Posted inଜାତୀୟ

କେରଳ ସରକାର ବଜେଟର କଭର ପେଜ୍‌ରେ ଛାପିଲେ ଗାନ୍ଧୀଙ୍କ ମୃତ୍ୟୁ ବେଳର ଫଟୋ: ତେଜିଲା ବିବାଦ

ଥିରୁଭାନନ୍ଥପୁରମ,୭।୨: କେରଳ ସରକାରଙ୍କ ଦ୍ୱାରା ଆର୍ଥିକ ବର୍ଷ ୨୦୨୦-୨୧ ପାଇଁ ପ୍ରକାଶ କରାଯାଇଥିବା ବଜେଟର କଭର ପେଜ୍‌କୁ ନେଇ ଏବେ ବିବାଦ ମୁଣ୍ଡ ଟେକିଛି। କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ସରକାର ଏବେ ଏହାକୁ ନେଇ ଚର୍ଚ୍ଚାର ପରିସରକୁ ଚାଲିଆସିଛନ୍ତି। ବଜେଟର କଭର ପେଜ୍‌ରେ ଜାତିରପିତା ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁ ସମୟର ଏକ ପେଣ୍ଟିଂକୁ ସ୍ଥାନ ଦେଇ ଏବେ କେରଳ ସରକାର ବିବାଦ ଘେରକୁ ଚାଲି ଆସିଛନ୍ତି। ଏହାର ସଫେଇ ଦେବାକୁ ଯାଇ କେରଳର ଅର୍ଥମନ୍ତ୍ରୀ କହିଛନ୍ତି ଏହା ଏକ ପଲିଟିକାଲ ଷ୍ଟେଟମେଣ୍ଟ। ଏହା ଜଣେ ମାଲୟାଲମ ଚିତ୍ରଶିଳ୍ପୀଙ୍କ ପେଣ୍ଟିଂ ବୋଲି ସେ କହିଛନ୍ତି। ଏହା ମାଧ୍ୟମରେ ଆମେ ବାର୍ତ୍ତା ଦେବାକୁ ଚାହୁଁଛୁ ଯେ ମହାତ୍ମା ଗାନ୍ଧୀଙ୍କୁ କିଏ ହତ୍ୟା କରିଥିଲା। ସେ ଆହୁରି ମଧ୍ୟ ଅଭିଯୋଗ କରିଛନ୍ତି କି ଏବେ ଇତିହାସ ପୁଣିଥରେ ଲେଖାଯାଉଛି। ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି) ଆଳରେ ଦେଶ ଓ ସମ୍ପ୍ରଦାୟ ମଧ୍ୟରେ ବିଭାଜନ ସୃଷ୍ଟି ହେଉଛି ବୋଲି ସେ କହିଛନ୍ତି। ଏବେ କିଛି ଲୋକପ୍ରିୟ ସ୍ମୃତିକୁ ଲିଭାଇବାକୁ ଚେଷ୍ଟା କରାଯାଉଛି ହେଲେ କେରଳ ଏକତାର ସୂତ୍ରରେ ବାନ୍ଧି ରହିଛି ବୋଲି ଯୁକ୍ତି ବାଢିଛନ୍ତି ଅର୍ଥମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri