ବର୍ଷା ପରେ ଥରାଇବ ଶୀତ

ଭୁବନେଶ୍ୱର,୧୦।୨(ବ୍ୟୁରୋ): ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ଓଡ଼ିଶାରେ ଗତ ୩ଦିନ ଧରି ବର୍ଷା ଲାଗିରହିଛି। ରବିବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବାବେଳେ କେନ୍ଦୁଝରରେ ସର୍ବାଧିକ ୨୨.୪ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି ବୌଦ୍ଧ ୧୫.୩, ଦାରିଙ୍ଗବାଡ଼ି ଓ ତାଳଚେର ୧୩, ପାରଳାଖେମୁଣ୍ଡି ୧୨.୫, ଫୁଲବାଣୀ ଓ ଟିଟିଲାଗଡ଼ ୧୨, ବାଲେଶ୍ୱର ୧୦.୫, ସୋନପୁର ଓ ଅନୁଗୋଳ ୧୦, କଟକ ୯.୨, କୋରାପୁଟ ୮.୬, ବଲାଙ୍ଗୀର ୭, ଚାନ୍ଦବାଲି ୬, ଗୋପଳପୁର ୫.୮, ଭୁବନେଶ୍ୱର ଓ ସମ୍ବଲପୁର ୪.୪ ଓ ସୁନ୍ଦରଗଡ଼ରେ ୪ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାସହ ରବିବାର କୋରାପୁଟ ଓ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୦ ଡିଗ୍ରୀ ତାପମାତ୍ରା ରହିଥିଲା। ତେବେ ସୋମବାରଠାରୁ ଆଉ ବର୍ଷା ହେବ ନାହିଁ। ବର୍ଷା କମିଲେ ମଧ୍ୟ ପ୍ରବଳ ଶୀତ ଥରାଇବ। ତାପମାତ୍ରା ୩ରୁ ୫ ଡିଗ୍ରୀ ଖସିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଆଶଙ୍କା କରିଛି। ସୋମବାର ପ୍ରବଳ ଶୀତ ନେଇ ସୁନ୍ଦରଗଡ଼, ବାଲେଶ୍ୱର, ଅନୁଗୋଳ, କଟକ, ସୋନପୁର ଓ ବଲାଙ୍ଗୀର ଆଦି ୬ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହାସହ କିଛି ଜିଲାରେ ଘନ କୁହୁଡ଼ିର ଆସ୍ତରଣ ମଧ୍ୟ ଦେଖିବାକୁ ମିଳିପାରେ। ଏନେଇ ସୋମବାର ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ଅନୁଗୋଳ ଆଦି ୬ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିଭଳି ମଙ୍ଗଳବାର ଘନ କୁହୁଡ଼ି ନେଇ ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଆଦି ୪ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

ପୁଣି ଦଳ ଡେଇଁଲେ ଦେବାଶିଷ, ଭାଜପା ଛାଡ଼ି କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା!, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri