Posted inରାଜ୍ୟ

ଗୋଦରବିଲିଠାରେ ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; କଙ୍କଡ଼ାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ମୃତ, ସ୍ତ୍ରୀ ଗୁରୁତର

କାମାକ୍ଷାନଗର,୬।୬(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ପଣ୍ଡୁଆ ଫାଣ୍ଡିଠାରୁ ୫୦୦ ମିଟର ଦୂର ଗୋଦରବିଲିଠାରେ ଗୁରୁବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଙ୍କଡାହାଡ଼ ବ୍ଲକ କନିଷ୍ଠ ଯନ୍ତ୍ରୀ ଏସ୍‌. ନବୀନ କୁମାର(୫୦)ଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ସ୍ତ୍ରୀ ଏସ୍‌. ପ୍ରଶାନ୍ତି(୪୨) ଗୁରୁତର ଆହତ ହୋଇଛନ୍ତି। ପ୍ରଶାନ୍ତି ବାପ ଘର ପାରଳାଖେମୁଣ୍ଡିରୁ ଟ୍ରେନ୍‌ ଯୋଗେ ସ୍ବାମୀଙ୍କ ପାଖକୁ ଆସୁଥିବାରୁ ନବୀନ ତାଙ୍କୁ ଏକ ଭଡ଼ା କାର (ଓଆର୍‌-୦୨-ବିୟୁ-୮୦୪୮)ରେ ଆଣିବା ଲାଗି ଯାଇଥିଲେ। ଉଭୟ ଢେଙ୍କାନାଳ ଷ୍ଟେଶନରୁ କାମାକ୍ଷାନଗର ଅଭିମୁଖେ ଆସୁଥିବା ସମୟରେ ସେମାନଙ୍କ ଗାଡ଼ିଟି ରାସ୍ତା କଡ଼ରେ ଛିଡ଼ା ହୋଇଥିବା ଏକ ଟ୍ରକକୁ ମୁହାଁମୁହିଁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ଯନ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରଶାନ୍ତି ଗୁରୁତର ଆହତ ହୋଇଥିଲେ। ତାଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରଶାନ୍ତି ବିପଦମୁକ୍ତ ଅଛନ୍ତି।

ଦୁର୍ଘଟଣା ପରେ କାର୍‌ ଓ ଟ୍ରକ୍‌ ଡ୍ରାଇଭର ଫେରାର ହୋଇ ଯାଇଥିବାବେଳେ ଖବର ପାଇ ତୁମୁସିଙ୍ଗା ଥାନା ଅଧିକାରୀ ବିଷ୍ଣୁ ଚରଣ ବାରିକ ଘଟଣା ସ୍ଥଳରେ ପହଞ୍ଚତ୍ ଦୁର୍ଘଟଣାଗ୍ରସ୍ତ କାର୍‌କୁ ଜବତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ କାମାକ୍ଷାନଗର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି। ଏ ନେଇ ତୁମୁସିଙ୍ଗା ଥାନାରେ ଏକ ମାମଲା (୫୬/୧୯) ଏବଂ ଦଫା ୨୭୯, ୩୩୭, ୩୩୮, ୩୦୪(ଏ)ରେ କେସ୍‌ ରୁଜୁ କରାଯାଇଛି।

ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବା ପରେ ସମଗ୍ର କଙ୍କଡ଼ାହାଡ଼ ବ୍ଲକରେ ଶୋକର ଛାୟା ଖେଳିଯାଇଛି। ଖବର ପାଇ କାମାକ୍ଷାନଗର ଉପଜିଲାପାଳ ଇଂ. ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, କଙ୍କଡାହାଡ ବିଡିଓ ଦେବଦତ୍ତ ମହନ୍ତ, କଙ୍କଡାହାଡ଼ ବ୍ଲକ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସାହୁଙ୍କ ସମେତ ବ୍ଲକର ସମସ୍ତ କର୍ମଚାରୀ ପହଞ୍ଚି ତାଙ୍କର ଶେଷଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri