ବୁଧବାରଠୁ ମାଟ୍ରିକ ପରୀକ୍ଷା: କପି ରୋକିବାକୁ ୧୦୦୦ କେନ୍ଦ୍ରରେ ସିସିଟିଭି କ୍ୟାମେରା, ୪ସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା

କଟକ ଅଫିସ,୧୮ା୨- ବୁଧବାରଠାରୁ ଆରମ୍ଭ ହେବ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଓ ମଧ୍ୟମା ପରୀକ୍ଷା ଗୋଟିଏ ଦିନରୁ ହିଁ ଆରମ୍ଭ ହେବ। ଚଳିତବର୍ଷ ମୋଟ୍‌ ୨୮୮୮ ପରୀକ୍ଷା କେନ୍ଦ୍ରରେ ୫ ଲକ୍ଷ ୬୦ହଜାର ୯୦୫ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେବେ। ଏ ନେଇ ବୋର୍ଡ କର୍ତ୍ତୃପକ୍ଷ ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି ବୋଲି ସଭାପତି ରାମାଶିଷ ହାଜରା ସୂଚନା ଦେଇଛନ୍ତି।

ମାଟ୍ରିକ ପରୀକ୍ଷା ମାର୍ଚ୍ଚ ୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫେବୃୟାରୀ ୨୯ ଓ ମଧ୍ୟମା ପରୀକ୍ଷା ଫେବୃୟାରୀ ୨୮ରେ ଶେଷ ହେବ। ଦୁଇଟି ସିଟିଂରେ ପରୀକ୍ଷାଗୁଡ଼ିକ କରାଯିବ। ପରୀକ୍ଷା ଖାତା ଗଚ୍ଛିତ ରଖିବା ପାଇଁ ୩୦୭ ନୋଡାଲ କେନ୍ଦ୍ର ସ୍ଥିର କରାଯାଇଛି। ସେଥିମଧ୍ୟରୁ ସମ୍ବେଦନଶୀଳ ସ୍ଥାନ ଭାବେ ଗଣା ହେଉଥିବା ପରୀକ୍ଷାକେନ୍ଦ୍ରର ପରୀକ୍ଷା ଖାତା ଥାନାରେ ରଖାଯିବ। କୋରାପୁଟ ଜିଲାର ୫, କନ୍ଧମାଳ ଜିଲାର ୭ ଓ ମାଲକାନଗିରି ଜିଲାର ୧୦ଟି ଥାନାକୁ ନୋଡାଲ କେନ୍ଦ୍ର କରାଯାଇଛି। ପରୀକ୍ଷା ପରିଚାଳନା ନିମନ୍ତେ ବୋର୍ଡ କର୍ତ୍ତୃପକ୍ଷ ୪ ସ୍ତରୀୟ ସ୍କ୍ବାଡ୍‌ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ବୋର୍ଡ ପକ୍ଷରୁ ୬୯ଟି ସ୍ବତନ୍ତ୍ର ଫ୍ଲାଇଂ ସ୍କ୍ବାଡ୍‌ ଓ ଜିଲା ଶିକ୍ଷାଧିକାରୀମାନଙ୍କୁ ନେଇ ୪୪ଟି ସ୍କ୍ବାଡ୍‌ ଗଠନ ହୋଇଛି। ଫ୍ଲାଇଂ ସ୍କ୍ବାଡ୍‌ରେ ଅଧ୍ୟାପକମାନଙ୍କୁ ସାମିଲ କରାଯାଇଛି। ଅନ୍ୟପକ୍ଷରେ କପି ରୋକିବା ପାଇଁ ଚଳିତବର୍ଷ ୧୦୦୦ କେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯାଇଛି। ଗତବର୍ଷ ୪୦୪ଟି ପରୀକ୍ଷାକେନ୍ଦ୍ରରେ ସିସିଟିଭି କ୍ୟାମେରା ଲଗାଯାଇଥିଲେ ସୁଦ୍ଧା ପ୍ରଶ୍ନପତ୍ର ଭାଇରାଲକୁ ରୋକାଯାଇ ପାରି ନ ଥିଲା। ଚଳିତବର୍ଷ ପରୀକ୍ଷା ପରିଚାଳନାରେ ସ୍ବଚ୍ଛତା ଆଣିବା ପାଇଁ ଏଭଳି ପଦକ୍ଷେପ ବୋର୍ଡ କର୍ତ୍ତୃପକ୍ଷ ନେଇଛନ୍ତି। ପରୀକ୍ଷାକୁ ନେଇ କୌଣସି ଅଭିଭାବକ ଅଭିଯୋଗ କରିବାକୁ ଚାହିଁଲେ ବୋର୍ଡ ପକ୍ଷରୁ ୧୨ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲାଯାଇଛି। ଅନୁଗୋଳ ସ୍ପେଶାଲ ହୋମ୍‌ରେ ୪ଜଣ ଓ ଚୌଦ୍ୱାର ସର୍କଲ ଜେଲ୍‌ରେ ୨ଜଣ ଅନ୍ତେବାସୀ ପରୀକ୍ଷା ଦେବେ। ଏମାନଙ୍କ ନିମନ୍ତେ ସମ୍ପୃକ୍ତ ଜେଲ୍‌ରେ ଉପକେନ୍ଦ୍ର କରାଯାଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ଚଳିତବର୍ଷଠାରୁ ଓଏମ୍‌ଆର୍‌ ସିଟ୍‌ ବ୍ୟବସ୍ଥାକୁ ବନ୍ଦ କରାଯାଇଛି। ଓଏମ୍‌ଆର୍‌ ସିଟ୍‌ରେ ଅବ୍‌ଜେକ୍‌ଟିଭ୍‌ ପରୀକ୍ଷା କରାଯିବନାହିଁ। ୫୦ ମାର୍କ ଅବ୍‌ଜେକ୍‌ଟିଭ୍‌ ପ୍ରଶ୍ନର ଉତ୍ତର ପରୀକ୍ଷାର୍ଥୀ ଲିଖିତ ଭାବେ ଦେବେ ବୋଲି ବୋର୍ଡ ସଭାପତି ହାଜରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ସଙ୍କଟ: ୧୮୭ ହୋମଗାର୍ଡ ପଦବୀ ପାଇଁ ୮,୦୦୦ ଆଶାୟୀ; ସମ୍ବଲପୁର ଏୟାରଷ୍ଟ୍ରିପ୍ ପାଲଟିଲା ପରୀକ୍ଷା କେନ୍ଦ୍ର

ସମ୍ବଲପୁର,୧୭ା୧୨: ଓଡ଼ିଶାରେ ବ୍ୟାପକ ଚାକିରି ସଙ୍କଟର ଏକ ସ୍ପଷ୍ଟ ଚିତ୍ର ବୁଧବାର ସକାଳେ ସମ୍ବଲପୁରର ଜମାଦରପାଲି ଏୟାରଷ୍ଟ୍ରିପରେ ଦେଖିବାକୁ ମିଳିଛି। ମାତ୍ର ୧୮୭ଟି ହୋମଗାର୍ଡ ପଦବୀ...

ଲାଞ୍ଜିଗଡ଼ ବ୍ଲକ ଗସ୍ତରେ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦ୍ଦେଶକ

ଲାଞ୍ଜିଗଡ଼, ୧୭ା୧୨ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଦିନିକିଆ ଗସ୍ତରେ ଆସି ବୁଧବାର ବିଭିନ୍ନ ଅଞ୍ଚଳ ପରିଦର୍ଶନ କରିଛନ୍ତି ଜାତୀୟ ସ୍ବାସ୍ଥ୍ୟ...

ରାୟଗଡ଼ା ରାଜନୀତି ସରଗରମ: କଂଗ୍ରେସ-ଭାଜପା ମଧ୍ୟରେ ବିବାଦ,ବିରୋଧ କଲେ…

ରାୟଗଡ଼ା,୧୭।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରର ଗଜପତି ଛକ ନିକଟରେ ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ରାମଚନ୍ଦ୍ର ଉଲାକାଙ୍କ ପ୍ରତିମୂର୍ତ୍ତି ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ମଙ୍ଗଳବାର...

ଦିଗପହଣ୍ଡି ବସଷ୍ଟାଣ୍ଡକୁ ଯାଉନି ଯାତ୍ରୀବାହୀ ବସ, ଜରିମାନା ପାଇଁ ନୋଟିସ  

ଦିଗପହଣ୍ଡି,୧୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିସ୍ଥିତ ନୂଆ ବସଷ୍ଟାଣ୍ଡକୁ ଯାତ୍ରୀବାହୀ ବସଗୁଡ଼ିକ ପ୍ରବେଶ କରୁନାହିଁ। ଏନେଇ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନଙ୍କ ତାଗିଦ ପରେ ମଧ୍ୟ ବସ ଚାଳକମାନେ...

‘ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲରେ ମେଡିକାଲ କଲେଜ ପ୍ରତିଷ୍ଠା ହେଉ’

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...

କିସ୍‌ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍‌ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ…

ଭୁବନେଶ୍ୱର,୧୭ା୧୨:  କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍‌ ଛାତ୍ରଙ୍କୁ ହତ୍ୟା  କରାଯାଇଥିବା ନେଇ ପୋଲିସ...

୪୮ ଘଣ୍ଟା ପୂରିଲାନି: ଧରାପଡିଲେ ୨ଅଭିଯୁକ୍ତ, ଉଦ୍ଧାର ହେଲା ସାମଗ୍ରୀ

ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସଦର ଥାନା ଅନ୍ତର୍ଗତ ଗାଇସୀମାସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରୁ ଗତ ୧୬ତାରିଖ ବିଳମ୍ବିତ ରାତିରେ ହୋଇଥିବା ଚୋରି ଘଟଣାର ପର୍ଦ୍ଧାଫାସ ହୋଇଛି।...

ଶିଆଳ କାମୁଡାରେ ଏକାଧିକ ଗୁରୁତର, ମେଡିକାଲରେ ଭର୍ତ୍ତି

ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri