ଦ୍ବିତୀୟ ଦିନରେ ପଥରଖୋଲରୁ ବାହୁରୁନି ଡିଜେଲ; ଟାଙ୍କିକୁ ବଦନାମ କରିବାକୁ ଉଦ୍ୟମ: ମାଲିକ

ଦାରିଙ୍ଗବାଡ଼ି,୯।୨(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ଲଦପାଙ୍ଗା ଅଞ୍ଚଳରେ ଏକ ପଥରଖୋଲ ଭିତରୁ ଶନିବାର ଡିଜେଲ ବାହାରିବା ଘଟଣା ଚର୍ଚ୍ଚାର ବିଷୟ ହୋଇଥିଲା। ମାତ୍ର ଏହି ଘଟଣାର ଦ୍ବିତୀୟ ଦିନ ଅର୍ଥାତ୍‌ ରବିବାର ଉକ୍ତ ସ୍ଥାନରୁ ଆଉ ଡିଜେଲ ବାହାରୁନଥିବା ନେଇ ପୁଣି ଚର୍ଚ୍ଚା ଜୋର ଧରିଛି। ବର୍ତ୍ତମାନ ଏହି ଘଟଣା ଅଧିକ ରହସ୍ୟମୟ ହୋଇଛି। ତେବେ ଉକ୍ତ ସ୍ଥାନରୁ ୪ଶହ ମିଟର ଦୂରରେ ଏକ ପେଟ୍ରୋଲ ଟାଙ୍କି ରହିଥିବାରୁ କିଛି ଖଳପ୍ରକୃତିର ଲୋକ ବଦନାମ କରିବାକୁ ଉଦ୍ୟମ କରୁଥିବା ମାଲିକ ଅରୂପ କୁମାର ସାହୁ କହିଛନ୍ତି। ମାତ୍ର ତାଙ୍କ ଡିଜେଲ ଷ୍ଟକ ଠିକ୍‌ ରହିଛି। ତାଙ୍କ ଟାଙ୍କିରୁ କୌଣସି ପ୍ରକାର ଲିକେଜ୍‌ ହୋଇ ନ ଥିବା ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏଥିସହ ସେ କହିଛନ୍ତି ଯେଉଁଠି ଡିଜେଲ ବାହାରୁଥିଲା ସେଠି ରାତି ତମାମ ଲୋକ ଡିଜେଲ ନେବାକୁ ଭିଡ଼ ଜମାଇଥିଲେ, ହେଲେ ଆଉ ଡିଜେଲ ବାହାରି ନ ଥିଲା।
ସୂଚନାଯୋଗ୍ୟ, ଶନିବାର ସକାଳେ ଲୋକେ ଉକ୍ତ ପଥରଖୋଲ ନିକଟରେ ରହିଥିବା ଏକ ଚୁଆକୁ ଗାଧୋଇବାକୁ ଯିବା ସମୟରେ ଡିଜେଲ ଗନ୍ଧ ଆସୁଥିବା ଜାଣି ପାରିଥିଲେ। ପରେ ଉକ୍ତ ପାଣିକୁ ଛାଣିବା ପରେ ସେଥିରୁ ଡିଜେଲ ବାହାରୁଥିବା ଜଣାପଡ଼ିଥିଲ। ଏହାକୁ ସଂଗ୍ରହ କରିବା ଲାଗି ଘଟଣାସ୍ଥଳକୁ ଲୋକଙ୍କ ସୁଅ ଛୁଟିଥିଲା। ଭିଡ଼କୁ ଦେଖି ଦାରିଙ୍ଗବାଡ଼ି ଆଇଆଇସି କୌଶିକ ମାଝି ସଦଳବଳ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରିବାକୁ ଉଦ୍ୟମ କରିଥିଲେ। ସେହିପରି ଜମି ମାଲିକ ଦୈତାରି ପଡ୍ରା ପୂର୍ବରୁ ପକାଇଥିବା ଧାନତଳି ଏବେ ନଷ୍ଟ ହୋଇଯାଇଥିବା କହିଛନ୍ତିି ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ

ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୨।୧୪: ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮...

ସଙ୍କୁଳସ୍ତରୀୟ କ୍ରୀଡ଼ା ସମାରୋହ: ଯୋଗଦେଲେ ଛାତ୍ରୀଛାତ୍ର

ଭଞ୍ଜନଗର,୧୪।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ସଙ୍କୁଳ ସ୍ତରୀୟ କ୍ରୀଡ଼ା ସମାରୋହ ରବିବାର ଅନୁଷ୍ଠିତ ହୋଇଯାଇଛି।...

ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ

ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) :  ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...

ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ

ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...

ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri