କେନ୍ଦୁଝର, ୧୨ା୨(ସ୍ବ.ପ୍ର.): ବାଂଶପାଳ ବ୍ଲକ ଅଞ୍ଚଳରେ ଜଣେ ପ୍ରସୂତି ମହିଳା ଖୋଲା ପଡିଆରେ ଶିଶୁ ଜନ୍ମ ଭଳି ଅଭାବନୀୟ ଘଟଣା ଚର୍ଚ୍ଚାର ବିଷୟ ହୋଇଛି । ଉକ୍ତ ମହିଳାଙ୍କର ପ୍ରସବ ଯନ୍ତ୍ରଣା ହେବାରୁ ମେଡିକାଲକୁ ଯାଇଥିଲେ ହେଁ ସେଠାରେ ଥିବା ମା’ ଗୃହରେ ରଖା ନ ଯିବାରୁ ଘରକୁ ଫେରୁଥିବା ବେଳେ ଏଭଳି ଘଟଣା ଘଟିଥିବା କୁହାଯାଉଛି । ଘଟଣାଟି ମଙ୍ଗଳବାର ଘଟିଥିଲେ ହେଁ ବୁଧବାର ଲୋକ ଲୋଚନକୁ ଆସିଥିଲା। ପ୍ରକାଶ ଯେ ଦୁର୍ଗମ ଅଞ୍ଚଳ ବିଶେଷ କରି ଆଦିବାସୀ ଅଞ୍ଚଳରେ ଉନ୍ନତ ଓ ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଇଦେବା ପାଇଁ ସରକାର ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତି । କିନ୍ତୁ ଏହାର ସଫଳ ରୂପାୟନ ହୋଇପାରୁନାହିଁ।
ଏହାର ବାସ୍ତବ ଚିତ୍ର ମଙ୍ଗଳବାର କେନ୍ଦୁଝର ଜିଲା ଆଦିବାସୀ ବହୁଳ ବାଂଶପାଳ ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି । ଏହି ବ୍ଲକର କୁଶକଳା ଗ୍ରାମ ନିକଟ କାଦଡିହା ସାହିର ପୂର୍ଣ୍ଣ ମୁଣ୍ଡାଙ୍କ ସ୍ତ୍ରୀ ରଜନୀ ମୁଣ୍ଡାଙ୍କ ପ୍ରସବ ଯନ୍ତ୍ରଣା ହେବାରୁ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଥିବା ମା’ଗୃହରେ ତାଙ୍କୁ ରଖା ନ ଯିବାରୁ ଆମ୍ବୁଲାନ୍ସ ନ ମିଳିବାରୁ ସେ ବସ୍ ଯୋଗେ ଘରକୁ ଫେରିଥିଲେ ବୋଲି ଅଭିଯୋଗ ହୋଇଛି। ତେବେ କୁଶକଳାରେ ବସ୍ରୁ ଓହ୍ଲାଇ ଘରକୁ ଚାଲିଚାଲି ଯାଉଥିବା ବେଳେ ପ୍ରସବ ଯନ୍ତ୍ରଣା ଅଧିକ ହୋଇଥିଲା। ଫଳରେ ବାଟରେ ଏକ ଖୋଲା ପଡିଆ ଗଛ ମୂଳରେ ଶିଶୁ କନ୍ୟାକୁ ଜନ୍ମ ଦେଇଥିଲେ। ପରେ ଗ୍ରାମବାସୀ ଆମ୍ବୁଲାନ୍ସ ଜରିଆରେ ବାଂଶପାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଏବେ ମା’ ଓ ଶିଶୁ ବାଂଶପାଳ ମା’ ଗୃହରେ ସୁସ୍ଥ ଅଛନ୍ତି। ତେବେ କାହିଁକି ମା’ ଗୃହରେ ରଖାଗଲା ନାହିଁ ଏବଂ ନେବା ଆଣିବା ପାଇଁ ଆମ୍ବୁଲାନ୍ସ ସେବା ଯୋଗାଇଦିଆଗଲା ନାହିଁ ତାହାର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଦାବି ହେଉଛି। ଏଠାରେ ସୂଚନା ଯୋଗ୍ୟ ଯେ, ବାଂଶପାଳ ବ୍ଲକରେ ଶିଶୁ ଓ ମାତୃ ମୃତ୍ୟୁହାର ରାଜ୍ୟରେ ଉଦ୍ବେଗଜନକ ସ୍ଥିତିରେ ରହିଥିବାରୁ ଏହି ବ୍ଲକ ଅଞ୍ଚଳରେ ଏହାକୁ ରୋକିବା ପାଇଁ ବହୁ କାର୍ଯ୍ୟକ୍ରମ କରାଯାଉଥିବାବେଳେ ଏଥିପାଇଁ ବହୁ ଅର୍ଥ ଖର୍ଚ୍ଚ ମଧ୍ୟ ହେଉଛି କିନ୍ତୁ ଏହାର ସୁବିଧା ମହିଳାମାନେ ପାଇପାରୁନାହାନ୍ତି। ଏସମ୍ପର୍କରେ କେନ୍ଦୁଝର ସିଡିଏମ୍ଓ ଅଶୋକ କୁମାର ଦାସଙ୍କୁ ପଚାରିବାରୁ ଏହି ଘଟଣାର ତଦନ୍ତ କରାଯିବାପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...
ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...
ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ଘଟଣା, ଆଇନ ମନ୍ତ୍ରୀ କହିଲେ…
ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...
ଏବେ ବୁନ୍ଧାଏ ପାଣି ପାଇଁ ବି ଡହଳ ବିକଳ ହେବ ପାକିସ୍ତାନ! ଭାରତ ପରେ ଏହି ଦେଶ ନେଲା ବଡ ଆକ୍ସନ
ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...
କିସ୍ ଛାତ୍ରଙ୍କୁ ହତ୍ୟା, ପ୍ରେସ୍ମିଟ୍ରେ ସ୍ପଷ୍ଟ କରି ପୋଲିସ କମିଶନର କହିଲେ…
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...
‘ଭାରତରେ ଉତ୍ପାଦନ ହ୍ରାସ ପାଉଛି…,’ ଜର୍ମାନୀରେ BMW ଫ୍ୟାକ୍ଟ୍ରିରେ ପହଞ୍ଚି ଭିଡିଓ ଶେୟାର କଲେ ରାହୁଲ
ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...
ବଦନାମ ହେଲା TMC, ଭିଡିଓ ଶେୟାର କଲା ଭାଜପା
ନୂଆଦିଲ୍ଲୀ,୧୭।୧୨: ତୃଣମୂଳ କଂଗ୍ରେସ ଏମପି କୀର୍ତ୍ତି ଆଜାଦଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଆଜାଦ ସଂସଦ ଭିତରେ ସିଗାରେଟ ପିଉଥିବାର ଦେଖାଯାଉଛି।...
ପିକନିକ୍ ହେଲା କାଳ, ଗାଧୋଇବା ବେଳେ ସମୁଦ୍ରରେ ବୁଡି ଛାତ୍ରୀ ମୃତ
ପୁରୀ ୧୭/୧୨( ଅଜିତ୍ କୁମାର ମହାନ୍ତି ): ବେଲେଶ୍ଵର ମନ୍ଦିର ସାମ୍ନା ବେଳାଭୂମିରେ ବଡ଼ ଅଘଟଣ । ପିକନିକ୍ ଆସି ଗାଧୋଇବା ବେଳେ ଅଘଟଣ ଘଟିଛି...
Archives


