ବିଭିନ୍ନ ସମସ୍ୟାର ସମାଧାନ ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରୀଛାତ୍ର

କେନ୍ଦୁଝର,୧୦।୨(ସ୍ବ.ପ୍ର.) : ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ସ୍ଥାନୀୟ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ଦ୍ୱିତୀୟ କ୍ୟାମ୍ପସ ଛାତ୍ରୀଛାତ୍ର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ରାସ୍ତା ନ ଥିବାରୁ ଛାତ୍ରୀଛାତ୍ର ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ବେଳେ ବିଶେଷକରି ଛାତ୍ରୀମାନେ ଅସାମାଜିକ ଲୋକଙ୍କ ଦାରା ଅନେକ ସମୟରେ ହଇରାଣ ହରକତ ହେଉଥିବା ଅଭିଯୋଗ କରିଛନ୍ତି। ଏନେଇ ଜିଲାପାଳଙ୍କଠାରେ ଅଭିଯୋଗ କରିଆସୁଥିଲେ ମଧ୍ୟ କେହି ଶୁଣୁ ନ ଥିବାରୁ ବାଧ୍ୟ ହୋଇ ଆଜି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବୋଲି ଛାତ୍ରୀଛାତ୍ର କହିଛନ୍ତି। ହଷ୍ଟେଲ ବ୍ୟବସ୍ଥା ନ ଥିବାରୁ କେନ୍ଦୁଝର ସହରରୁ ପ୍ରାୟ ପାଞ୍ଚ କିମି ଦୂରରୁ ପୁରୁଣା ବଜାରସ୍ଥିତ ମହାବିଦ୍ୟାଳୟ କ୍ୟାମ୍ପସକୁ ଯିବାକୁ ପଡୁଛି। ବିପର୍ଯ୍ୟସ୍ତ ରାସ୍ତା ସହିତ ଆଲୋକ ବ୍ୟବସ୍ଥା ନ ଥିବାରୁ ଅସୁରକ୍ଷିତ ଅବସ୍ଥାରେ ଯିବା ଆସିବା କରୁଛନ୍ତି। ଏନେଇ ଜିଲାପାଳଙ୍କୁ ଭେଟି ପୁନର୍ବାର ଦାବିପତ୍ର ପ୍ରଦାନ କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆଲୋଚନା ଜାରିରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ପୋଲିସକୁ ଖୋଲା ଚ୍ୟାଲେଞ୍ଜ: ଗୋଟିଏ ରାତିରେ ଛତ୍ରପୁରର ୪ ମନ୍ଦିରରୁ ଚୋରି

ଛତ୍ରପୁର, ୨୦ା୧୨(ଦିଲୀପ ସାମଲ)- ପୁଣି ମନ୍ଦିରଗୁଡିକ ଉପରେ ଦୁର୍ବୃତ୍ତଙ୍କ ନଜର ପଡିଛି । ପୋଲିସ କଲୋନୀ ନିକଟରେ ଥିବା ୪ଟି ମନ୍ଦିରରୁ ଚୋରି କରି ପୋଲିସକୁ...

ଧକ୍କା ଦେଇ ଚାଲିଗଲା ଡାଲା ଅଟୋ: ଚାନ୍ଦପୁର ଗ୍ରାମର ୨ ଯୁବକ…

ଦିଗପହଣ୍ଡି, ୨୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଝାଟିପିଟିଆ ଗ୍ରାମ ହରିଜନ ସାହି ନିକଟ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଗାଡ଼ି ଧକ୍କାରେ...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

ସୁନା ପାଇଁ ବୃଦ୍ଧାଙ୍କୁ ପୋଡ଼ି ମାରିଦେଲେ! ଦୁଇ ଗୋଡ଼କୁ ଛାଡ଼ି ସବୁ ପାଉଁଶ, ପୋଲିସ ପହଞ୍ଚି…

ଅମ୍ବାଦୋଳା,୨୦।୧୨(ରବୀନ୍ଦ୍ର ପଣ୍ଡା):ରାୟଗଡା ଜିଲା ମୁନିଗୁଡା ବ୍ଲକ ଅମ୍ବାଦଳା ଥାନା ଅନ୍ତର୍ଗତ କୁମୁଡ଼ାବାଲି ଗାଁରେ ଜଣେ ବୃଦ୍ଧାଙ୍କ ଦଗ୍ଧ ମୃତଦେହ ଉଦ୍ଧାର ହୋଇଛି I  ମୃତ ବୃଦ୍ଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri