ଉପସ୍ଥିତ ଥିଲେ। ତାଙ୍କର ଅନ୍ତିମ ସଂସ୍କାର ପୁରୀ ସ୍ବର୍ଗଦ୍ୱାରଠାରେ ସମ୍ପନ୍ନ ହେବ ବୋଲି ପରିବାର ପକ୍ଷରୁ ସୂଚନା ମିଳିଛି। ପ୍ରକାଶ ଯେ, ଉପେନ୍ଦ୍ରଙ୍କ ପୈତୃକ ଘର ଭଦ୍ରକ ଜିଲା ବାଣିତିଆ ଗ୍ରାମରେ। ସେ ଦୀର୍ଘ ୩୦ରୁ ଊର୍ଦ୍ଧ୍ୱ ବର୍ଷ ହେବ ଧରିତ୍ରୀର ସମ୍ପାଦନା ବିଭାଗରେ କାର୍ଯ୍ୟ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତଳ ମୁହାଁ ପାରଦ: ଜି.ଉଦୟଗିରିରେ ୩.୧ ଡିଗ୍ରୀ

ଜି.ଉଦୟଗିରି, ୧୨ା୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ଅଞ୍ଚଳରେ ୨ ସପ୍ତାହ ହେବ ହାଡ଼ଭଙ୍ଗା ଶୀତରେ ଲୋକମାନେ ଅସ୍ତବ୍ୟସ୍ତ ହୋଇ ପଡୁଛନ୍ତି। ଜାଡ଼ ଥଣ୍ଡା ସହ...

ଜାତୀୟ ଯୋଗାସନ ପ୍ରତିଯୋଗୀତା ପାଇଁ ୭ ମନୋନୀତ

ଦିଗପହଣ୍ଡି,୧୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଠାରେ ୨ ଦିନିଆ ରାଜ୍ୟସ୍ତରୀୟ ବାଳିକା ଯୋଗାସନ...

ରାହୁଲଙ୍କ ବୈଠକରେ ଥରୁର ଅନୁପସ୍ଥିତ: ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୧୨।୧୨: କଂଗ୍ରେସ ଏମ୍‌ପି ଶଶି ଥରୁର ଶୁକ୍ରବାର ରାହୁଲ ଗାନ୍ଧୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦଳର ଲୋକ ସଭା ଏମ୍‌ପି ବୈଠକରେ ଯୋଗ ଦେଇ ନ ଥିଲେ।...

ଚାଲାଣ ହେଉଥିଲା କଫ୍‌ ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୧୨ା୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ଶୁକ୍ରବାର ସହର ଉପକଣ୍ଠ କଟାପାଲି କେନାଲ ରାସ୍ତାରେ ବିପୁଳ ପରିମାଣରେ କଫ୍‌ ସିରପ୍‌ ଜବତ କରିଛି। ଏହା...

ଭାରତ ବିରୋଧରେ ପାକିସ୍ତାନର ନୂଆ ଚାଲ, ସହଯୋଗ କରୁଛି ଚାଇନା!

ନୂଆଦିଲ୍ଲୀ,୧୨।୧୨: ଦକ୍ଷିଣ ଏସିଆର ସର୍ବପୁରାତନ ଆଞ୍ଚଳିକ ସଂଗଠନ ସାର୍କ ସମ୍ପର୍କରେ ପାକିସ୍ତାନ ପୁଣି ଥରେ ଭାରତ ବିରୁଦ୍ଧରେ ଏକ ବିଷାକ୍ତ ବିବୃତ୍ତି ଆରମ୍ଭ କରିଛି। ପାକିସ୍ତାନର...

‘ଧମକ ସେହିମାନେ ଦିଅନ୍ତି, ଯେଉଁମାନେ…’, SIR ବିରୋଧରେ ମମତାଙ୍କ ବୟାନକୁ ନେଇ ଭାଜପା ଖପ୍ପା!

ନୂଆଦିଲ୍ଲୀ/କୋଲକାତା,୧୨।୧୨: ପଶ୍ଚିମବଙ୍ଗରେ SIR ଉପରେ ଚାଲିଥିବା ବିବାଦ ମଧ୍ୟରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏକ ବିବୃତ୍ତି ଦେଇ ରାଜନୈତିକ ବିବାଦକୁ ଆହୁରି ବଢ଼ାଇ ଦେଇଛନ୍ତି। ଗୁରୁବାର...

ଆସନ୍ତା ୭ ଦିନ ହେବ ବର୍ଷା! ୫୫ କିଲୋମିଟର ବେଗରେ ବହିବ ପବନ

ଚେନ୍ନାଇ,୧୨।୧୨: ତାମିଲନାଡୁରେ ଉତ୍ତର-ପୂର୍ବ ମୌସୁମୀ ବାୟୁ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅକ୍ଟୋବର ୧୬ରେ ଆରମ୍ଭ ହୋଇଥିବା ଉତ୍ତର-ପୂର୍ବ ମୌସୁମୀ ବାୟୁ ନଭେମ୍ବରରେ ନିରାଶାଜନକ ଥିଲା। ତଥାପି,...

ଅଶ୍ୱିନୀ ବୈଷ୍ଣବ ବଡ଼ ଘୋଷଣା: କୃଷକ ହେବେ….

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ଶୁକ୍ରବାର ତିନୋଟି ପ୍ରମୁଖ ନିଷ୍ପତ୍ତି ନେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ୨୦୨୭...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri