ହୋଲ୍ଡିଂ ଟିକସ ଆଦାୟର ଶୁଭାରମ୍ଭ କଲେ କିନ୍ନର

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ବକେୟା ହୋଲ୍ଡିଂ ଟିକସ ଆଦାୟ କରିବାର ନୂଆ ରଣନୀତି ଭାବେ ଟି.ଜି. ସ୍ବୀକୃତି ଏସ୍‌ଏଚ୍‌ଜି ଗ୍ରୁପ୍‌କୁ ଏକ ବୁଝାମଣାପତ୍ର ମାଧ୍ୟମରେ ଦାୟିତ୍ୱ ଦିଆଯାଇଥିଲା। ଶୁକ୍ରବାର କିନ୍ନର କର୍ମଚାରୀମାନେ କର୍ମକ୍ଷେତ୍ରକୁ ଓହ୍ଲାଇବା ସହ କାର୍ଯ୍ୟକ୍ରମର ଶୁଭାରମ୍ଭ ବିଏମ୍‌ସି ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଛି। ମୁଖ୍ୟଅତିଥି ଭାବେ ଯୋଗଦେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧାରୀ କହିଛନ୍ତି ଯେ, ବକେୟା ହୋଲ୍ଡିଂ ଟିକସ ଆଦାୟ କରିବାକୁ ଏଭଳି ଭିନ୍ନ ଧରଣର କାର୍ଯ୍ୟକ୍ରମ ଦ୍ୱାରା ଦୁଇଟି ମୁଖ୍ୟ ଉଦ୍ଦେଶ୍ୟ ସାଧନ ହେବ। ପ୍ରଥମଟି ହେଲା, ସାମାଜିକ ସ୍ରୋତରେ କିନ୍ନରମାନଙ୍କୁ ସାମିଲ କରାଇ ସେମାନଙ୍କର ଆର୍ଥିକ ସ୍ଥିତିକୁ ଦୃଢ କରିବା, ଦ୍ୱିତୀୟଟି ବିଏମ୍‌ସିର ବକେୟା ଟିକସ ଆଦାୟକୁ ବଢାଇବା। ଯାହା ବିଏମ୍‌ସିର ବିକାଶକୁ ତ୍ୱରାନ୍ବିତ କରିବ। ଏହି ଅବସରରେ ଟି.ଜି. ସ୍ବୀକୃତି ଗ୍ରୁପ୍‌ର ୟୁନିଫର୍ମଧାରୀ ୧୦ ଜଣ ସଦସ୍ୟାଙ୍କୁ ପରିଚୟ ପତ୍ର ପିନ୍ଧାଇଥିଲେ କମିଶନର ଚୌଧାରୀ, ଅତିରିକ୍ତ କମିଶନର ସୁରଥ ଚନ୍ଦ୍ର ମଲ୍ଲିକ୍‌, ଅବନୀକାନ୍ତ ପଟ୍ଟନାୟକ ଏବଂ ଡେପୁଟି କମିଶନର ଶ୍ରୀମନ୍ତ ମିଶ୍ର। ଏହାପରେ ସମ୍ପୃକ୍ତ ଗ୍ରୁପ୍‌ ନିଜ ନିଜର ନାରା ବା ସ୍ଲୋଗାନ୍‌ ‘ଟ୍ୟାକ୍ସ ଦିଜିଏ ଦୁଆ ଲିଜିଏ’ କହିଥିଲେ। ପରେ ସେମାନେ ସ୍ଥାନୀୟ ଶହୀଦନଗରକୁ ଯାଇ ଟିକସ ବକେୟା ଥିବା ୪ ମାଲିକଙ୍କୁ ଭେଟିଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣ ମାଲିକଙ୍କଠାରୁ ବକେୟା ରାଶି ୬୬,୨୪୬ ଟଙ୍କା ଆଦାୟ କରିଥିଲେ।
ଟି.ଜି. ସ୍ବୀକୃତି ଗ୍ରୁପ୍‌ର ସଭାପତି ମେଘନା ସାହୁ କହିଛନ୍ତି ଯେ, ଆଜିର ଦୁନିଆରେ କିନ୍ନରମାନଙ୍କୁ ଅନେକ କ୍ଷେତ୍ରରେ ହତାଦର କରାଯାଉଛି। ସେମାନଙ୍କୁ ଉପଯୁକ୍ତ ରୋଜଗାର ପନ୍ଥା ନ ମିଳୁଥିବା ବେଳେ ବିଏମ୍‌ସି ପକ୍ଷରୁ ଏପରି ସୁଯୋଗ ଆମ ପାଇଁ ଆର୍ଥିକ ମାନଦଣ୍ଡ ଦୃଢ କରିବାରେ ସହଯୋଗ କରିବ ଭାବି ଆମେ ଏହାକୁ ଆପଣାଇଛୁ। ଆମ ଗ୍ରୁପ୍‌ର ସମସ୍ତ ସଦସ୍ୟା ବିଏମ୍‌ସିର ଏହି ଆଭିମୁଖ୍ୟ ପୂରଣ କରିବାକୁ ସର୍ବଦା ଚେଷ୍ଟା କରିବୁ, ଯାହା ଉଭୟଙ୍କ ପାଇଁ ମଙ୍ଗଳକର ହେବ। ତେବେ ବିଏମ୍‌ସିର ବକେୟା ରାଶି ବର୍ତ୍ତମାନ ସୁଦ୍ଧା ୧୧ କୋଟିରୁ ଅଧିକ ରହିଥିବା ବେଳେ ଏହାକୁ ଆଦାୟ କରିବାକୁ ଅଣ୍ଟା ଭିଡ଼ିଛି ଉକ୍ତ ଗ୍ରୁପ୍‌। ବୁଝାମଣା ପତ୍ର ଅନୁଯାୟୀ, ଅଧିକରୁ ଅଧିକ ଆଦାୟ କରିପାରିଲେ ନିର୍ଦ୍ଧାରିତ ସ୍ଲାବ୍‌ ଅନୁସାରେ ଏହି ଗ୍ରୁପ୍‌କୁ ଅଧିକ ପ୍ରୋତ୍ସାହନ ରାଶି ମିଳିପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri