ଚିଲିକା ମଝିରେ ଅଟକିଲା ଭସାପୋଲ : ୨ଘଣ୍ଟା ଧରି ୧୦୦ ଯାତ୍ରୀ ଜଳବନ୍ଦୀ

କୃଷ୍ଣପ୍ରସାଦ,୯ା୨ (ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦା-ସାତପଡା ଚିଲିକା ମଝିରେ ଶନିବାର ଏକ ଯାତ୍ରୀବାହୀ ଭେସେଲ (ଭସାପୋଲ) ୨ ଘଣ୍ଟା ଧରି ଅଟକି ରହିଥିଲା। ଫଳରେ ଭେସେଲରେ ଥିବା ୧୦୦ ଯାତ୍ରୀ ଜଳବନ୍ଦୀ ହୋଇ ଆତଙ୍କିତ ଅବସ୍ଥାରେ ସମୟ କଟାଇଥିଲେ।
କୃଷ୍ଣପ୍ରସାଦ ବ୍ଲକ ଜହ୍ନିକୁଦାଠାରୁ ସାତପଡା ପର୍ଯ୍ୟନ୍ତ ଚିଲିକାରେ ଯାତାୟାତ କରୁଛି ଯାତ୍ରୀବାହୀ ଭେସେଲ। ତୀର୍ଥକ୍ଷେତ୍ର ପୁରୀକୁ ଏହା ହେଉଛି ଏକ ପ୍ରମୁଖ ପଥ। ଏହି ପଥଦେଇ ପ୍ରତିଦିନ କୃଷ୍ଣପ୍ରସାଦ ବ୍ଲକ ସମେତ ଗଞ୍ଜାମ ଜିଲା ତଥା ଦକ୍ଷିଣ ଓଡିଶାର ପର୍ଯ୍ୟଟକ ଯାତାୟାତ କରିଥାନ୍ତି। ଭେସେଲରେ ଯାତ୍ରୀଙ୍କ ସହ ବଡ ବଡ ଯାନବାହନକୁ ମଧ୍ୟ ଲୋକେ ନେବାଆଣିବା କରନ୍ତି। ଏହାବ୍ୟତୀତ ଶହ ଶହ ଯାତ୍ରୀ ଡଙ୍ଗାରେ ଯାତାୟାତ କରିଥାନ୍ତି। ଶନିବାର ଅପରାହ୍ନ ୨ଟା ୩୦ମିନିଟ ସମୟରେ ଭେସେଲଟି ଏକ ଯାତ୍ରୀବାହୀ ବସ୍‌, ୨ କାର୍‌, ୨ ଅଟୋ, ୨୦ ମୋଟରସାଇକେଲ ସହ ୧୦୦ ଜଣ ଯାତ୍ରୀ ନେଇ ଜହ୍ନିକୁଦାରୁ ସାତପଡା ଅଭିମୁଖେ ବାହାରିଥିଲା ା ଯାତ୍ରା ଆରମ୍ଭ କରିବାର ୨୦ ମିନିଟ ପରେ ହଠାତ୍‌ ଚିଲିକାର ଏକ ଢିପରେ ତାହା ଅଟକି ରହିଥିଲା। ଯାତ୍ରୀମାନେ ଝିପିଝିପି ବର୍ଷା, କୋହଲା ପବନରେ ଥରି ଥରି ଆତଙ୍କିତ ଅବସ୍ଥାରେ ସମୟ କାଟିଥିଲେ। ଏହିଭଳି ୨ ଘଣ୍ଟା ବିତିବା ପରେ ସାତପଡାଠାରୁ ଅନ୍ୟ ଏକ ଭସାପୋଲରେ ଡ୍ରୋଜର ଆସି ଅଟକିଥିବା ଭେସେଲକୁ ଟାଣି ବାହାର କରିଥିଲା। ପରେ ଭେସେଲଟି ଯାତ୍ରୀଙ୍କୁ ନେଇ ଅପରାହ୍ନ ୩ଟା ପରିବର୍ତ୍ତେ ୫ଟାରେ ସାତପଡାଠାରେ ପହଞ୍ଚତ୍ଥିଲା। ଭସାପୋଲ ଯାତାୟାତ କରୁଥିବା ଚିଲିକାର ଚ୍ୟାନେଲକୁ ୧୦ବର୍ଷ ଧରି ଖୋଳାଯାଇ ନାହିଁ। ଏହି କାରଣରୁ ବିଭିନ୍ନ ସମୟରେ ଯାତ୍ରୀମାନେ ଏଭଳି ଅସୁବିଧାର ସମ୍ମୁଖୀନ ହେଉଥିବା କୁହାଯାଉଛି। ଏ ନେଇ ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ସୁଶାନ୍ତ ନନ୍ଦଙ୍କୁ ପଚାରିବାରୁ ସେ କହିଥିଲେ, ଚିଲିକାର ଚ୍ୟାନେଲ ପୋତିହେବାରେ ଲାଗିଛି। ଏହାକୁ ଖୋଳିବା ପାଇଁ ଇନ୍‌ଲ୍ୟାଣ୍ଡ ଓ୍ବାଟର ବିଭାଗକୁ ଜଣାଇଛୁ। ସେମାନେ କେନ୍ଦ୍ର ସରକାରଙ୍କ ବିଭାଗୀୟ କର୍ତ୍ତୃପକ୍ଷଙ୍କୁ ଜଣାଇଛନ୍ତି। ସେଠାରୁ ଅନୁମତି ମିଳିଲେ ଖୋଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

କାହିଁକି ବାଦ୍‌ ପଡ଼ିଲେ ଗିଲ୍‌: ମୁହଁ ଖୋଲିଲେ ଅଗରକର

ମୁମ୍ବାଇ, ୨୦ା୧୨: ୨୦୨୬ ଫେବୃଆରୀ-ମାର୍ଚ୍ଚରେ ହେବାକୁ ଥିବା ଟି୨୦ କ୍ରିକେଟ୍‌ ବିଶ୍ୱକପ୍‌ ଲାଗି ଶନିବାର ଭାରତୀୟ ଦଳ ଘୋଷିତ ହୋଇଛି। ଦିନିକିଆ ଓ ଟେଷ୍ଟ ଦଳର...

ରାଜ୍ୟ ପାଇଁ ଗୌରବ ଆଣିଲେ ରଞ୍ଜନା: ଥାଇଲାଣ୍ଡରୁ ରୌପ୍ୟ ପଦକ ପାଇ…

ପୁରୁଷୋତ୍ତମପୁର,୨୦।୧୨ (ସବିତା ମିଶ୍ର): ଥାଇଲାଣ୍ଡରେ ଚାଲିଥିବା ଅନ୍ତର୍ଜାତୀୟ ପାରା ଆଥ୍ଲେଟିକ ପ୍ରତିଯୋଗିତାରେ ଗଞ୍ଜାମ ଜଲା ପୁରୁଷୋତ୍ତମପୁର ବ୍ଳକ କୁଶପୁର ଗ୍ରାମର ରଞ୍ଜନା ନାୟକ ଦୁଇଗୋଟି ରୌପ୍ୟ...

ମିନି ଟ୍ରାକ୍ଟର ଚଲାଇଲେ ବିଧାୟକ: କହିଲେ କୃଷକ ଦେଶର ମେରୁଦଣ୍ଡ 

ଭଞ୍ଜନଗର,୨୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଲ ପଡିଆରେ ତିନିଦିନ ଧରି ଚାଲିଥିବା ଉପଖଣ୍ଡ ସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଶନିବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ...

ମଦନମୋହନପୁରରେ ଉତ୍କଳମଣି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତି ଅନାବରଣ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସ୍ଥିତ ମଦନମୋହନପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶନିବାର ପଣ୍ଡିତ ଗୋପବନ୍ଧୁ...

ଦିବ୍ୟ ପବ୍ଲିକ ସ୍କୁଲର ବାର୍ଷିକ କ୍ରୀଡ଼ା ଉଦଯାପିତ: ଶ୍ରେଷ୍ଠ କ୍ରୀଡ଼ାବିତଙ୍କୁ ପୁରସ୍କୃତ କଲେ ମୁଖ୍ୟ ଅତିଥି

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଦିବ୍ୟ ପବ୍ଲିକ ସ୍କୁଲ ପରିସରରେ ତିନି ଦିନ ଧରି ଚାଲିଥିବା ବାର୍ଷିକ କ୍ରୀଡ଼ା ପ୍ରତିଯୋଗିତା ଶନିବାର...

ପଦ୍ମନାଭପୁର ଶିଶୁ ମନ୍ଦିରର ରୌପ୍ୟ ଜୟନ୍ତୀ ସମାରୋହ ଉଦଘାଟିତ

ଦିଗପହଣ୍ଡି,୨୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ‘ଶ୍ରୀଧାମ’ ଆବାସିକ ବିଦ୍ୟାଳୟର ୨୫ତମ ପ୍ରତିଷ୍ଠା ଦିବସ ଅବସରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri