Posted inଜାତୀୟ

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ସୂଚନା ଦେଲେ ସିସୋଡିଆ

ନୂଆଦିଲ୍ଲୀ,୧୫।୨: ଆମ ଆଦମି ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିରେ ବାହାର ରାଜ୍ୟର କୌଣସି ନେତା ବା ମନ୍ତ୍ରୀଙ୍କୁ ସାମିଲ କରାଯାଉ ନ ଥିବା ବେଳେ ଦିଲ୍ଲୀବାସୀଙ୍କୁ କିନ୍ତୁ କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବାକୁ ଅନୁରୋଧ କରାଯାଇଛି। ଏହାକୁ ନେଇ ଏଏପି ନେତା ମନିଷ ସିସୋଡିଆ ଶନିବାର ଏକ ଖବରଦାତା ସମ୍ମିଳନୀର ଆୟୋଜନ କରି କିଛି ସୂଚନା ଦେଇଛନ୍ତି। ସିସୋଡିଆ କହିଛନ୍ତି କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ବିଭିନ୍ନ ସ୍କୁଲର ଶିକ୍ଷୟିତୀ-ଶିକ୍ଷକ, ପ୍ରିନ୍ସପାଲ, ସ୍କୁଲର ଚତୁର୍ଥ ଶ୍ରେଣୀ କର୍ମଚାରୀ, ଛାତ୍ରୀଛାତ୍ର ଯେଉଁମାନେ ଜୟ ଭିମ ଯୋଜନାରେ ଲାଭବାନ ହୋଇଛନ୍ତି , ମୋହଲା କ୍ଲିନିକ ଡାକ୍ତର, ବାଇକ୍‌ ଆମ୍ବୁଲାନ୍ସ ଡ୍ରାଇଭର, ସିଗ୍ନେଚର ବ୍ରିଜର ସ୍ଥପତି ଆଦି ଯୋଗଦେବେ। ସୂଚନାଯୋଗ୍ୟ, ରାମଲୀଳା ମଇଦାନରେ ଆୟୋଜିତ ହେବାକୁ ଥିବା ଏହି ଶପଥ ଗ୍ରହଣ ଉତ୍ସବ ପାଇଁ ସମସ୍ତ ପ୍ରସ୍ତୁତି ଏକ ପ୍ରକାର ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ରବିବାର ସକାଳ ପ୍ରାୟ ୧୦ଟାରେ କେଜରିଓ୍ବାଲ ସେଠାରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ।


Enter your email to get our daily news in your inbox.

All Right Reserved By Dharitri.Com

ବାଂଲାଦେଶରେ କଳାକାରଙ୍କ ଉପରେ ଆକ୍ରମଣ, ପଥର ଫିଙ୍ଗିବା ପରେ ଗାୟକଙ୍କ…

ନୂଆଦିଲ୍ଲୀ,୨୭ା୧୨: ବାଂଲାଦେଶରେ କଳାକାର ଏବଂ ସାଂସ୍କୃତିକ ଅନୁଷ୍ଠାନ ଉପରେ ଆକ୍ରମଣର ଧାରାବାହିକ ଅହରହ ଜାରି ରହିଛି । ସଦ୍ୟତମ ଘଟଣାଟି ଢାକାରୁ ପ୍ରାୟ ୧୨୦ କିଲୋମିଟର...

କଂସଙ୍କ ମଥୁରା ଭ୍ରମଣ, ନନ୍ଦ ଦରବାର ଉଦ୍‌ଘାଟିତ

ମଥୁରାନଗରୀ/ଗୋପପୁର,୨୭।୧୨(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ଅନ୍ୟଦିନ ଭଳି କଂସ ମହାରାଜ ନିଜ ପାତ୍ରମନ୍ତ୍ରୀଙ୍କ ସହିତ ରାଜମହଲରୁ...

ଜାହାଜକୁ ଆରେଷ୍ଟ କର: ବଡ଼ ରାୟ ଦେଲେ ହାଇକୋର୍ଟ

କଟକ,୨୭।୧୨(କାର୍ତ୍ତିକ ସାହୁ):ପାରାଦୀପ ବନ୍ଦରରେ ଅଟକିଥିବା ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ଶୁକ୍ରବାର ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ଏମ୍‌.ଏସ୍‌. ରମଣଙ୍କୁ ନେଇ ଗଠିତ ଅବକାଶକାଳୀନ ଖଣ୍ଡପୀଠ...

ମୀନ ରାଶିରେ ଚନ୍ଦ୍ରଦେବ, ବର୍ଷର ଶେଷ ଶନିବାରରେ କନ୍ୟା ରାଶି ସମେତ ଏହି ରାଶି ପାଇଁ ଶୁଭ

ଆଜି ଭାବପ୍ରବଣ ସଚେତନତା ଏବଂ ନୀରବ ଆତ୍ମନିରୀକ୍ଷଣର ଦିନ। ମୀନ ରାଶିରେ ଚନ୍ଦ୍ରର ଭ୍ରମଣ ସହାନୁଭୂତି, କଳ୍ପନା ଏବଂ ଆନ୍ତରିକ ଶାନ୍ତିକୁ ପ୍ରୋତ୍ସାହିତ କରେ। ଆଜିର...

କେନ୍ଦ୍ରର କଣ୍ଟ ଜାନୁଆରୀ ୩୧: ସମ୍ପତ୍ତି ତାଲିକା ଦାଖଲ ନ କଲେ….

ନୂଆଦିଲ୍ଲୀ,୨୭ା୧୨ (ପି.ଟି.):ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀମାନେ ଉପଯୁକ୍ତ ସମୟ ମଧ୍ୟରେ ନିଜ ସମ୍ପତ୍ତି ତାଲିକା ଦାଖଲ କରିବେ। ଏଥିରେ ବିଫଳ ହେଲେ ବାବୁମାନଙ୍କ ବିରୋଧରେ...

ଆଜି ଓଡ଼ିଶା ଆସୁଛନ୍ତି ଭାରତର ନିର୍ବାଚନ କମିଶନର, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ କରିବେ ଦର୍ଶନ

ଭୁବନେଶ୍ୱର, ୨୭|୧୨(ସୁନିତ୍‌ ମିଶ୍ର):  ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାର ଶନିବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଶନିବାର ସେ ପୁରୀରେ...

୩୦ ବ୍ଲକରୁ ଘୁଞ୍ଚିବ ଦାଦନ ଦୁଃଖ: ଶ୍ରମିକଙ୍କୁ ମିଳିବ ୯୮ ଟଙ୍କାର ଟପ୍‌ଅପ୍‌

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା):ରାଜ୍ୟକୁ ଦାଦନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯିବାକୁ ଯୋଜନା ରହିଛି। ରାଜ୍ୟ ସରକାର ବଲାଙ୍ଗୀର ଅଞ୍ଚଳର...

ଏହି ରାଶି ଉପରେ ଶନିଙ୍କ ପ୍ରକୋପ, ସାଢେ ସତୀ ଚାଲିରେ ବରବାଦ ହୋଇଯିବେ!

୨୦୨୬ରେ, ଶନି ସାରା ବର୍ଷ ପାଇଁ ମୀନ ରାଶିରେ ଭ୍ରମଣ କରିବେ, ଯାହା ଫଳରେ ମେଷ, ମୀନ ଏବଂ କୁମ୍ଭ ରାଶି ଶନିଙ୍କ ସାଡେ ସତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri