ପ୍ରଶାସନ ମିଳିତ ଟିମ୍‌ର ଚଢ଼ାଉ, କାଗଜପତ୍ର ଜବତ

ବ୍ରହ୍ମପୁର ଅଫିସ, ୨୦ା୨ – ବ୍ରହ୍ମପୁର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଗୁରୁଦେବ ହସ୍‌ପିଟାଲରେ ସୋମବାର ରାତିରେ ଚିକିତ୍ସା ଅବହେଳାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିଲା। ସେ ହେଲେ ଐଶ୍ୱର୍ଯ୍ୟା ସିଂଦେଓ। ଯାହାକୁ ନେଇ ହସ୍‌ପିଟାଲରେ ରୋଗୀ ସମ୍ପର୍କୀୟ ଓ ଡ଼ାକ୍ତରଙ୍କ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା। ଏପରିକି ମହିଳାଙ୍କ ଅସ୍ତ୍ରୋପଚାର କରିଥିବା ଡ଼ା. ପ୍ରଭାତ ପାଣିଗ୍ରାହୀଙ୍କୁ ପୋଲିସ ଅଟକ ରଖି ପଚରାଉଚରା କରିଥିଲା। ଏହି ଘଟଣା ପରେ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ପ୍ରଶାସନର ମିଳିତ ଟିମ୍‌ ବୁଧବାର ରାତିରେ ଉକ୍ତ ହସ୍‌ପିଟାଲରେ ଚଢ଼ାଉ କରିଥିଲା। ମାଜିଷ୍ଟ୍ରେଟ୍‌ ଦାୟିତ୍ୱରେ ଥିବା ସହକାରୀ ଜିଲାପାଳ ବିନୋଦ କୁମାର ବେହେରାଙ୍କ ନେତୃତ୍ୱରେ ୭ ଜଣିଆ ଟିମ୍‌ ଚଢ଼ାଉ କରିଥିଲା। ଗୁରୁଦେବ ହସ୍‌ପିଟାଲ କ୍ଲିିନିକାଲ ଏଷ୍ଟାବ୍ଲି୍ଳିସ୍‌ମେଣ୍ଟ ସମ୍ପର୍କିତ ସମସ୍ତ କାଗଜପତ୍ର ଯାଞ୍ଚ ହୋଇଥିଲା ବୋଲି ସହକାରୀ ଜିଲାପାଳ କହିଛନ୍ତି। ହସ୍‌ପିଟାଲ ଅଗ୍ନି ନିରାପତ୍ତା ବ୍ୟବସ୍ଥା ମଧ୍ୟ ଯାଞ୍ଚ କରାଯାଇଥିଲା। ଏହି ହସ୍‌ପିଟାଲରେ କେତେ ଜଣ ଡ଼ାକ୍ତର ଅଛନ୍ତି, ନର୍ସ ଓ କର୍ମଚାରୀ କାମ କରୁଛନ୍ତି ତା’ର ତାଲିକା ରହିଛି କି ନାହିଁ ସେ ନେଇ ମଧ୍ୟ ହସ୍‌ପିଟାଲ ମାଲିକ କଳ୍ପନା ବରାଳଙ୍କୁ ଟିମ୍‌ ପଚରାଉଚରା କରିଥିଲା। ସେ ସମ୍ପର୍କିତ ସମସ୍ତ କାଗଜପତ୍ର ମଗାଯାଇଥିଲା ବୋଲି ସେ କହିଛନ୍ତି। ସେହିପରି ହସ୍‌ପିଟାଲ ଚଳାଇବା ପାଇଁ ଯେଉଁ ସବୁ ନିୟମ୍‌ କାନୁନ୍‌ , କର୍ମଚାରୀଙ୍କ ପାଇଁ ବାୟୋମେଟ୍ରିକ୍ସ ବ୍ୟବସ୍ଥା ଅଛି କି ନାହିଁ ସେ ନେଇ ମଧ୍ୟ ଯାଞ୍ଚ କରାଯାଇଥିଲା। ହସ୍‌ପିଟାଲ ପରିଚାଳନା ପାଇଁ ଯେଉଁ ଆବଶ୍ୟକ କାଗଜପତ୍ର ରହିଛି ତା’ର ଜେରକ୍ସ କପି ଏହି ଟିମ୍‌ ହସପିଟାଲ ମାଲିକଙ୍କଠାରୁ ସଂଗ୍ରହ କରିଛି। ଏ ସମ୍ପର୍କିତ ଏକ ରିପୋର୍ଟ ପ୍ରସ୍ତୁତ କରାଯାଇ ବ୍ରହ୍ମପୁର ଉପଜିଲାପାଳ ସିନ୍ଧେ ଦତ୍ତାତ୍ରୟ ଭାଉସାହେବଙ୍କୁ ପ୍ରଦାନ କରାଯିବ ବୋଲି ସେ କହିଛନ୍ତି। ପରେ ତାହା ଜିଲାପାଳଙ୍କ ନିକଟକୁ ପଠାଯିବ। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ରାଜେନ୍ଦ୍ର କୁମାର ସାହୁ, ସହକାରୀ ଅଗ୍ନିଶମ ଅଧିକାରୀ ସନାତନ ମହାପାତ୍ର, ଡ଼ିଏମ୍‌ଆରସିଏଚ ଶକ୍ତି କୁମାର ଦିଗାଲ, ଡ୍ରଗ୍ସ ଇନ୍ସପେକ୍ଟର ଦେବାଶିଷ କାଲୋ, ବ୍ରହ୍ମପୁର ଏସ୍‌ଡ଼ିପିଓ ବିଷ୍ଣୁପ୍ରସାଦ ପତି ଓ ବୈଦ୍ୟନାଥପୁର ଥାନା ଅଧିକାରୀ ଶାରଦା ପ୍ରସନ୍ନ ଦାଶ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

ମଦ୍ୟପଙ୍କୁ ତାରାତାରିଣୀ ମନ୍ଦିର ମନା: ଏଣିକି ମୋବାଇଲ ସହ ଫଟୋ ଉଠାକୁ ବାରଣ; ପ୍ରଶାସନିକ ବୈଠକରେ… 

ପୁରୁଷୋତ୍ତମପୁର,୨୩।୧୨ (ସବିତା ମିଶ୍ର): ବର୍ତ୍ତମାନ ପର୍ଯ୍ୟଟନର ଋତୁ ଚାଲିଥିବାବେଳେ ଆଉ କିଛି ଦିନ ପରେ ଆସୁଛି ନୂଆବର୍ଷ। ଏହି ଅବସରରେ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ...

ଦିଗପହଣ୍ଡିରେ ଖୋଲିଲା ଧାନମଣ୍ଡି: ଜିଲାପାଳ କଲେ ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ ମଙ୍ଗଳବାର ଦିଗପହଣ୍ଡି ବ୍ଳକ ଫାସିଗୁଡା ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ପହଞ୍ଚି...

କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ପ୍ରସ୍ତୁତି: ବିଧାୟକ କହିଲେ….

ଭଞ୍ଜନଗର,୨୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାସଭା ଅନୁଷ୍ଟିତ...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଗାଁକୁ ଫେରୁଥିଲେ ଦୁଇ ସାଙ୍ଗ: କଲେଜ ଛକରେ ହେଲା ବଡ଼ Accident, ଛିଟିକି ପଡିଲେ…

ଗଞ୍ଜାମ,୨୩।୧୨: ଗଞ୍ଜାମ ଜିଲା ଛତ୍ରପୁର କଲେଜ ଛକ ନିକଟ ଜାତୀୟ ରାଜପଥରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ...

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri