ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ ପରଲୋକ

କଟକ ଅଫିସ,୧୨।୨: ପୂର୍ବତନ ଡିଜିପି ପ୍ରଫୁଲ୍ଲ ଚନ୍ଦ୍ର ରଥଙ୍କ(୮୫)ର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। କଟକ ବିଜୁ ପଟ୍ଟନାୟକ ଛକସ୍ଥିତ ବାସଭବନରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୧ଟାରେ ସେ ଶେଷନିଃଶ୍ୱାସ ତ୍ୟାଗ କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସହରର ଅନେକ ବିଶିଷ୍ଟ ବ୍ୟକ୍ତି ତାଙ୍କ ବାସଭବନରେ ପହଞ୍ଚି ଶେଷ ଦର୍ଶନ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗକୁ ସମବେଦନା ଜଣାଇଥିଲେ।
ବ୍ରିଟିଶ ଶାସନ କାଳରେ ଜିଲାପାଳ ଭାବେ କାର୍ଯ୍ୟ କରୁଥିବା ରମେଶ ଚନ୍ଦ୍ର ରଥଙ୍କ ପୁତ୍ର ହେଉଛନ୍ତି ପ୍ରଫୁଲ୍ଲ। ୧୯୩୪ ମସିହାରେ ଜନ୍ମ ଗ୍ରହଣ କରିଥିବା ପ୍ରଫୁଲ୍ଲ ୨୦ବର୍ଷ ବୟସରେ ଆଇପିଏସ୍‌ ପାଇଥିଲେ। ୩୫ବର୍ଷ ଚାକିରି ସମୟ ମଧ୍ୟରେ ସେ ଦୁଇଥର ଡିଜିପି ଦାୟିତ୍ୱରେ ରହିଛନ୍ତି। ପ୍ରଫୁଲଙ୍କ ବଡ଼ପୁଅ ସୁବ୍ରତ ରଥ ଆଇଏଏସ୍‌ ଚାକିରିରୁ ସ୍ବେଚ୍ଛାକୃତ ଅବସର ଗ୍ରହଣ କରି ବମ୍ବେର ଏକ ଘରୋଇ କମ୍ପାନୀରେ କାର୍ଯ୍ୟ କରୁଛନ୍ତି। ସେ ବମ୍ବେରୁ ଫେରିବା ପରେ କଟକ ସତୀଚଉରାସ୍ଥିତ ଶ୍ମଶାନରେ ପ୍ରଫୁଲ୍ଲଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବ। ସାନ ପୁଅ ସାନୁ ରଥ ରାଜ୍ୟର ଜଣେ ପ୍ରତିଷ୍ଠିତ ଉଦ୍ୟୋଗୀ। ବଡ଼ଝିଅ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟରେ ଆଇନଜୀବୀ ଭାବେ କାର୍ଯ୍ୟ କରୁଥିବାବେଳେ ସାନ ଝିଅ ଗାୟତ୍ରୀ ରଥ ବିଦେଶରେ ରୁହନ୍ତି। ପ୍ରଫୁଲ୍ଲ ଚାକିରି ଜୀବନରୁ ଅବସର ନେବା ପରେ ପୋଲିସ ପାଇଁ ଉପାଦେୟ ଅନେକ ଆଇନ ପୁସ୍ତକ ସମ୍ପାଦନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

କ୍ଷମତାକୁ ଆସିଲେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବ ଭାଜପା: ଜାଣନ୍ତୁ ଏଥିରେ ମହିଳାଙ୍କୁ କ’ଣ ମିଳିବ ଲାଭ

ଭୁବନେଶ୍ୱର,୫।୫: ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଛି। ନିର୍ବାଚନୀ ଇସ୍ତାହାରରେ ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନଡ୍ଡା।...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

ଭାଜପା ସରକାର ଆସିଲେ ୫୭ ବର୍ଷର କାମ ୫ ବର୍ଷରେ କରିବୁ: ମନମୋହନ

ଭୁବନେଶ୍ୱର,୫।୫: ୨୦୨୪ ନିର୍ବାଚନ ପାଇଁ ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାର ରବିବାର ଉନ୍ମୋଚିତ ହୋଇଯାଇଛି। ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ରାଜ୍ୟ ଭାଜପାର ନିର୍ବାଚନୀ ଇସ୍ତାହାରକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri