ଜାତୀୟ ପୁରସ୍କାର ପାଇବାରେ ରେକର୍ଡ କରିଛନ୍ତି ଓଡ଼ିଶା ଶିଳ୍ପୀ

ଭୁବନେଶ୍ୱର, ୮ା୨(ବ୍ୟୁରୋ): ହସ୍ତଶିଳ୍ପ, ବୟନ ଓ ହସ୍ତତନ୍ତ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଶୁକ୍ରବାର ଜନତା ମଇଦାନଠାରେ ଉଦ୍‌ଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରଦର୍ଶନୀକୁ ଉଦ୍‌ଘାଟନ କରି କହିଥିଲେ, ହସ୍ତଶିଳ୍ପର ବିକ୍ରୟ ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥିଲାଗି ବଜାର ସୃଷ୍ଟି ନିମନ୍ତେ ଭୁବନେଶ୍ୱର, ପୁରୀ ଓ କୋଣାର୍କରେ ସ୍ଥାୟୀ ଆଉଟ୍‌ଲେଟ୍‌ର ବ୍ୟବସ୍ଥା କରାଯାଇଛି। ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ ହସ୍ତଶିଳ୍ପକୁ ଆଧାର କରି ବର୍ତ୍ତମାନ ୧ ଲକ୍ଷ ୩୦ ହଜାରରୁ ଊର୍ଦ୍ଧ୍ୱ କାରିଗର ବିଭିନ୍ନ ସାମଗ୍ରୀ ଉତ୍ପାଦନ କରୁଛନ୍ତି। ହସ୍ତଶିଳ୍ପ କ୍ଷେତ୍ରରେ ସର୍ବାଧିକ ଜାତୀୟସ୍ତରୀୟ ପୁରସ୍କାର ହାସଲ କରିବାରେ ଓଡ଼ିଶାର କାରିଗର ଓ ଶିଳ୍ପୀମାନେ ଆଗରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୬୮ ହସ୍ତଶିଳ୍ପୀ ଜାତୀୟ ପୁରସ୍କାର ହାସଲ କରିଛନ୍ତି। ସେମାନଙ୍କ ମଧ୍ୟରୁ ୪ ପଦ୍ମ ପୁରସ୍କାର ପାଇଥିବାବେଳେ ୧୧ ଶିଳ୍ପୀଗୁରୁ ଭାବେ ସମ୍ମାନିତ ହୋଇଛନ୍ତି। ଏହାବ୍ୟତୀତ ୨୯୦ ହସ୍ତଶିଳ୍ପୀ ରାଜ୍ୟସ୍ତରୀୟ ପୁରସ୍କାର ପ୍ରାପ୍ତ କରିଛନ୍ତି ବୋଲି ମହାପାତ୍ର କହିଛନ୍ତି।
ଓଡ଼ିଶା ସରକାର ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ହସ୍ତଶିଳ୍ପର ବିକାଶ ପାଇଁ ବିଭିନ୍ନ ପ୍ରୋତ୍ସାହନ ପ୍ରଦାନ କରୁଛନ୍ତି। ବଜାର ସହାୟତା ପାଇଁ ପ୍ରଦର୍ଶନୀମାନ ଆୟୋଜନ କରାଯାଉଛି। ଏହାବ୍ୟତୀତ ‘ଉତ୍କଳିକା’ ମାଧ୍ୟମରେ ଅନ୍‌ଲାଇନ୍‌ ମାର୍କେଟିଂର ବ୍ୟବସ୍ଥା କରାଯାଇଛି। ଅହମ୍ମଦାବାଦସ୍ଥିତ ରାଷ୍ଟ୍ରୀୟ ନମୁନା ବିକାଶ ଅନୁଷ୍ଠାନ ସହଯୋଗରେ ଭୁବନେଶ୍ୱର ଗଣ୍ଡମୁଣ୍ଡାସ୍ଥିତ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନରେ ନମୁନା କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ବାଲେଶ୍ୱରରେ ଆଞ୍ଚଳିକ ହସ୍ତଶିଳ୍ପ ତାଲିମ ଓ ନମୁନା ବିକାଶ ଆଧାରିତ ପାଠ୍ୟକ୍ରମ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି। ଖଣ୍ଡଗିରିରେ ସାଧାରଣ ସୁବିଧାକେନ୍ଦ୍ର ପ୍ରତିଷ୍ଠା କରାଯାଇ ଅଧିକ ଉତ୍ପାଦନ, ମାନ ନିର୍ଦ୍ଧାରଣ ଓ ଉଚ୍ଚସ୍ତରୀୟ ବନ୍ଧେଇର ବ୍ୟବସ୍ଥା କରାଯାଇଛି ବୋଲି ମହାପାତ୍ର କହିଛନ୍ତି। ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ମାଧ୍ୟମରେ ଏଥର ଫେବୃୟାରୀ ୭ରୁ ୧୬ ପର୍ଯ୍ୟନ୍ତ ଏହି ରାଜ୍ୟସ୍ତରୀୟ ପ୍ରଦର୍ଶନୀର ଆୟୋଜନ କରାଯାଇଛି। ଏଠାରେ ମୋଟ ୧୦୪ ଷ୍ଟଲ୍‌ରେ ୧୩୬ କାରିଗର ବିଭିନ୍ନ ପ୍ରକାର ହସ୍ତଶିଳ୍ପ ସାମଗ୍ରୀ ବିକ୍ରି କରୁଛନ୍ତି। କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣପୁର, ବରଗଡ଼, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଜଗତ୍‌ସିଂହପୁର, ଭଦ୍ରକ, କଟକ, ନବରଙ୍ଗପୁର, ସମ୍ବଲପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ଜିଲାର ବିଭିନ୍ନ କଳାକୃତି ଏଠାରେ ଦେଖିବାକୁ ମିଳୁଛି। ପ୍ରଦର୍ଶନୀ ମାଧ୍ୟମରେ ୭୫ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି କରାଯିବାକୁ ଲକ୍ଷ୍ୟ ରଖାଯାଇଛି। ଉଦ୍‌ଘାଟନୀ ଉତ୍ସବରେ ବିଭାଗୀୟ ସ୍ବତନ୍ତ୍ର ସଚିବ ଶ୍ରୀକାନ୍ତ ପୃଷ୍ଟି, ବିଭାଗୀୟ ଅତିରିକ୍ତ ସଚିବ ବୃନ୍ଦାବନ ବେହେରା, ହସ୍ତଶିଳ୍ପ ନିର୍ଦ୍ଦେଶକ ବସନ୍ତ କୁମାର ଦାଶ, ବିଭାଗୀୟ ଯୁଗ୍ମ ଶାସନ ସଚିବ ଅଞ୍ଜନା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ବିଜେଡିର ପ୍ରଚାର କରୁଛନ୍ତି ମିଶନ ଶକ୍ତି ମହିଳା’

ଭୁବନେଶ୍ୱର, ୭।୫(ସୁନିତ୍‌ ମିଶ୍ର): ମହିଳାଙ୍କୁ ସାମାଜିକ ଓ ଆର୍ଥତ୍କ କ୍ଷେତ୍ରରେ ସଶକ୍ତ କରିବା ପାଇଁ ସ୍ବୟଂ ସହାୟକ ଗୋଷ୍ଠୀର ସୃଷ୍ଟି କରାଯାଇଥିଲା। କିନ୍ତୁ ବିଜେଡି ଓଲଟା...

Featured Video Play Icon

ଏମ୍ସର ସଫଳତା,ଖପୁରୀରୁ ବାହାରିଲା ୭କେଜି ଟ୍ୟୁମର

ଭୁବନେଶ୍ୱର,୭।୫(ଅସମାପିକା ସାହୁ)- ଏମ୍ସ ଭୁବନେଶ୍ୱରରେ ଏକ ବିରଳ ସିନୋଭିଆଲ ସାର୍କୋମା ଟ୍ୟୁମରର ସଫଳ ଅସ୍ତ୍ରୋପଚାର କରାଯାଇଛି। ଜଣେ ୫୧ବର୍ଷୀୟ ବ୍ୟକ୍ତିଙ୍କ ଖପୁରୀର ଉପର ଅଂଶରୁ ପ୍ରାୟ...

ବୁଧବାର ଏହି ୭ ଜିଲାରେ ପ୍ରବଳ ବର୍ଷିବ, ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୭।୫(ଅସମାପିକା ସାହୁ)- ତାତିରୁ ମିଳିଛି ଆଶ୍ୱସ୍ତି। ରାଜ୍ୟର ଅଧିକାଂଶ ସହରରେ କାଳବୈଶାଖୀ ବର୍ଷା ଯୋଗୁ ତାପମାତ୍ରା ହ୍ରାସ ପାଇଥିବା ଦେଖାଯାଇଛି। ଦକ୍ଷିଣ ଝାଡ଼ଖଣ୍ଡରୁ ଏକ...

ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜ୍ଞପ୍ତି ପ୍ରକାଶ: ପ୍ରଥମ ଦିନରେ କେହି ପ୍ରାର୍ଥିପତ୍ର କଲେନି ଦାଖଲ

କଟକ,୭ା୫ (କାର୍ତ୍ତିକ ସାହୁ) ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାଲେପୁର, ମାହାଙ୍ଗା ଓ ନିଆଳି ବିଧାନସଭା ନିର୍ବାଚନମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ ନିମନ୍ତେ ବିଧିବଦ୍ଧ...

ଭାଜପାର ଷ୍ଟାର ପ୍ରଚାରକ ତାଲିକା: ବାଦ୍‌ ପଡିଲେ ଅପରାଜିତା, ସମ୍ବିତ ପାତ୍ର

ଭୁବନେଶ୍ୱର,୭।୫: ରାଜ୍ୟର ବିଧାନସଭା ଓ ଲୋକ ସଭା ନିର୍ବାଚନ ପାଇଁ ଭାଜପା ଆଜି ତା’ର ସଂଶୋଧିତ ଷ୍ଟାର ପ୍ରଚାରକ ତାଲିକା ଜାରି କରିଛି । ଭୁବନେଶ୍ୱର...

ତାଣ୍ଡବ ରଚିଲା କାଳବୈଶାଖୀ

କୋକସରା,୭।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାଳବୈଶାଖୀ ଆଣିଛି ତାତିରୁ ଶାନ୍ତି, ହେଲେ ଏହାର ପ୍ରଭାବରେ ବଡ ବଡ ଗଛ ସହ ବିଦ୍ୟୁତ ଖୁଣ୍ଟ ଉପୁଡି ପଡି ଉପାନ୍ତ...

ଫୁଲ ଛାଡି ଶଙ୍ଖ ଫୁଙ୍ଖିଲେ ଭାଜପାର ବଡ଼ ନେତା

ଗଞ୍ଜାମ,୭।୫(ବିଦ୍ୟାଧର ସାହୁ ): ଆଉ ଦିନ କେଇଟା ପରେ ସାଧାରଣ ନିର୍ବାଚନ। ଆସନ୍ତା ମେ ୧୩ ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହେବାକୁ ଯାଉଛି l...

ଆସନ୍ତାକାଲି ମହାପ୍ରଭୁଙ୍କ ୬ଘଣ୍ଟା ଦର୍ଶନ ବନ୍ଦ

ପୁରୀ,୭।୫: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବୁଧବାର ବନକ ଲାଗି ନୀତି ଅନୁଷ୍ଠିତ ହେବ। ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri