ଗୁଣପୁର,୧୮ । ୨(ଡି.ଏନ୍.ଏ.) କେନ୍ଦ୍ର ଓ ରାଜ୍ୟ ମଧ୍ୟରେ ଛନ୍ଦି ହୋଇ ଅନିଶ୍ଚିତତା ଆଡ଼କୁ ଚାଲିଯାଉଛି ଗୁଣପୁର-ଥେରୁବାଲି ରେଳପଥ। କେନ୍ଦ୍ର ସରକାର ଏହି ପ୍ରକଳ୍ପ ଲାଭଦାୟକ ନ ଥିବା ଓ ଏଥିପାଇଁ ରାଜ୍ୟ ସରକାର ମାଗଣା ଜମି ସହ ପ୍ରକଳ୍ପର ଅଧା ଖର୍ଚ୍ଚ ବହନ କରିବାକୁ କହିଥିଲେ। ଏହାର ୬ ମାସ ବିତିଯାଇଥିଲେ ମଧ୍ୟ ଏଯାବତ୍ ରାଜ୍ୟ ସରକାର ପ୍ରକଳ୍ପ ଦିଗରେ ନିଜ ଆଭିମୁଖ୍ୟ ସ୍ପଷ୍ଟ କରିନାହାନ୍ତି। ଫଳରେ ଏହି ପ୍ରକଳ୍ପ ଅନିଶ୍ଚିତତା ଭିତରକୁ ଠେଲି ହୋଇଯିବା ସହ ଗୁଣୁପର ବାସିନ୍ଦା ଏନେଇ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କୋରାପୁଟ ଏମ୍ପି ସପ୍ତଗିରି ଉଲ୍ଲାକା ଏହି ଦାବି ଜଣାଇବା ପାଇଁ ସୋମବାର ବିଶାଖାପାଟଣାରେ ରେଳବିଭାଗ ଡିଆରଏମ୍ଙ୍କୁ ଭେଟିଛନ୍ତି। ଡିଆରଏମ୍ ରେଳବିଭାଗର କଥା ଦୋହରାଇଥିବା ବେଳେ ଏନେଇ ରାଜ୍ୟ ସରକାରଙ୍କ ସହ ଅଧିକ ବିଚାରବିମର୍ଶ କରିବା ପାଇଁ ଏମ୍ପିଙ୍କୁ ପ୍ରସ୍ତାବ ଦେଇଛନ୍ତି।
ଉଲ୍ଳେଖଯୋଗ୍ୟ, ଗତ ୧୧ ତାରିଖ ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ଏକ କମିଟି ରେଳମନ୍ତ୍ରୀଙ୍କୁ ଭେଟିଥିଲେ ମଧ୍ୟ ସେଥିରେ ଗୁଣପୁର-ଥେରୁବାଲି ରେଳପଥ ସମ୍ପର୍କରେ କିଛି ଉଲ୍ଲେଖ ନ ଥିଲା। ଏହି ପ୍ରକଳ୍ପକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଗୁଣପୁର ଅଞ୍ଚଳରୁ ଏକ ପ୍ରତିନିଧି ଦଳ ଭୁବନେଶ୍ୱର ଯାଇ ମୁଖ୍ୟମନ୍ତ୍ରୀଙ୍କ ସମେତ ୫-ଟି ସଚିବ, ଉନ୍ନୟନ କମିଶନରଙ୍କୁ ଭେଟି ଦାବି ଜଣାଇବାକୁ ପ୍ରସ୍ତୁତି ଚଳାଇଛନ୍ତି। ୨୦୦୬ରେ ଏହି ରେଳପଥ ପାଇଁ ପ୍ରଥମେ ସର୍ଭେ ହୋଇଥିବା ବେଳେ ବ୍ୟୟ ଅଟକଳ ୨୩୨.୩୭ କୋଟି ଟଙ୍କା ରଖାଯାଇଥିଲା। ୨୦୧୭-୧୮ ବଜେଟରେ ଗୁଣପୁର-ଥେରୁବାଲି ରେଳପଥ ସ୍ଥାନ ପାଇବା ସହ ୭୯.୧୫ କିମି ରାସ୍ତା ପାଇଁ ୯୩୫.୭୨ କୋଟି ଟଙ୍କାର ବ୍ୟୟବରାଦ ରଖାଯାଇଥିଲା। ୨୦୧୯ ବେଳକୁ ଏହାର ବ୍ୟୟ ଅଟକଳ ବୃଦ୍ଧି ପାଇ ୧୨୩୭.୭୪ କୋଟିରେ ପହଞ୍ଚତ୍ଥିଲା। ପ୍ରଥମ ପର୍ଯ୍ୟାୟରେ ୧କୋଟି, ଗତ ବର୍ଷ ୧୦ ଲକ୍ଷ ଓ ଚଳିତ ବର୍ଷ ବଜେଟରେ ମାତ୍ର ୧ ଲକ୍ଷ ଟଙ୍କା ଏହି ରେଳପଥ ପାଇଁ ଦିଆଯିବା ସାଧାରଣରେ ଅସନ୍ତୋଷକୁ ଘନୀଭୂତ କରିଛି।
ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ
ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...
ଆର୍ଟିଓ ଅଫିସ ନିକଟରେ ବ୍ରେକ୍ ଫେଲ୍ ହେଲା ମିନି ଟ୍ରକ୍, ୨ କାର୍ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍ ନଷ୍ଟ
କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍ ବ୍ରେକ୍ ଫେଲ ହୋଇ ଘଟିଛି ସିରିଜ୍ ଦୁର୍ଘଟଣା। ୨ କାର୍ ସହ ୧୦...
୨୮ ତମ ପରବ ମୁଖ୍ୟ ସମାରୋହ ଉଦଘାଟିତ, ମନ ମୋହିଲା…
କୋରାପୁଟ,୧୮/୧୨(ଅମିତାଭ ବେହେରା ): ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ-୨୦୨୫ର ମୁଖ୍ୟ ସମାରୋହ ସ୍ଥାୟୀ ପରବ ପଡ଼ିଆରେ ଗୁରୁବାର ସନ୍ଧ୍ୟାରେ ଉଦଘାଟିତ ହୋଇଛି । ନଗର ଉନ୍ନୟନ...
ଆଦିବାସୀ ମହୋତ୍ସବ ‘ପରବ’ ଉଦ୍ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ
କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...
କୋର୍ଟରେ ମାମଲା ଡାଏରୀ ଦାଖଲ ପାଇଁ ଲାଞ୍ଚ ନେଉଥିଲେ ଆଇଆଇସି, ଗିରଫ କଲା ଭିଜିଲାନ୍ସ
ଜୟପୁର,୧୮ା୧୨(ପବନ ପାଣିଗ୍ରାହୀ ): କୋରାପୁଟ ଦଶମନ୍ତପୁର ଆଇଆଇସି ସୁକମା ହାଁସଦାଙ୍କୁ ଜୟପୁର ଭିଜିଲାନ୍ସ ଗିରଫ କରିଛି। ଯେତେବେଳେ ସେ ଅଭିଯୁକ୍ତଙ୍କ ସମ୍ପର୍କୀୟଙ୍କଠାରୁ ୨୦ ହଜାର ଟଙ୍କା...
ଥାନାରେ ପଶିଲା ଭିଜିଲାନ୍ସ, ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ…
କୋରାପୁଟ,୧୮ା୧୨(ଅମିତାଭ ବେହେରା): ଭିଜିଲାନ୍ସ ହାତରେ ଦଶମନ୍ତପୁର ଥାନାଧିକାରୀ କୌଣସି ମାମଲାରେ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଜୟପୁର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି। ମିଳିଥିବା...
ସାଇନ୍ବୋର୍ଡ ପଡ଼ି ଛାତ୍ର ମୃତ୍ୟୁ ଘଟଣାରେ ଉତ୍ତେଜନା
କୋଟପାଡ଼,୧୭ା୧୨(କେ.ରାଜଶେଖର ରାଓ): କୋରାପୁଟ ଜିଲା କୋଟପାଡ଼ ଧାମନାହାଣ୍ଡି ପଞ୍ଚୟତର ୬୩ ନଂ ଜାତୀୟ ରାଜପଥ ୬୩ ପାର୍ଶ୍ୱ ଗାନ୍ଧୀନଗରର ଆବାସିକ ବିଦ୍ୟାଳୟ ପରିସରରେ ପୁରାତନ ୩...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
Archives


