ବ୍ରହ୍ମପୁରରେ ପୋଲିସ ଡିଜି: ଅପରାଧ ସ୍ଥିତି, ମାଓବାଦୀ ଗତିବିଧି, ୫ଟି ଉପରେ ସମୀକ୍ଷା

ବ୍ରହ୍ମପୁର ଅଫିସ,୯ା୨-ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଅଭୟ ଶନିବାର ବ୍ରହ୍ମପୁର ଗସ୍ତରେ ଆସି ଦକ୍ଷିଣାଞ୍ଚଳ ରେଞ୍ଜ ଡିଆଇଜିଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୫ ପୋଲିସ ଜିଲାର ଏସ୍‌ପିଙ୍କୁ ନେଇ ବୈଠକ କରିଛନ୍ତି। ଦକ୍ଷିଣାଞ୍ଚଳ ପୋଲିସ ରେଞ୍ଜର ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିବା ସହିତ ମାଓବାଦୀ ଗତିବିଧି, ଅପରାଧ ସ୍ଥିତି ଓ ମୋ’ ସରକାର କାର୍ଯ୍ୟକ୍ରମ ଅନ୍ତର୍ଗତ ୫ଟିର କାର୍ଯ୍ୟକାରିତା ଉପରେ ସମୀକ୍ଷା କରିଥିଲେ। ସେହିପରି ଆଇନ ଶୃଙ୍ଖଳା, ଟ୍ରାଫିକ ନିୟନ୍ତ୍ରଣ, ମାଓବାଦୀ ମୁକାବିଲା, ଗୋଇନ୍ଦା ସଂସ୍ଥା କାର୍ଯ୍ୟକାରିତାକୁ ନେଇ ଡିଜିପି ଅଭୟ ଆଲୋଚନା କରିଥିଲେ। ଅନ୍ୟପଟେ ବିଭିନ୍ନ ଥାନାରେ ରୁଜୁ ହୋଇଥିବା ମାମଲାଗୁଡିକର ଠିକ୍‌ ତଦନ୍ତ କରିବା ସହିତ ଦଣ୍ଡବିଧାନ କିପରି ବୃଦ୍ଧି କରାଯିବ ସେ ନେଇ ମଧ୍ୟ ଆଲୋଚନା ହୋଇଥିଲା। ବିଶେଷକରି କନ୍ଧମାଳ ଓ ଗଜପତି ଜିଲାରେ ମାଓବାଦୀ ଗତିବିଧି ନିୟନ୍ତ୍ରଣ ଉପରେ ମଧ୍ୟ ସମୀକ୍ଷା କରାଯାଇଥିଲା। ଏଥିରେ ଏଡିଜେ (ଗୋଇନ୍ଦା) ରାଧାକୃଷ୍ଣ ଶର୍ମା, ଡ଼ିଆଇଜି ସ୍ପେସାଲ ଟାସ୍କ ଫୋର୍ସ (ଏସ୍‌ଟିଏଫ) ଜୟନାରାୟଣ ପଙ୍କଜ, ଡିଆଇଜି ସ୍ପେସାଲ ଇଣ୍ଟିଲିଜେନ୍ସି(ଏସ୍‌ଆଇଡବ୍ଲ୍ୟୁ) ଅନିରୁଦ୍ଧ ସିଂ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର, ଗଞ୍ଜାମ ଏସ୍‌ପି ବ୍ରିଜେଶ ରାୟ, ଗଜପତି ଏସ୍‌ପି ସାରା ଶର୍ମା, ବୌଦ୍ଧ ଏସ୍‌ପି ଭି.ରଘୁନାଥ ରାଓ ଓ ଏଏସ୍‌ପି ପ୍ରୋବେଶନ ଅଭିଳାଷ ଜି. ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

୬ରେ ବ୍ରହ୍ମପୁର ଆସିବେ ପ୍ରଧାନମନ୍ତ୍ରୀ: ସଭାକୁ ଆସୁଥିବା ଲୋକଙ୍କ ଉପରେ ରହିବ କଡା ନଜର

ବ୍ରହ୍ମପୁର,୪ା୫(ସ୍ମୃତି ରଞ୍ଜନ ମହାଲିକ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୬ ତାରିଖରେ ବ୍ରହ୍ମପୁର ଆସି ଜାତୀୟ ରାଜପଥ ପାର୍ଶ୍ୱସ୍ଥ କନିିଷିଠାରେ ସାଧାରଣ ସଭାରେ ଯୋଗ ଦେବେ।...

ବିକାଶ ବିରୋଧୀଙ୍କୁ ଓଡ଼ିଶାବାସୀ ଜବାବ ଦେବେ: ପାଣ୍ଡିଆନ

ଭଞ୍ଜନଗର/ବୁଗୁଡ଼ା/ପାଟପୁର, ୪।୫(ବାବୁଲା ପ୍ରଧାନ/କାଳିଚରଣ ଦାସ/ସୀମାଞ୍ଚଳ ସାହୁ): ବରିଷ୍ଠ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର ଗଞ୍ଜାମ ଜିଲାକୁ ତୋଫାନୀ ଗସ୍ତରେ ଆସି ଭଞ୍ଜନଗର, ବୁଗୁଡ଼ା, ସାନଖେମୁଣ୍ଡି...

ହିଞ୍ଜିଳିରେ ରାଜନୈତିକ ଉଷ୍ମତା: ନବୀନଙ୍କ ଆଗରେ କଣ୍ଟା ବିଦ୍ରୋହୀ ସ୍ବାଧୀନ ପ୍ରାର୍ଥୀ

ହିଞ୍ଜିଳିକାଟୁ, ୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ରାଜ୍ୟ ବିକାଶର ପ୍ରୟୋଗଶାଳା, ଦୁର୍ନୀତି, ଓଡ଼ିଆ ଅସ୍ମିତା, ସ୍ଥାନୀୟ ବାସିନ୍ଦା ତଥା ଅନ୍ୟାନ୍ୟ ଇସ୍ୟୁକୁ ନେଇ ହିଞ୍ଜିଳି ନିର୍ବାଚନ ମାହୋଲ...

ମହିଳାଙ୍କ ଗୋଡ଼ରେ ଚଢ଼ିଗଲା ବସ୍‌ ଚକା

ହିଞ୍ଜିଳିକାଟୁ,୩।୫(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଶେରଗଡ଼ ବ୍ଲକ ଅଧୀନ ପିତଳ ଛକଠାରେ ଶୁକ୍ରବାର ଏକ ଅଘଟଣ ଘଟିଛି। ଏକ ଘରୋଇ ଯାତ୍ରୀବାହୀ ବସ୍‌ ଚକା ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri