ପରୀକ୍ଷା ଫି’ ବୃଦ୍ଧିକୁ ନେଇ ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି: ମୁଖ୍ୟ ଫାଟକରେ ତାଲା ପକାଇ ଧାରଣା

ବୈସିଙ୍ଗା, ୧୮।୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବୈସିଙ୍ଗା ମହାତ୍ମା ଗାନ୍ଧୀ ମହାବିଦ୍ୟାଳୟରେ ଯୁକ୍ତ ୩ କଳା ଓ ବିଜ୍ଞାନ ପାଠ୍ୟକ୍ରମ ଶେଷ ବର୍ଷ ବା ଷଷ୍ଠ ସେମିଷ୍ଟର ପରୀକ୍ଷା ନିମନ୍ତେ ୨୧ ତାରିଖ ଫର୍ମପୂରଣର ଶେଷଦିନ ରହିଛି। ହେଲେ ପରୀକ୍ଷା ଫି’ ଅଧିକ ବୃଦ୍ଧି କରାଯାଇଥିବା ଛାତ୍ରୀଛାତ୍ରମାନେ ଅଭିଯୋଗ କରିଛନ୍ତି। ଏପରି କି ସେମାନେ ଫର୍ମ ପୂରଣ ବର୍ଜନ କରିବା ସଙ୍ଗେସଙ୍ଗେ ମୁଖ୍ୟ ଫାଟକ ସମ୍ମୁଖରେ ଧାରଣା ଦେଇଥିବା ଜଣାପଡ଼ିଛି।

ସୂଚନାନୁଯାୟୀ, ଛାତ୍ରନେତାଙ୍କର ଏକ ଦଳ ଅସନ୍ତୋଷ ନେଇ ଉତ୍ତର ଓଡ଼ିଶା ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ସହ ଆଲୋଚନା କରିଥିଲେ। ପରେ ଦୁଇଶହ ଟଙ୍କା ରିହାତି ଦେବା ନିମନ୍ତେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସ୍ଥିର କରିଥିଲେ। ମାତ୍ର ଏହା ଛାତ୍ର ଅଶାନ୍ତି ରୋକିବା ଦିଗରେ ସହାୟକ ହୋଇନାହିଁ। ସମସ୍ତ ଛାତ୍ରୀଛାତ୍ର ମୁଖ୍ୟଫାଟକରେ ତାଲା ପକାଇ ଧାରଣା ଜାରି ରଖିଛନ୍ତି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଧାରଣା ଦିଆଯିବ ବୋଲି ରାଜେଶ ବେହେରା, ଭବାନୀ ଶଙ୍କର ଦତ୍ତ, ପଦ୍ମଲୋଚନ ଜେନା, କମଳ ଲୋଚନ ନାୟକ ପ୍ରମୁଖ ଛାତ୍ର ଜଣାଇଛନ୍ତି।

ତେବେ ଏ ସମ୍ପର୍କରେ ମହାବିଦ୍ୟାଳୟ ପରୀକ୍ଷା ବିଭାଗ ମୁଖ୍ୟ ବଳଭଦ୍ର ନାଏକ ଓ ଅଧ୍ୟକ୍ଷ ଦାୟିତ୍ୱରେ ଥିବା ଅଧ୍ୟାପକ ଗୌରାଙ୍ଗ ଚରଣ ପାତ୍ର ପ୍ରତିକ୍ରୟାରେ କହିଛନ୍ତି, ପୂର୍ବରୁ ଫର୍ମ ପୂରଣ ପାଇଁ ୯୬୦ ଟଙ୍କା ନିଆ ଯାଉଥିଲା। ମାତ୍ର ଚଳିତ ବର୍ଷ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଚଳିତ ୧୪ ତାରିଖରେ ଚିଠି ନଂ. ୪୫୯ ମାଧ୍ୟମରେ ବର୍ଦ୍ଧିତ ଫି’ ବାବଦରେ ଜଣାଇଛନ୍ତି। ତେଣୁ କଲେଜ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ କୌଣସି ପଦକ୍ଷେପ ନେବା ସମ୍ଭବ ନୁହେଁ ବୋଲି କହିଛନ୍ତି


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ବଢୁଛି ନିର୍ବାଚନୀ ହାୱା

ବ୍ରହ୍ମପୁର,୧ା୫(ଅଶୋକ କୁମାର ସାହୁ): ଗଞ୍ଜାମ ଜିଲାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ମେ ୧୩ ତାରିଖରେ ହେବ। ଏଥିପାଇଁ ଗାଁଠୁ ସହର ପର୍ଯ୍ୟନ୍ତ ସବୁଠି ବାତାବରଣ ଉଷ୍ମ...

ସାନମାଛ କାନ୍ଦଣା ଡ୍ୟାମ୍‌ରେ ଜଳାଭାବ

କେନ୍ଦୁଝର,୧ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଟପିଯାଇଥିବା ବେଳେ ବିଭିନ୍ନ ଜଳଭଣ୍ଡାର, ନଦୀନାଳର ଜଳସ୍ତର ହ୍ରାସ ପାଇଛି। ବର୍ଷା ହେଉ ନ...

ପ୍ରାର୍ଥିପତ୍ର ଦାଖଲ କଲେ ପଦ୍ମଶ୍ରୀ ଦିଲୀପ ତିର୍କୀ,ଯୋଗେଶ ସିଂହ

ସୁନ୍ଦରଗଡ଼,୧ା୫(ଜୟ ନାରାୟଣ ମେଣ୍ଡୁଳି) ସାଧାରଣ ନିର୍ବାଚନ ୨୦୨୪ ନିମନ୍ତେ ସୁନ୍ଦରଗଡ ଜିଲାରେ ନାମାଙ୍କନ ଦାଖଲର ୩ୟ ଦିନରେ ବିଧାନ ସଭା ଆସନ ପାଇଁ ୪ ଜଣ...

ନିର୍ବାଚନ ବେଳେ ରାଜ ପରିବାରର ସାନ ବୋହୂଙ୍କ ଭିଡିଓ ଭାଇରାଲ

ବଲାଙ୍ଗୀର,୧ା୫(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ରାଜ ପରିବାରର ସାନ ବୋହୂ ଅଦ୍ରିଜା ମଞ୍ଜରୀ ସିଂଙ୍କ ଏକ ଭିଡିଓ ବାର୍ତ୍ତା ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଏଥିରେ ସେ...

ଶଙ୍ଖ ଛାଡ଼ିଲେ ପୂର୍ବତନ ବିଧାୟକ

ଛେଣ୍ଡିପଦା,୧ା୫(ଅଜିତ ଧଳ):ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଖଗେଶ୍ୱର ବେହେରା ବିଜେଡିରୁ ଇସ୍ତଫା ଦେଇଛନ୍ତି। ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ସେ...

ଥମୁନି ଶିମିଳିପାଳ ବାନଗ୍ନି

ବାରିପଦା,୧ା୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସବୁଜ ବନାନୀରେ ଭରପୁର ଶିମିଳିପାଳ ଅଭୟାରଣ୍ୟରେ ବାନଗ୍ନି ଅଣାୟତ୍ତ ହୋଇପଡିଛି । ପ୍ରତିଦିନ ନିଆଁ ଲାଗୁଥିବା ବେଳେ ବନ ବିଭାଗ ରୋକିବାକୁ...

ପାଣ୍ଡିଆନଙ୍କୁ କଡ଼ା ସମାଲୋଚନା କଲେ ପ୍ରଦୀପ, କହିଲେ…

ଭୁବନେଶ୍ୱର,୧।୫: ମୁଖ୍ୟମନ୍ତ୍ରୀ ଓ କାର୍ତ୍ତିକ ପାଣ୍ଡିଆନଙ୍କୁ ସମାଲୋଚନା କରିଛନ୍ତି ଭାଜପା ନେତା ତଥା ବ୍ରହ୍ମପୁରରୁ ଲୋକ ସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ । ଯଦି ତାଙ୍କ...

ରିପିଟ୍‌ ହେବେ ନା ପରିବର୍ତ୍ତନ ଆସିବ

ଭବାନୀପାଟଣା,୧ା୫(ଉତ୍ତମ କୁମାର ଦାଶ):ପ୍ରାର୍ଥୀ ଘୋଷଣା ପରେ ଉଷ୍ମ ହେଲାଣି କଳାହାଣ୍ଡି ରାଜନୀତି। ଭୋଟରଙ୍କୁ ନିଜ ଆଡ଼କୁ ଆକୃଷ୍ଟ କରିବା ପାଇଁ କସରତ ଆରମ୍ଭ କରିଦେଲେଣି ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri