ହାଇୱାକୁ ଧକ୍କା ଦେଲା ବାଇକ: ୨ ମୃତ, ଜଣେ ଗୁରୁତର

ଗୋପାଳପୁର/କନିଷି,୧୮।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ୧୬ ନଂ. ଜାତୀୟ ରାଜପଥ ଗୋଳନ୍ଥରା ଚଟି ଛକରେ ସୋମବାର ମଧ୍ୟରାତ୍ରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ହୋଇଥିବା ଜଣାପଡ଼ିଛି। ମୃତକମାନେ ହେଲେ ଗୋଳନ୍ଥରା ଥାନା ଅଧୀନ ନିମକୁଡିଆ ଗ୍ରାମର କାଳିଆ ପ୍ରଧାନ (୨୮), ବିହାର ରାଜ୍ୟର ସମସ୍ତିପୁର ଜିଲା ବାଦଘାଟ ଅଞ୍ଚଳର ଗଣେଶ ଚୌଧୁରୀ (୨୯) ଏବଂ ଗୁରୁତର ହେଲେ ଭାଲିଆଗଡ ଗ୍ରାମର ଏ.କ୍ରିଷ୍ଣା ଦୋରା।
ପୋଲିସ ସୂଚନାନୁଯାୟୀ, ସୋମବାର ରାତିରେ କାଳିଆ, ଗଣେଶ ଓ କ୍ରିଷ୍ଣା ତିନି ଜଣ ବ୍ରହ୍ମପୁରରୁ କାମ ସାରି ଏକ ବାଇକ୍‌ରେ ସୋରଳ ଜଙ୍କଶନ୍‌କୁ ଫେରୁଥିଲେ। ଏହି ସମୟରେ ଗୋଳନ୍ଥରା ଚଟି ଛକ ନିକଟରେ ଛିଡାହୋଇଥିବା ଏକ ଚିପ୍ସ ବୋଝେଇ ହାଇୱାକୁ ପଛପଟୁ ବାଇକଟି ଭାରସାମ୍ୟ ହରାଇ ଧକ୍କା ଦେଇଥିଲା। ଖବରପାଇ ଗୋଳନ୍ଥରା ଥାନାଧିକାରୀ ବାବୁଲି ନାୟକ ଓ ଅନ୍ୟ ପୋଲିସ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚତ୍ ଗ୍ରାମବାସୀଙ୍କ ସହଯୋଗରେ କାଳିଆ, ଗଣେଶ ଓ କ୍ରିଷ୍ଣାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର କାଳିଆ ଓ ଗଣେଶଙ୍କୁ ମୃତ ଘୋଷଣା କରିଥିବା ବେଳେ କ୍ରିଷ୍ଣାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡିଛି। ଏ ନେଇ ଥାନାରେ କେସ ନଂ ୪୮/୨୦ରେ ଏକ ମାମଲା ରୁଜୁ କରି ପୋଲିସ ଘଟଣାର ତଦନ୍ତ ଚଳାଇଥିବା ବେଳେ ହାଇୱା ଓ ବାଇକକୁ ଜବତ କରିଥିବା ଥାନାଧିକାରୀ ନାୟକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri