ସୂଚନା ଅଧିକାର କର୍ମୀ ରଞ୍ଜନଙ୍କ ମୃତ୍ୟୁ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କଲା ପିସିସି

ମାର୍ଶାଘାଇ,୮।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ବ୍ଲକ ଅନ୍ତର୍ଗତ ମାଣିକପୁର ଗ୍ରାମର ସୂଚନା ଅଧିକାର କର୍ମୀ ରଞ୍ଜନ ଦାସଙ୍କ ମୃତ୍ୟୁକୁ ନେଇ ଶନିବାର ମାଣିକପୁର ଗ୍ରାମରେ ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ଏକ ପ୍ରତିନିଧି ଦଳ ପହଞ୍ଚିଥିଲେ। ଗତ ୧ ତାରିଖ ସକାଳୁ ରଞ୍ଜନଙ୍କ ମୃତଦେହ ବେରୁହାଁ-ହଳଦିଆ ରାସ୍ତାକଡରୁ ସନ୍ଦେହଜନକ ଅବସ୍ଥାରେ ଉଦ୍ଧାର କରାଯାଇଥିଲା। ରଞ୍ଜନ ସୂଚନା ଅଧିକାର କର୍ମୀ ହୋଇଥିବାରୁ ବିଭିନ୍ନ ଦୁର୍ନୀତିର ପର୍ଦ୍ଦାଫାସ କରୁଥିଲେ। ଏଣୁ ତାଙ୍କୁ ବାରମ୍ବାର ହତ୍ୟା ଧମକ ମିଳୁଥିବା ବେଳେ ଯୋଜନାବଦ୍ଧ ଭାବରେ ତାଙ୍କୁ ହତ୍ୟା କରାଯାଇଛି ବୋଲି ରଞ୍ଜନଙ୍କ ଭିଣୋଇ ବଳରାମ ଦାସ ମାର୍ଶାଘାଇ ଥାନାରେ ଅଭିଯୋଗ କରିଥିଲେ। ଏହି ଘଟଣାକୁ ନେଇ ଶନିବାର ପିସିସିର ଗଣେଶ୍ବର ବେହେରା, ନିଶିକାନ୍ତ ମିଶ୍ର, ଦୀନେଶ ଦାସ, ଅନିତା ବିଶ୍ବାଳଙ୍କ ସମେତ ସାତଜଣିଆ ସଦସ୍ୟ ରଞ୍ଜନଙ୍କ ଘରେ ପହଞ୍ଚି ସମବେଦନା ଜଣାଇଥିଲେ । ମୃତଦେହ ଉଦ୍ଧାର ହୋଇଥିବା ସ୍ଥାନ ବୁଲି ଦେଖିଥିଲେ । ଏହି ଘଟଣାରେ ପୋଲିସ ହତ୍ୟା ମାମଲା ରୁଜୁ କରିଥିବା ବେଳେ ତଦନ୍ତ ଉପରେ ପ୍ରଶ୍ନ ଉଠାଇ କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି ପିସିସି ।


Enter your email to get our daily news in your inbox.

All Right Reserved By Dharitri.Com

ନୀରବ ପ୍ରତିକ୍ରିୟା

ପ୍ରତ୍ୟେକ କ୍ରିୟାର ବିପରୀତ ପ୍ରତିକ୍ରିୟା ରହିଛି। ଏଣୁ କଥା କହିଲା ବେଳେ ଭାବିଚିନ୍ତି କହିବା ନିହାତି ଜରୁରୀ। ସବୁ ସମୟରେ ଧ୍ୟାନ ପୂର୍ବକ ପ୍ରତିକ୍ରିୟା ରଖିବା...

ଭବିଷ୍ୟତର ଭୟ

ଆମେରିକା ନୂଆ ରାଷ୍ଟ୍ରୀୟ ସୁରକ୍ଷା ରଣନୀତି ଲକ୍ଷ୍ୟ ଦିଗରେ ଅଗ୍ରସର ହେଉଛି। ଗତ ସପ୍ତାହରେ ଆମେରିକାର ରାଷ୍ଟ୍ରପତି ହ୍ବାଇଟ୍‌ ହାଉସ୍‌ ଏକ ୩୩ ପୃଷ୍ଠା ବିଶିଷ୍ଟ...

୯ ବଲ୍‌ରେ ହରାଇଲା ୫ ଉଇକେଟ୍‌…ଟିମ୍‌ଇଣ୍ଡିଆ ନାଁରେ ଅଲୋଡା ରେକର୍ଡ

ଚଣ୍ଡିଗଡ଼,୧୨।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବୀନ୍ଦ୍ର...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ପାଠ ନପଢି ୩ବର୍ଷ ହେଲା କରୁଥିଲେ ହୃଦରୋଗ ଚିକିତ୍ସା, ପୋଲ୍ ଖୋଲିବା ପରେ ନକଲି ଡାକ୍ତର ଫେରାର

ନୂଆଦିଲ୍ଲୀ,୧୨।୧୨: ବର୍ତ୍ତମାନ ସାରା ଦେଶରେ ନକଲି ଡାକ୍ତରଙ୍କ ସଂଖ୍ୟା ବଢିବାରେ ଲାଗିଛି । ପାଠ ନପଢି ଡାକ୍ତର ହେବା ସହିତ ହସ୍ପିଟାଲରେ ରୋଗୀ ଚିକିତ୍ସା କରୁଛନ୍ତି...

ହଜିବ ପାକିସ୍ତାନର ନିଦ, ଭାରତକୁ ମିଳିବ R-37M ମିଶାଇଲ, ବ୍ରହ୍ମୋସଠାରୁ ବି ଶକ୍ତିଶାଳି

ନୂଆଦିଲ୍ଲୀ,୧୨।୧୨: ଭାରତର ବାୟୁ ଶକ୍ତିକୁ ଏକ ନୂଆ ଶକ୍ତି ମିଳିବାକୁ ଯାଉଛି। ଭାରତୀୟ ବାୟୁସେନା ଏବଂ ରୁଷିଆ ମଧ୍ୟରେ R-37M ଅଲ୍ଟ୍ରା-ଲମ୍ବା-ରେଞ୍ଜ ଏୟାର-ଟୁ-ଏୟାର ମିସାଇଲ ପାଇଁ...

ଲଜ୍ଜାଜନକ ରେକର୍ଡ କଲେ ଅର୍ଶଦୀପ ସିଂ: କୌଣସି ବୋଲର୍‌…

ଚଣ୍ଡିଗଡ଼,୧୧।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ନ୍ୟୁ ଚଣ୍ଡିଗଡ଼ର ମୁଲାନପୁରସ୍ଥିତ ମହାରାଜା ଯାଦବିନ୍ଦ୍ର...

ଗୌତମ ଗମ୍ଭୀରଙ୍କ ନିଷ୍ପତ୍ତି ଭାରତକୁ ଦ୍ୱିତୀୟ ଟି-୨୦ ମ୍ୟାଚ ପାଇଁ କ୍ଷତି ପହଞ୍ଚାଇଲା? ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୧୨।୧୨: ଡିସେମ୍ବର ୧୧ ତାରିଖ ରାତିରେ ମୁଲାନପୁରର ମହାରାଜା ଯାଦବିନ୍ଦ୍ର ଆନ୍ତର୍ଜାତୀୟ ଷ୍ଟାଡିୟମରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚ ଖେଳାଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri