କାଠଫାଳିଆରେ ପିଟି ଶାଶୁଙ୍କୁ ହତ୍ୟା

କଟକ ଅଫିସ,୧୭ା୨: କଟକ ସହରର ଓଏମ୍‌ପି ଛକ ନିକଟସ୍ଥ ଗୋର୍ଖା କଲୋନୀରେ ରବିବାର ସକାଳେ ଜଣେ ବୃଦ୍ଧାଙ୍କୁ ହତ୍ୟା କରାଯାଇଛି। ମଦ ପିଇବା ପାଇଁ ଟଙ୍କା ନ ଦେବାରୁ ଜ୍ୱାଇଁ ତାଙ୍କ ଶାଶୁଙ୍କୁ କାଠଫାଳିଆରେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତା ବୃଦ୍ଧା ହେଲେ ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଞ୍ଚଳର ସାଲଗି ହେମ୍ବ୍ରମ(୬୫)। ଖବରପାଇ ଜିଆରପି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ପରେ ଉକ୍ତ କାଠଫାଳିଆକୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ କଟକ ବଡମେଡିକାଲକୁ ପଠାଇଛି। ପ୍ରାଥମିକ ତଦନ୍ତରୁ ଏହା ଏକ ହତ୍ୟା ଘଟଣା ବୋଲି ପୋଲିସ କହିଛି।
ପୋଲିସ ସୂଚନା ଅନୁଯାୟୀ, ସାଲଗି ଗୋର୍ଖା କଲୋନୀରେ ଝିଅ ସୀତା ସୋରେନ ଓ ଜ୍ୱାଇଁ ସଞ୍ଜୟ ସୋରେନ(୪୦) ସହିତ ରହୁଥିଲେ। ଝିଅଜ୍ୱାଇଁଙ୍କ ସହ ରହୁଥିଲେ ବି ସାଲଗି କେବେ ସେମାନଙ୍କ ପାଇଁ ବୋଝ ହୋଇ ନ ଥିଲେ। ନିଜେ ଦିନମଜୁରିଆ ଭାବେ କାମ କରୁଥିଲେ। ସଞ୍ଜୟ ଅଟୋ ଚଳାଇ ଯାହାକିଛି ରୋଜଗାର କରୁଥିଲେ ତାହାକୁ ନିଶାଦ୍ରବ୍ୟରେ ଖର୍ଚ୍ଚ କରିଦେଉଥିଲେ। ପ୍ରତିଦିନ ନିଶାସକ୍ତ ଅବସ୍ଥାରେ ସଞ୍ଜୟ ଘରକୁ ଫେରନ୍ତି। ନିଶାଦ୍ରବ୍ୟଠାରୁ ଦୂରେଇ ରହିବାକୁ ସଞ୍ଜୟଙ୍କୁ ସୀତା ବାରମ୍ବାର ବୁଝାଉଥିଲେ ମଧ୍ୟ ସେ ଏଥିପ୍ରତି କର୍ଣ୍ଣପାତ କରୁ ନ ଥିଲେ। ଏଥିପାଇଁ ସବୁଦିନ ଘରେ ଉଭୟଙ୍କ ମଧ୍ୟରେ ଝଗଡା ହୁଏ। ଏପରି କି ସଞ୍ଜୟ ଅଧିକାଂଶ ସମୟରେ ସୀତାଙ୍କୁ ମାଡ଼ ମାରିଥାନ୍ତି। ସାଲଗି ଏହି ସବୁ ଘଟଣା ଦେଖି ମଧ୍ୟ ଚୁପ ରହୁଥିଲେ। ରବିବାର ସକାଳେ ସଞ୍ଜୟ ସୀତାଙ୍କୁ ମଦ ପିଇବା ପାଇଁ ଟଙ୍କା ମାଗିଥିଲେ। ମାତ୍ର ସୀତା ଟଙ୍କା ଦେବା ପାଇଁ ମନା କରିଦେଇଥିଲେ। ପାଖରେ ଥାଇ ଶାଶୁ ସାଲଗି ସବୁ ଦେଖୁଥିଲେ। ଟଙ୍କା ନ ଦେବାରୁ ସୀତାଙ୍କୁ ସଞ୍ଜୟ ପିଟିବାକୁ ଲାଗିଲେ। ପରେ ସାଲଗିଙ୍କୁ ମଧ୍ୟ ଟଙ୍କା ମାଗିଥିଲେ। ହେଲେ ଟଙ୍କା ନ ଦେବାରୁ ସଞ୍ଜୟ ଏକ କାଠଫାଳିଆରେ ସାଲଗିଙ୍କ ମୁଣ୍ଡକୁ ପିଟି ଦେଇଥିଲେ। ସେ ଅଚେତ ହୋଇ ତଳେ ପଡିଯିବାରୁ ସଞ୍ଜୟ ତାଙ୍କ ମୁଣ୍ଡକୁ ବାରମ୍ବାର ପିଟିଥିଲେ। ଫଳରେ ମୁଣ୍ଡରୁ ପ୍ରଚୁର ରକ୍ତସ୍ରାବ ହେବାରୁ ଘଟଣାସ୍ଥଳରେ ସାଲଗିଙ୍କ ମୃତ୍ୟୁ ଘଟିଥିଲା। ଏହା ଦେଖି ସୀତା କାନ୍ଦିକାନ୍ଦି ଚିତ୍କାର କରିବାରୁ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚିଥିଲେ। ଏହି ସମୟ ମଧ୍ୟରେ ସଞ୍ଜୟ ସେଠାରୁ ଖସି ପଳାଇଥିଲେ। ଖବରପାଇ ଜିଆରପି ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା। ଏ ସମ୍ପର୍କରେ ସୀତା ଅଭିଯୋଗ କରିବା ପରେ ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ଏହି ଘଟଣାରେ ପୋଲିସ ସଞ୍ଜୟଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜପଥର ବାଇକ୍‌ ଦୁର୍ଘଟଣା, ଚାଳକ ଗୁରୁତର

ହାଟଡିହୀ,୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଆନନ୍ଦପୁର-ଭଦ୍ରକ ୫୩ ନମ୍ବର ରାଜ୍ୟ ରାଜପଥର ହାଟଡିହୀ ପୋଷ୍ଟ ଅଫିସ ନିକଟରେ ଏକ ବାଇକ୍‌ ଦୁର୍ଘଟଣା ଘଟି...

ଜଳସ୍ତର କମି ୧୫ ଫୁଟ୍‌ ଜାଗାରେ ୬୫ ଫୁଟ୍‌ ହେଲାଣି

ପଟ୍ଟାମୁଣ୍ଡାଇ, ୭ା୫ (କଳ୍ପତରୁ ନାୟକ):ଅସହ୍ୟ ତାତି ସାଙ୍ଗକୁ ପାଣି ସମସ୍ୟା ଲୋକଙ୍କ ଚିନ୍ତା ବଢ଼ାଇଛି। ସ୍ଥିତି ଏମିତି ଯେ ସବୁଠି ପାଣି ପାଇଁ ହାହାକାର ସ୍ଥିତି...

୬ ବନ୍ୟା ଆଶ୍ରୟସ୍ଥଳ ଅଧାପନ୍ତରିଆ

ଯାଜପୁର,୭ା୫(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲା ଦେଇ ପ୍ରବାହିତ ନଦୀଗୁଡ଼ିକର ତଟବର୍ତ୍ତୀ ଅଞ୍ଚଳବାସୀଙ୍କ ସୁରକ୍ଷା ପାଇଁ ବହୁମୁଖୀ ବନ୍ୟା ଆଶ୍ରୟସ୍ଥଳ ନିର୍ମାଣ ସମ୍ପୂର୍ଣ୍ଣ ହୋଇପାରିନାହିଁ। ଆଗକୁ କିଛି ସପ୍ତାହ...

ଦାଦନ ଖଟୁଛନ୍ତି ନଗଡ଼ା ଶିଶୁ

ଯାଜପୁର/କାଳିଆପାଣି (ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୭ା୫:ଯାଜପୁର ଜିଲା ସୁକିନ୍ଦା ବ୍ଲକ ଚିଙ୍ଗୁଡିପାଳ ପଞ୍ଚାୟତ ନଗଡ଼ା ଗ୍ରାମରେ ୨୦୧୬ରେ ଅପପୃଷ୍ଟିରୁ ଶିଶୁ ମୃତ୍ୟୁ ଘଟଣା ଅନ୍ତର୍ଜାତୀୟ ଖବର ପାଲଟିଥିଲା।...

ସରକାରୀ ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ

କେନ୍ଦ୍ରାପଡ଼ା, ୭ା୫ (ଜଗନ୍ନାଥ ଧଳ):ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ...

କାଲିର ବିରୋଧୀ ଆଜି ଭାଇ-ଭାଇ

ରାଜନଗର,୭ା୫(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବିଧାନସଭା ନିର୍ବାଚନମଣ୍ଡଳୀରେ ନେତାଙ୍କ ଦଳ ବଦଳ ରାଜନୈତିକ ଦୃଶ୍ୟପଟରେ ପରିବର୍ତ୍ତନ ଆଣିଛି। ଏଠାରେ ବିଧାୟକ ଧ୍ରୁବ ସାହୁଙ୍କୁ ବିଜେଡି...

୪ ଆସନରେ ନାମାଙ୍କନ ଭରି ଚର୍ଚ୍ଚାରେ ଜ୍ଞାନେନ୍ଦ୍ର

ସମ୍ବଲପୁର,୭।୫(ଭବାନୀ ଶଙ୍କର ଭୋଇ):ଚଳିତ ସାଧାରଣ ନିର୍ବାଚନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ପ୍ରାର୍ଥୀମାନେ ଚର୍ଚ୍ଚାର ପରିସରକୁ ଆସୁଛନ୍ତି । ଏମିତି ଜଣେ ସ୍ବାଧୀନ ପ୍ରାର୍ଥୀ ହେଲେ ଜ୍ଞାନେନ୍ଦ୍ର...

ଘରକୁ ଫେରିଲେ ବନ୍ଧାପଡ଼ିଥିବା ୨୨ ଶ୍ରମିକ

ଭବାନୀପାଟଣା,୬।୫(ଉତ୍ତମ କୁମାର ଦାଶ): ହାଇଦ୍ରାବାଦକୁ କାମ କରିବାକୁ ଯାଇ ବନ୍ଧାପଡିଥିବା କଳାହାଣ୍ଡି ଜିଲା ଜୁନାଗଡ଼ ସହରର ୨୨ ଶ୍ରମିକ ସୋମବାର ଘରକୁ ଫେରିଛନ୍ତି। କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri