ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୨-ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ବାଲେଶ୍ୱର ଜିଲା ଅତିରିକ୍ତ ଦୌରାଜଜ୍‌ କମ୍‌ ପୋକ୍ସୋ ଅଦାଲତର ବିଚାରପତି ଗିରିଜା ପ୍ରସାଦ ମହାପାତ୍ର ସୋମବାର ଅଭିଯୁକ୍ତଙ୍କୁ ୨୦ବର୍ଷ ଜେଲଦଣ୍ଡ ସହ ୩୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଆଉ ୧୩ ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ କୁହାଯାଇଛି।
୨୦୧୭ ଅଗଷ୍ଟ ୧୫ରେ ନାବାଳିକା ଜଣକ ନିଜ ଘରେ ମା’ବାପାଙ୍କ ପାଖରେ ଶୋଇଥିବା ବେଳେ ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ରଘୁପୁର ଗ୍ରାମର ଅଗଷ୍ଟ ସିଂ ତାଙ୍କୁ ଡାକି ନେଇଥିଲେ। ସେ ତାଙ୍କ ଘରକୁ ବୁଲିଯିବା ପାଇଁ କହି କୌଶଳକ୍ରମେ ଅପହରଣ କରି ମାର୍କୋଣା ଷ୍ଟେଶନରୁ ଟ୍ରେନ୍‌ ଯୋଗେ ନେଇ ରୂପ୍‌ସା ଷ୍ଟେଶନରେ ଓହ୍ଲାଇଥିଲେ। ସେଠାରୁ ଏକ ବାଇକ୍‌ ଯୋଗେ ରଘୁପୁରସ୍ଥିତ ଘରକୁ ନେଇ ବଳାତ୍କାର କରିଥିଲେ। ଅଗଷ୍ଟ ସେଠାରେ ନାବାଳିକାଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇ ଆସୁଥିଲେ। ଘଟଣା ସମ୍ପର୍କରେ ନାବାଳିକାଙ୍କ ବାପା ସିମୁଳିଆ ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଥାନାରେ ମାମଲା (ନଂ. ୨୧୯/୧୭) ରୁଜୁ କରାଯାଇଥିଲା। ଅପହରଣର ୪ ଦିନ ପରେ ଅଗଷ୍ଟ ନାବାଳିକାଙ୍କ ସହିତ ପଞ୍ଚୁଲିଙ୍ଗେଶ୍ୱର ଶୈବପୀଠକୁ ବୁଲିବାକୁ ଯାଉଥିବା ବେଳେ ବାଲେଶ୍ୱର ପୋଲିସ ଲାଇନ୍‌ ଛକ ନିକଟରେ ପୋଲିସ ହାତରେ ଧରାପଡ଼ିଥିଲେ। ସେଠାରୁ ନାବାଳିକାଙ୍କୁ ଉଦ୍ଧାର କରାଯାଇ ଅଗଷ୍ଟଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିଲା। ୧୩ଜଣ ସାକ୍ଷୀ ଓ ୧୮ ଦସ୍ତାବିଜ୍‌କୁ ଆଧାର କରି ଜଜ୍‌ ଏହି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ଆଇନଜୀବୀ ପ୍ରଣବ କୁମାର ପଣ୍ଡା ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନପତ୍ର ଦାଖଲ କଲେ ଭର୍ତ୍ତୃହରି

କଟକ,୩ା୫: କଟକ ଭାଜପାର ଲୋକ ସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ ଶୁକ୍ରବାର ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ହଜାର ହଜାର ସମର୍ଥକଙ୍କ ସହ ଏକ ବିରାଟ...

ସୋହେଲାରୁ ମିଳିଲା ପୁଳାପୁଳା ଟଙ୍କା: ଚାଲିଛି ତନାଘନା, ଜଣେ ଅଟକ

ସୋହେଲା,୩ା୫(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଲୁହୁରାଚଟି ଛକରେ ଯାଞ୍ଚବେଳେ ପୋଲିସ ଏକ ଟାଟା ସୁମୋ ଗାଡ଼ି(ନମ୍ବର- ସିଜି୦୪ଏଚପି ୭୯୫୯)ରୁ ସାଢ଼େ ୭ଲକ୍ଷ ଟଙ୍କା...

ପ୍ରାର୍ଥୀ ବଦଳ ପରମ୍ପରା ବଜାୟ ରହିଲା

ଯାଜପୁର/ରସୁଲପୁର(ହର୍ଷବର୍ଦ୍ଧନ ବେହେରା/ରଞ୍ଜିତ ରାଉତ),୩ା୫:ଯାଜପୁର ଜିଲା କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ ଭାଜପା ପ୍ରାର୍ଥୀ ବଦଳ ପରମ୍ପରାକୁ ବଜାୟ ରଖିଛନ୍ତି। ଏହାବାଦ ଗୁରୁବାର ଏହି ଆସନ...

ମତଦାନ ପୂର୍ବରୁ ବଢୁଛି ନାମାଙ୍କନ ତାତି

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୨୦ତାରିଖ ମତଦାନ ଗ୍ରହଣ ହେବ। ବର୍ତ୍ତମାନ ନିର୍ବାଚନ ମଇଦାନକୁ ଓହ୍ଲାଉଥିବା ପ୍ରାର୍ଥିଙ୍କ ନାମାଙ୍କନ ଦାଖଲ...

୩ ସୂଚନା ଅଧିକାରୀଙ୍କ ଆଗୁଆ ଜାମିନ ଖାରଜ

କଟକ,୩ା୫ (କାର୍ତ୍ତିକ ସାହୁ): ସୂଚନା ଅଧିକାରର ମିଥ୍ୟା ତଥ୍ୟ ପ୍ରଘଟ କରିବା ମହଙ୍ଗା ପଡ଼ିଲା। ୩ ସୂଚନା ଅଧିକାର କର୍ମୀଙ୍କ ଆଗୁଆ ଜାମିନ ଆବେଦନକୁ ହାଇକୋର୍ଟ...

ଓଭରହେଡ୍‌ କେବୁଲ ତାର ମୁକ୍ତ ଅଭିଯାନ ବାଟବଣା

ରାଉରକେଲା,୩ା୫(ବିପ୍ଲବ ରଞ୍ଜନ ଦାଶ): ସ୍ମାର୍ଟ ସିଟି ରାଉରକେଲା ଓଭରହେଡ୍‌ କେବୁଳ ମୁକ୍ତ ସହର ହେବ ବୋଲି ନିଷ୍ପତ୍ତି ନିଆଗଲା। ମାତ୍ରା ତାହା ଆଜି ପର୍ଯ୍ୟନ୍ତ କାର୍ଯ୍ୟକାରୀ...

ଜରାଜୀର୍ଣ୍ଣ ଅବସ୍ଥାରେ ପାନ୍ଥଶାଳା

ଧାମନଗର,୩।୫(ସନ୍ତୋଷ କୁମାର ମହାପାତ୍ର): ଧାମନଗର ଏନ୍‌ଏସି ଅଧୀନ ଜୟନଗର ଛକଠାରେ ପର୍ଯ୍ୟଟନ ବିଭାଗ ପକ୍ଷରୁ ନିର୍ମାଣ ହୋଇଥିବା ପାନ୍ଥଶାଳା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। କୌଣସି ପର୍ଯ୍ୟଟକଙ୍କ...

ମାଡ଼ି ଚାଲିଛି ଶିମିଳିପାଳ ନିଆଁ

ବାରିପଦା,୩ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ପାରଦ ସୀମା ଲଂଘୁଥିବା ବେଳେ ଅଣାୟତ୍ତ ହୋଇପଡ଼ିଛି ଶିମିଳିପାଳ ନିଆଁ। ପ୍ରତିଦିନ ଶିମିଳିପାଳ ଅଭୟାରଣ୍ୟର ଉତ୍ତର ଓ ଦକ୍ଷିଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri