Posted inଖେଳ

ମହିଳା ତ୍ରିରାଷ୍ଟ୍ରୀୟ ସିରିଜ୍‌: ହାରିଲା ଭାରତ

ମେଲବୋର୍ନ, ୭।୨- ଚଳିତ ତ୍ରିରାଷ୍ଟ୍ରୀୟ ମହିଳା ଟି୨୦ ସିରିଜ୍‌ରେ ଭାରତୀୟ ଦଳ ଶୁକ୍ରବାର ଦ୍ୱିତୀୟ ପରାଜୟବରଣ କରିଛି। ଇଂଲଣ୍ଡ ଦଳ ୪ ଉଇକେଟରେ ଭାରତକୁ ହରାଇ ଦେଇ ପଏଣ୍ଟ ଟେବୁଲର ଶୀର୍ଷ ସ୍ଥାନ ଅଧିକାର କରିଛି। ହରମନପ୍ରୀତ କୌରଙ୍କ ନେତୃତ୍ୱାଧୀନ ଭାରତୀୟ ଦଳ ଶନିବାର ତା’ର ଅନ୍ତିମ ମ୍ୟାଚ୍‌ରେ ଘରୋଇ ଅଷ୍ଟ୍ରେଲିଆକୁ ଭେଟିବ।
ଟସ୍‌ ଜିତି ଇଂଲଣ୍ଡ ଅଧିନାୟିକା ହେଥର ନାଇଟ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା ଭାରତୀୟ ଦଳ ଧାର୍ଯ୍ୟ ୨୦ ଓଭରରେ ୬ ଉଇକେଟ ହରାଇ ୧୨୩ ରନ୍‌ କରିଥିଲା। ଦଳ ପାଇଁ ସ୍ମୃତି ମନ୍ଧାନା ୪୫, ଜେମିମା ରୋଡ୍ରିଗୁଏଜ ୨୩ ଓ ଅଧିନାୟିକା ହରମନପ୍ରୀତ ୧୪ ରନ୍‌ କରିଥିଲେ। ଏମାନଙ୍କ ଛଡ଼ା ଅନ୍ୟ କୌଣସି ଖେଳାଳି ଦୁଇ ଅଙ୍କ ସ୍କୋର ଛୁଇଁ ପାରି ନ ଥିଲେ। ଇଂଲଣ୍ଡ ପକ୍ଷରୁ ଆନ୍ୟା ଶରୁବସୋଲ ୩ ଓ କାଥେରିନ ବ୍ରୁଣ୍ଟ ୨ ଉଇକେଟ ହାସଲ କରିଥିଲେ। ଜବାବରେ ଇଂଲଣ୍ଡ ଇନିଂସ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୮ ରନ୍‌ରେ ୩ ଉଇକେଟ ହରାଇ ସାରିଥିଲା। ମାତ୍ର ନାଟାଲି ସ୍କିଭର ବିସ୍ଫୋରକ ୫୦ ରନ୍‌ ସ୍କୋର କରିଥିଲେ। ତାଙ୍କୁ ଅଧିନାୟିକା ନାଇଟ୍‌ ୧୮ ଓ ଫ୍ରାନ ଓ୍ବିଲସନ (୨୦) ଉପଯୁକ୍ତ ସହଯୋଗ କରିଥିଲେ। ଫଳରେ ଇଂଲଣ୍ଡ ୧୮.୫ ଓଭରରେ ୬ ଉଇକେଟ କ୍ଷତିରେ ୧୨୪ ରନ୍‌ କରି ମ୍ୟାଚ୍‌ ଜିତିନେଇଛି। ଟିମ୍‌ ଇଣ୍ଡିଆ ଲାଗି ରାଜେଶ୍ୱରୀ ଗାଏକ୍ୱାଡ ୩ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri