ଆଇସିସି ବିଶ୍ୱକପ୍‌: ଅଷ୍ଟ୍ରେଲିଆକୁ ଭେଟିବ ଓ୍ବେଷ୍ଟଇଣ୍ଡିଜ

ନଟ୍ଟିଂହାମ, ୬।୬- ଚଳିତ ଆଇସିସି ବିଶ୍ୱକପ୍‌ର ୧୦ମ ମ୍ୟାଚ୍‌ରେ ଗୁରୁବାର ଦୁଇ ଶକ୍ତିଶାଳୀ ଦଳ ଅଷ୍ଟ୍ରେଲିଆ ଓ ଓ୍ବେଷ୍ଟଇଣ୍ଡିଜ ପରସ୍ପରକୁ ଭେଟିବେ। ଉଭୟ ଦଳ ବିଶ୍ୱକପ୍‌ରେ ବିଜୟରୁ ସେମାନଙ୍କ ଅଭିଯାନ ଆରମ୍ଭ କରିଛନ୍ତି। ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ଦଳ ବ୍ରିଷ୍ଟଲରେ ଖେଳାଯାଇଥିବା ମ୍ୟାଚ୍‌ରେ ୭ ଉଇକେଟ୍‌ରେ ଆଫଗାନିସ୍ତାନକୁ ପରାସ୍ତ କରିଥିଲା। ସେହିଭଳି ଓ୍ବେଷ୍ଟଇଣ୍ଡିଜ ମଧ୍ୟ ଏହାର ପ୍ରଥମ ମ୍ୟାଚ୍‌ରେ ପାକିସ୍ତାନକୁ ୭ ଉଇକେଟ୍‌ରେ ସମାନ ବ୍ୟବଧାନରେ ହରାଇଥିଲା। ତେଣୁ ଉଭୟ ଦଳ ଏହି ମ୍ୟାଚ୍‌ରେ ବିଜୟ ଧାରା ବଜାୟ ରଖିବା ଲକ୍ଷ୍ୟରେ ରହିଛନ୍ତି।
ଅଳ୍ପକେ ବିଶ୍ୱକପ୍‌କୁ ଯୋଗ୍ୟତା ହାସଲ କରିଥିବା ଜାସନ ହୋଲ୍ଡରଙ୍କ ନେତୃତ୍ୱାଧୀନ ଓ୍ବେଷ୍ଟଇଣ୍ଡିଜ ଦଳକୁ ଡୋରେନ ବ୍ରାଭୋ, କ୍ରିସ ଗେଲ୍‌ଙ୍କ ପରି ବହୁ ଅଭିଜ୍ଞ ଖେଳାଳି ପ୍ରତ୍ୟାବର୍ତ୍ତନ କରିଛନ୍ତି। ଫଳରେ ଓ୍ବେଷ୍ଟଇଣ୍ଡିଜ ଏକ ମଜଭୁତ୍‌ ଦଳ ଭାବେ ବିଶ୍ୱକପ୍‌ରେ ପ୍ରବେଶ କରିଛି। ସାଧାରଣତଃ ଏକ ଟି୨୦ ଭିତ୍ତିକ ଦଳ ଭାବେ ପରିଚିତ ଓ୍ବେଷ୍ଟଇଣ୍ଡିଜ ନଟ୍ଟିଂହାମ ପରି ଫ୍ଲାଟ୍‌ ପିଚ୍‌ରେ ବିସ୍ଫୋରକ ବ୍ୟାଟିଂ ପରି ସମାନ ଷ୍ଟ୍ରାଟେଜୀ ଆପଣେଇପାରେ। ପୂର୍ବରୁ ବିଶ୍ୱକପ୍‌ର ଓ୍ବାର୍ମଅପ୍‌ ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡର ବୋଲିଂ ବାହିନୀକୁ ନିର୍ଧୁମ ପ୍ରହାର କରି ଓ୍ବେଷ୍ଟଇଣ୍ଡିଜ ୪୨୧ ରନ ସଂଗ୍ରହ କରିଥିଲା। ଗେଲ୍‌, ଏଭିନ୍‌ ଲୁଇସ, ସାଇ ହୋପ୍‌, ଆନ୍ଦ୍ରେ ରସେଲ, ସିମରନ ହେଟ୍‌ମେୟରଙ୍କ ପରି ବ୍ୟାଟ୍ସମ୍ୟାନଙ୍କୁ ନେଇ ଦଳର ବ୍ୟାଟିଂ ଲାଇନ୍‌ଅପ୍‌ ବେଶ୍‌ ଦୃଢ଼ ରହିଛି। କିନ୍ତୁ ମିଚେଲ୍‌ ଷ୍ଟାର୍କ, ପ୍ୟାଟ୍‌ କୁମିନ୍ସ, ନାଥନ କ୍ଲଟର୍‌-ନିଲ, ଆଡାମ ଜାମ୍ପାଙ୍କ ପରି ଅଷ୍ଟ୍ରେଲିଆର ଏକ କ୍ୱାଲିଟି ବୋଲିଂ ବାହିନୀ ଓ୍ବେଷ୍ଟଇଣ୍ଡିଜ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିପାରେ।
ଦୌଡ଼ରେ ରହିଥିବା ଅଷ୍ଟ୍ରେଲିଆ ବିଶ୍ୱକପ୍‌ ପୂର୍ବରୁ ଭାରତ ଓ ପାକିସ୍ତାନ ବିପକ୍ଷରେ ୮ଟି ଦିନିକିଆ ମ୍ୟାଚ୍‌ ଜିତିଥିଲା। ଆଫଗାନିସ୍ତାନକୁ ପ୍ରଥମ ମ୍ୟାଚ୍‌ରେ ହରାଇବା ପରେ ଦଳ ଅପରାଜେୟ ଧାରା ୯ରେ ପହଞ୍ଚତ୍ଛି। ଷ୍ଟିଭ ସ୍ମିଥ୍‌ ଓ ଡେଭିଡ୍‌ ଓ୍ବାର୍ନରଙ୍କ ପରି ଦକ୍ଷ ବ୍ୟାଟ୍ସମ୍ୟାନ ଏକ ବର୍ଷର ବ୍ୟବଧାନ ପରେ ଦଳକୁ ପ୍ରତ୍ୟାବର୍ତ୍ତନ କରିଥିବାରୁ ଅଷ୍ଟ୍ରେଲିଆ ବ୍ୟାଟିଂ ଲାଇନ୍‌ଅପ୍‌ ସୁଦୃଢ଼ ହୋଇଛି। ଅଧିନାୟକ ଆରୋନ୍‌ ଫିଞ୍ଚ୍‌ଙ୍କ ସମେତ ଗ୍ଲେନ ମ୍ୟାକ୍ସଓ୍ବେଲ, ମାର୍କସ ଷ୍ଟୋଇନିସ ବଡ଼ ଶଟ୍‌ ଖେଳିବାର କ୍ଷମତା ରଖିଛନ୍ତି। ଉଭୟ ବ୍ୟାଟିଂ ଓ ବୋଲିଂରେ ଅଷ୍ଟ୍ରେଲିଆ ବାଲାନ୍ସ ବହୁତ ଭଲ ରହିଛି। ତେଣୁ ଏଠାରେ ଏକ ରୋମାଞ୍ଚକ ମ୍ୟାଚ୍‌ ହେବ ବୋଲିଂ ଆଶା କରାଯାଉଛି।
ଅଷ୍ଟ୍ରେଲିଆ ଦଳ: ଆରୋନ୍‌ ଫିଞ୍ଚ୍‌ (ଅଧିନାୟକ), ଡେଭିଡ୍‌ ଓ୍ବାର୍ନର, ଉସମାନ ଖ୍ବାଜା, ଷ୍ଟିଭ୍‌ ସ୍ମିଥ୍‌, ଶନ୍‌ ମାର୍ଶ, ଗ୍ଲେନ ମ୍ୟାକ୍ସଓ୍ବେଲ, ମାର୍କସ ଷ୍ଟୋଇନିସ, ଆଲେକ୍ସ କେରୀ, କେନ୍‌ ରିଚାର୍ଡଶନ୍‌, ପ୍ୟାଟ୍‌ କୁମିନ୍ସ, ନାଥନ କଲ୍ଟର-ନିଲ, ମିଚେଲ ଷ୍ଟାର୍କ, ଜାସନ ବେହରାନଡ୍ରଫ୍‌, ଆଡାମ ଜାମ୍ପା, ନାଥନ ଲିୟନ।
ଓ୍ବେଷ୍ଟଇଣ୍ଡିଜ ଦଳ: ଜାସନ ହୋଲ୍ଡର (ଅଧିନାୟକ), କ୍ରିସ ଗେଲ, ଏଭିନ୍‌ ଲୁଇସ୍‌, ଆନ୍ଦ୍ରେ ରସେଲ, ଆସଲେ ନର୍ସ, କାର୍ଲୋସ ବାର୍ଥଓ୍ବେଟ୍‌, ଡାରେନ ବ୍ରାଭୋ, କେମାର ରୋଚ୍‌, ନିକୋଲାସ ପୁରାନ, ସାଇ ହୋପ୍‌, ଶାନନ ଗ୍ରାବିଏଲ୍‌, ସେଲଡନ୍‌ କର୍ଟେଲ, ସିମରନ ହେଟ୍‌ମେୟର।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ପ୍ଲେ-ଅଫ୍‌ ଆଶା ଧୂଳିସାତ, ଦ୍ୱିତୀୟରେ କୋଲକାତା

ମୁମ୍ବାଇ, ୩।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ୨୪ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ...

ଆଇସିସି ରାଙ୍କିଙ୍ଗରେ ଏକ ନମ୍ବର ସ୍ଥାନ ହରାଇଲା ଭାରତ

ନୂଆଦିଲ୍ଲୀ,୩।୫: ବାର୍ଷିକ ଅପଡେଟ୍ ପରେ ଆଇସିସି ପୁରୁଷ ମାନ୍ୟତାରେ ଅଷ୍ଟ୍ରେଲିଆ ଭାରତକୁ ଗୋଟିଏ ସ୍ଥାନ ପଛକୁ ଠେଲି ଏକ ନମ୍ବର ମାନ୍ୟତା ହାସଲ କରିଛି। ଯଦିଓ...

ମେ’୨୫ ଶେଷ ତାରିଖ, ଆଇପିଏଲରେ ଖରାପ ପଦର୍ଶନ କଲେ ଟି-୨୦ ବିଶ୍ୱକପ୍‌ ଟିମ୍‌ରୁ ଏହି ସବୁ ଖେଳାଳି ପଡିବେ ବାଦ୍‌

ନୂଆଦିଲ୍ଲୀ,୩।୫: ଟି -୨୦ ବିଶ୍ୱକପ୍‌ ପାଇଁ ଭାରତୀୟଦଳ ଘୋଷଣା ହୋଇସାରିଛି। ଭଲ ପ୍ରଦର୍ଶନ କରୁଥିବା ଅନେକ ଖେଳାଳିଙ୍କୁ ଏଥର ସୁଯୋଗ ମିଳିନାହିଁ। ଯାହାକୁ ନେଇ ପ୍ରଶଂସକମାନେ...

ଗୋଟିଏ ମ୍ୟାଚ୍‌ରେ ଭାଙ୍ଗିଗଲା ଅନେକ ରେକର୍ଡ

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ପ୍ରବଳ ରନ୍‌ ବର୍ଷା ହୋଇଥିଲା। ଏହି ଗୋଟିଏ ମ୍ୟାଚରେ ଅନେକ ରେକର୍ଡ କରାଯାଇଥିଲା। ଏହି ମ୍ୟାଚ ସନରାଇଜର୍ସ ହାଇଦ୍ରାବାଦ...

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି...

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri