Posted inଖେଳ

ଟି୨୦ ସିରିଜ ଜିତିଲା ଇଂଲଣ୍ଡ; ଦକ୍ଷିଣ ଆଫ୍ରିକା ୫ ଉଇକେଟରେ ପରାସ୍ତ

ସେଞ୍ଚୁରିଆନ,୧୭।୨- ସ୍ଥାନୀୟ ସୁପର ସ୍ପୋଟର୍‌ସ ପାର୍କ ଗ୍ରାଉଣ୍ଡରେ ରବିବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ରେ ଇଂଲଣ୍ଡ ୫ଟି ବଲ ବାକି ରଖି ଘରୋଇ ଦକ୍ଷିଣ ଆଫ୍ରିକାକୁ ୫ ଉଇକେଟରେ ଅତି ସହଜରେ ପରାସ୍ତ କରିଛି। ଟସ୍‌ ଜିତି ଦକ୍ଷିଣ ଆଫ୍ରିକା ପ୍ରଥମେ ବ୍ୟାଟିଂ ୬ ଉଇକେଟ ହରାଇ ୨୨୨ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ୧୯.୧ ଓଭରରେ ୫ ଉଇକେଟ ହରାଇ ୨୨୬ ରନ କରି ବିଜୟୀ ହୋଇଥିଲା। ଏଥିସହିତ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଇଂଲଣ୍ଡ ୨-୧ରେ ବିଜୟୀ ହୋଇଛି। ୨୨ଟି ବଲର ସମ୍ମୁଖୀନ ହୋଇ ୭ ଛକା ସହ ୫୭ ରନ କରି ଅପରାଜିତ ରହିବା ସହ ଦଳ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିବା ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ ପ୍ଲେୟାର ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଛନ୍ତି। ସେହିପରି ସାରା ସିରିଜରେ ସ୍ଥିର ପ୍ରଦର୍ଶନ କରି ମୋର୍ଗାନ ମଧ୍ୟ ପ୍ଲେୟାର ଅଫ୍‌ ଦି ସିରିଜ ବିବେଚିତ ହୋଇଛନ୍ତି। ଇଂଲଣ୍ଡ ତରଫରୁ ଅନ୍ୟମାନଙ୍କ ମଧ୍ୟରେ ଜନି ବେୟାରଷ୍ଟୋ ୬୪ (୩୪ ବଲ, ୭ ଚୌକା, ୩ ଛକା), ଉଇକେଟକିପର ବ୍ୟାଟ୍ସମ୍ୟାନ ଜୋସ ବଟଲର ୫୭ (୨୯ ବଲ, ୯ ଚୌକା, ୨ ଛକା), ବେନ୍‌ ଷ୍ଟୋକ୍ସ ୨୨ (୧୨ ବଲ, ୧ ଚୌକା, ୨ ଛକା)ରନ ସଂଗ୍ରହ କରିଥିଲେ। ବୋଲିଂରେ ଦକ୍ଷିଣ ଆଫ୍ରିକା ତରଫରୁ ଲୁନ୍‌ଗି ଏନ୍‌ଗିଡି ସର୍ବାଧିକ ୨ ଉଇକେଟ ନେଇଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ଦକ୍ଷିଣ ଆଫ୍ରିକା ତରଫରୁ ଓପନର ଟେମ୍ବା ବଭୁମା ୨୪ ବଲରୁ ୪ ଚୌକା ଓ ୩ ଛକା ସହ ୪୯, ହେନରିଚ୍‌ କ୍ଲାସେନ ୩୩ ବଲରୁ ୪ ଚୌକା, ୪ ଛକା ସହ ୬୬, ଅଧିନାୟକ କ୍ୱିଣ୍ଟନ ଡିକକ ୨୪ ବଲରୁ ୧ ଚୌକା, ୪ ଛକା ସହ ୩୫, ଡେଭିଡ ମିଲର ୨୦ ବଲରୁ ୩ ଚୌକା, ୨ ଛକା ସହ ଅପରାଜିତ ୩୫ ରନ ସଂଗ୍ରହ କରିଥିଲେ। ବୋଲିଂରେ ଇଂଲଣ୍ଡ ତରଫରୁ ଟମ୍‌ କୁରାନ ଓ ଷ୍ଟୋକ୍ସ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୨୨୨/୬
(କ୍ଲାସେନ-୬୬, ବଭୁମା- ୪୯, ଡିକକ- ୩୫, ମିଲର- ୩୫*, କୁରାନ- ୨/୩୩, ଷ୍ଟୋକ୍ସ- ୨/୩୩)।
ଇଂଲଣ୍ଡ ୧୯.୧ ଓଭରରେ ୨୨୬/୫
(ମୋର୍ଗାନ- ୫୭*, ବେୟାରଷ୍ଟୋ- ୬୪, ବଟଲର- ୫୭, ଷ୍ଟୋକ୍ସ- ୨୨, ଏନ୍‌ଗିଡି- ୨/୫୫)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

ମାତ୍ର ୧୪ ବର୍ଷ ବୟସରେ ବଡ଼ ରେକର୍ଡ ଭାଙ୍ଗିଦେଲେ ବୈଭବ ସୂର୍ଯ୍ୟବଂଶୀ: କ୍ରିକେଟ୍‌ ଜଗତରେ ପଡ଼ିଗଲା ଚହଳ

ନୂଆଦିଲ୍ଲୀ,୨୪।୧୨: ବିଜୟ ହଜାରେ ଟ୍ରଫି ୨୦୨୫-୨୬ ବୈଭବ ସୂର୍ଯ୍ୟବଂଶୀ ଏବଂ ତାଙ୍କ ଦଳ ବିହାର ପାଇଁ ଏକ ଭଲ ଆରମ୍ଭ ହୋଇଛି। ବିହାରର ଉପ-ଅଧିନାୟକ ବୈଭବ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri