ଘଟଣାସ୍ଥଳ ପରିଦର୍ଶନ କରିବେ ଜିଲାପାଳ

ଅନୁଗୋଳ ଅଫିସ୍‌, ୧୦।୨: ଅନୁଗୋଳ ଜିଲାରେ ସରକାରଙ୍କ ‘ଖୁସି’ ଯୋଜନା ଦିଗହରା ହୋଇଯାଇଥିବା ନେଇ ଗତ ୮ ତାରିଖ ‘ଧରିତ୍ରୀ’ରେ ରିପୋର୍ଟ ପ୍ରକାଶ ପାଇବା ପରେ ଜିଲା ପ୍ରଶାସନ ପକ୍ଷରୁ ଏ ନେଇ ତନାଘନା ଆରମ୍ଭ ହୋଇଛି। ଘଟଣା ସମ୍ପର୍କରେ ଜିଲାପାଳ ମନୋଜ କୁମାର ମହାନ୍ତି ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ)ଙ୍କୁ ପଚାରି ବୁଝିବା ସହ ମେଡିକାଲ ପରିସରରେ କିପରି ଓ କେଉଁ ପରିସ୍ଥିତିରେ ହଜାର ହଜାର ସାନିଟାରୀ ନାପକିନ ପକାଇ ନଷ୍ଟ କରିଦିଆଗଲା ତାହା ଜାଣିବାକୁ ଘଟଣାସ୍ଥଳ ପରିଦର୍ଶନ କରିବେ ବୋଲି ସୂଚନା ଦେଇଛନ୍ତି। ତେବେ ନଷ୍ଟ ହୋଇଥିବା ସାନିଟାରି ନାପକିନ୍‌ ଖୁସି ଯୋଜନାର ନୁହେଁ ବୋଲି ସିଡିଏମ୍‌ଓ ସଫେଇ ଦେବା ପରେ ଏତେ ସଂଖ୍ୟକ ନାପକିନ କେଉଁଠୁ ଆସିଲା ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନୁଗୋଳର ଅମିତ୍‌ ମୋଦି ନାମକ ଜଣେ ଯୁବକ ମୁଖ୍ୟମନ୍ତ୍ରୀ ଓ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଏ ନେଇ ଟୁଇଟ୍‌ କରିବାପରେ ଜିଲା ମୁଖ୍ୟ ଚିକିତ୍ସାଳୟ କର୍ତ୍ତୃପକ୍ଷଙ୍କ ଅଡ଼ୁଆ ଆହୁରି ବଢ଼ିଯାଇଛି।
ପ୍ରକାଶ ଯେ, ଜିଲା ମୁଖ୍ୟ ଚିକିତ୍ସାଳୟରେ ଜିଲା ଟ୍ରକ୍‌ ମାଲିକ ସଂଘ ଦ୍ୱାରା ନିର୍ମିତ ସେବା ଭବନର ଠିକ୍‌ ପଛ ପାର୍ଶ୍ୱ ଘରର ଖୋଲା ଅଗଣାରେ ହଜାର ହଜାର ସାନିଟାରି ନାପ୍‌କିନ୍‌ ପଡ଼ିରହି ନଷ୍ଟ ହୋଇଯାଇଛି। ଏ ନେଇ ଖବର ପ୍ରକାଶନ ପରେ ଜିଲାପାଳ ସିଡିଏମ୍‌ଓ ଅମରେନ୍ଦ୍ର ନାଥ ମହାନ୍ତିଙ୍କୁ ଘଟଣା ସମ୍ପର୍କରେ ପଚାରିଥିଲେ। କିନ୍ତୁ ସିଡିଏମ୍‌ଓ ଜିଲାରେ ଖୁସି ଯୋଜନା ଠିକ୍‌ ଠାକ୍‌ ଚାଲିଥିବା ଜିଲାପାଳଙ୍କୁ ସଫେଇ ଦେଇଥିଲେ। ଏପରି କି ପଡ଼ିଥିବା ନାପକିନ ମେଡିକାଲକୁ ଆସୁଥିବା ନାପ୍‌କିନ୍‌ ହୋଇଥାଇପାରେ ବୋଲି ଜିଲାପାଳଙ୍କୁ ସଫେଇ ଦେଇଥିଲେ। ଘଟଣାରେ ତାଳମେଳ ରହୁ ନ ଥିବାରୁ ଏ ନେଇ ଅବଗତ ହେବାକୁ ନିଜେ ଜିଲାପାଳ ଘଟଣାସ୍ଥଳକୁ ଯିବେ ବୋଲି କହିଛନ୍ତି। ଏ ନେଇ ସିଡିଏମ୍‌ଓ ଅମରେନ୍ଦ୍ରନାଥ ମହାନ୍ତିଙ୍କ ମୋବାଇଲ ନଂ ୯୪୩୯୯୮୧୩୩୧କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ମତାମତ ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ଉତ୍ତଜନା: ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି,୧୧।୧୨ (ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲାରେ ଉତ୍ତେଜନାମୂଳକ ପରିସ୍ଥିତି ଲାଗି ରହିଥିବା ବେଳେ ଜିଲାସ୍ତରୀୟ ଲୋକ ମହୋତ୍ସବ ମାଲ୍ୟବନ୍ତ- ୨୦୨୫କୁ ଜିଲା ପ୍ରଶାସନ ପକ୍ଷରୁ ସ୍ଥଗିତ...

‘ମୁଣ୍ଡରେ କଫନ୍ ବାନ୍ଧି କଂଗ୍ରେସର ସଂସ୍କାର ପାଇଁ ବାହାରିଛି’: ମହମ୍ମଦ ମୋକିମ୍

କଟକ,୧୧ା୧୨: ଓଡ଼ିଶା କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍‌ ଦଳର ସଂସ୍କାର ଆଣିବା ଉଦ୍ଦେଶ୍ୟରେ ବାହାରିଥିବା କହିଛନ୍ତି। ପୂର୍ବରୁ ପିସିସି ସଭାପତି...

ଦୁର୍ଘଟଣାରେ ଚାଲିଗଲା ଜୀବନ: ବାଇକ୍‌ ଚାଳକ ଗିରଫ

କୋକସରା,୧୧ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଗତ ୩ ତାରିଖ ରାତିରେ ନିଆଁ ପୁଇଁବା ସମୟରେ ବାଇକ୍‌ ଧକ୍କାରେ କୋକସରା ଥାନା ଡାଲଗୁମା ଗ୍ରାମର ଅଶୋକ କୁମାର...

୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ; ୨ ଅଭିଯୁକ୍ତ କୋର୍ଟ ଚାଲାଣ

ଦିଗପହଣ୍ଡି,୧୧।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଅଧୀନରେ ଚଢ଼ାଉ କରାଯାଇ ମୋଟ ୨୪ ଲିଟର ଅପମିଶ୍ରିତ ଦେଶୀ ମଦ ଜବତ କରାଯାଇଛି।...

ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟକୁ ନେଇ ରାଗିଗଲେ ଆଉଟସୋର୍ସିଂ କର୍ମଚାରୀ, ଦେଲେ ଆନ୍ଦୋଳନ ଧମକ

ଭୁବନେଶ୍ୱର,୧୧।୧୨: ଓଡ଼ିଶାର ଆଉଟସୋର୍ସିଂ କର୍ମଚାରୀମାନେ ତଥ୍ୟ ଗୋପନୀୟତା ଭଙ୍ଗ ହେବାର ଆଶଙ୍କା ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ତୀବ୍ର ବିରୋଧ କରିଛନ୍ତି।...

ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…

ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

ହୋଟେଲରେ ବଡ଼ ଧରଣର ଚଢ଼ାଉ: ୪୯ ହଜାର ଜରିମାନା ଆଦାୟ

ଖଡ଼ିଆଳ,୧୧ା୧୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସହରରେ ଥିବା ବିଭିନ୍ନ ଦୋକାନ ଏବଂ ହୋଟେଲରେ ଗୁରୁବାର ଖାଦ୍ୟ ସୁରକ୍ଷା ଅଧିକାରୀ, ପୋଲିସ ଓ ଏନ୍‌ଏସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri