ବ୍ରହ୍ମପୁର-ସମ୍ବଲପୁର ନୂତନ ରେଳ ପ୍ରକଳ୍ପ ଶୀଘ୍ର କରିବାକୁ ଦାବି

ଫୁଲବାଣୀ ଅଫିସ, ୧୭ା୨: ବହୁ ବର୍ଷର ଦାବିକୁ କେନ୍ଦ୍ର ସରକାର ପୂରଣ କରିଛନ୍ତି। ପ୍ରସ୍ତାବିତ ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ ରେଳପଥକୁ ଚଳିତ ବଜେଟରେ ମଞ୍ଜୁର କରାଯାଇଛି। ରାଜ୍ୟ ସରକାର ତୁରନ୍ତ ଜମି ଅଧିଗ୍ରହଣ କରି କାମ ଆରମ୍ଭ କଲେ ଜିଲାରେ କାର୍ଯ୍ୟ ଆରମ୍ଭ ହେବ। ତେଣୁ ପ୍ରକଳ୍ପ ଶୀଘ୍ର କାର୍ଯ୍ୟକାରୀ କରିବାକୁ କନ୍ଧମାଳ ପିପୁଲ୍ସ ଫୋରମ ପକ୍ଷରୁ ରବିବାର ସ୍ଥାନୀୟ ସର୍କିଟ ହାଉସରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦାବି କରାଯାଇଛି।
ଚଳିତ ବଜେଟ୍‌ରେ ଗୋପାଳପୁର ଠାରୁ ରେଢାଖୋଲ (ବ୍ରହ୍ମପୁର-ସମ୍ବଲପୁର ଭାୟା ଫୁଲବାଣୀ) ୨୪୦ କି.ମି ରେଳ ଲାଇନ ପାଇଁ ୨୯୫୭ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏହି ଲାଇନର ସର୍ବେକ୍ଷଣ କାମ ଚାଲୁ ରହିଛି। ଚୁଡାନ୍ତ ରିପୋର୍ଟ ନୀତି ଆୟୋଗର ଅନୁମୋଦନ ପରେ ଜମି ଅଧିଗ୍ରହଣ ଓ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। କନ୍ଧମାଳକୁ ରେଳ ସଂଯୋଗ ହେଲେ ଜିଲାର ସାମାଜିକ ଓ ଅର୍ଥନୈତିକ ବିକାଶ ହେବ ବୋଲି ଫୋରମର ଆବାହକ ସୁନିଲ ପଟ୍ଟନାୟକ, ସଭାପତି ରାଧାମୋହନ ମହାପାତ୍ର, ଉପ ସଭାପତି ମହମ୍ମଦ ସାକିଲ ଓ ଆଇଏନଟିୟୁସି ଜିଲା ସଭାପତି ଘନ କୁମାର ଶବର ପ୍ରକାଶ କରିଛନ୍ତି। ଜିଲାର ସମସ୍ତଙ୍କୁ ସ୍ଥାୟୀ ଜମିପଟ୍ଟା ପ୍ରଦାନ ଦାବି ପୂରଣ ପାଇଁ ଆନ୍ଦୋଳନ ଜାରି ରହିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଜଲବାଡି ଘାଟି ସମ୍ପ୍ରସାରଣ ବିଳମ୍ବ: ବଢିଲା ଅସନ୍ତୋଷ, ଆନ୍ଦୋଳନ ଚେତାବନୀ

ଦାରିଙ୍ଗବାଡି, ୧୦।୧୨ (ଅରୁଣ ସାହୁ): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟରାଜପଥର ଗାଜଲବାଡି ଘାଟିର ସମ୍ପ୍ରସାରଣ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ। କେନ୍ଦ୍ର...

ଏଣିକି ଛାତ୍ରୀଛାତ୍ର ହେବେ ଆତ୍ମନିର୍ଭରଶୀଳ: କେନ୍ଦ୍ର ସରକାରଙ୍କ ଯୋଜନା ଅନୁଯାୟୀ…

ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ): କଲେଜ ପଢୁଥିବା ଛାତ୍ରୀଛାତ୍ରମାନେ ପାଠ ପଢା ସରିବା ପରେ କିଭଳି ଆତ୍ମନିର୍ଭରଶୀଳ ହୋଇପାରିବେ ସେଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନେକ ଯୋଜନା କାର୍ଯ୍ୟକାରୀ...

ନୀଳଗିରିକୁ ପଶିଲେ ୨୭ଟିକିଆ ଝାଡଖଣ୍ଡି ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି,୧୦।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୨୭ ଟିକିଆ ଝାଡଖଣ୍ଡି ହାତୀପଲ। ଝାଡଖଣ୍ଡ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ...

ସ୍କୁଲ ପରିସରରେ ମୂଷା ମରା ଔଷଧ ଖାଇ ଆତ୍ମହତ୍ୟା ଉଦ୍ୟମ କଲେ ନବମ ଶ୍ରେଣୀ ଛାତ୍ରୀ, ମା’ କହିଲେ ଏହି କାରଣ ପାଇଁ…

ଗଜପତି, ୧୦।୧୨(ଗିରିଧାରୀ ପରିଛା): ଗଜପତି ଜିଲା କାଶୀନାଗର ବ୍ଲକ କାଶୀନାଗର ବାରଣାସୀ ହାଇ ସ୍କୁଲରେ ଜଣେ ନବମ ଶ୍ରେଣୀ ଛାତ୍ରୀ ସ୍କୁଲ ପରିସରରେ ମୂଷା ମରା...

ପୋଲିସକୁ ଦେଖି ହାଇସ୍ପିଡ୍‌ରେ ନେଉଥିଲେ ଗାଡ଼ି, ସିଧା ଯାଇ ଇଲେକ୍ଟ୍ରି ଖୁଣ୍ଟରେ…

ବଲାଙ୍ଗୀର,୧୦।୧୨(ସୁନିଲ ମହାନ୍ତି): ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନଥାନା ପୋଲିସ ପାଟ୍ରୋଲିଂ ସମୟରେ ରେଲୱେ ଷ୍ଟେଶନ ସାଲେପାଲି ଛକ ନିକଟରେ କାରରେଆସି କିଛି ଯୁବକ  ରାସ୍ତାରେ ଯାଉଥିବା...

ସମସ୍ତେ ଆତ୍ମସମ୍ମାନର ସହ ବଞ୍ଚିବା ଜରୁରୀ: ମାନବାଧିକାରକୁ ଗୁରୁତ୍ୱାରୋପ

ପୁରୁଷୋତ୍ତମପୁର,୧୦/୧୨(ସବିତା ମଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବିଚାର ବିଭାଗୀୟ ଅଦାଲତର ତାଲୁକା ଆଇନସେବା ପ୍ରାଧିକରଣ କମିଟି ପକ୍ଷରୁ ତାରାତାରିଣୀ କଲେଜ ପରିସରରେ ବୁଧବାର ମାନବ ଅଧିକାର...

ପାଣି ଟାଙ୍କି ଉପରେ ଚଢ଼ିଗଲା ଷଣ୍ଢ: ଆଉ ତା’ପରେ…

ଅନୁଗୋଳ ୧୦।୧୨ ( ମାନସ ବିଶ୍ୱାଳ ): ଅନୁଗୋଳ ବ୍ଲକ ବସଲା ପଞ୍ଚାୟତ ଭେରୁବଣିଆ ଗାଁର ଗ୍ରାମୀଣ ପାନୀୟ ଜଳ ଟାଙ୍କି ଉପରକୁ ଏକ ଷଣ୍ଢ...

ଆମରଣ ଅନଶନରେ ଆୟୁଷ ଛାତ୍ରୀଛାତ୍ର : ଦେଲେ ଚେତାବନୀ, ଦାବି ପୂରଣ ନହେବା ଯାଏ…

ବଲାଙ୍ଗୀର, ୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ ହସ୍ପିଟାଲ ସମ୍ମୁଖରେ ନିଖିଳ ଓ ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଜୋରଦାର ଆନ୍ଦୋଳନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri