ନାବାଳିକାଙ୍କ ସମେତ ୨୦ ଶିଶୁ ଶ୍ରମିକ ଉଦ୍ଧାର

ବ୍ରହ୍ମପୁର ଅଫିସ,୨୧ା୨-ବ୍ରହ୍ମପୁର ପୋଲିସ ଜିଲାରେ ବଚପନ ବଚାଓ ଆନ୍ଦୋଳନ ଆରମ୍ଭ ହୋଇଛି। ଏଥିରେ ଜିଲା ଶ୍ରମ ଅଧିକାରୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ, ଶିଶୁ ମଙ୍ଗଳ କମିଟି ସଦସ୍ୟ, ଥାନାରେ ଥିବା ଜୁଭେନାଇଲ ପୋଲିସ ଅଧିକାରୀ ଓ ଚାଇଲ୍ଡ ଲାଇନ କର୍ମକର୍ତ୍ତାଙ୍କୁ ନେଇ ଗଠିତ ୫ ଜଣିଆ ସ୍କ୍ବାଡ୍‌ ଗଠିତ ହୋଇଛି। ଏହି ସ୍ବତନ୍ତ୍ର ଡ୍ରାଇଭ ମଙ୍ଗଳବାରରୁ ବ୍ରହ୍ମପୁର ପୋଲିସ ଜିଲାରେ ଆରମ୍ଭ ହୋଇଛି। ତୃତୀୟ ଦିନରେ ଏହି ସ୍କ୍ବାଡ୍‌ ଉଭୟ ଟାଉନ ଥାନା ଓ ବଡବଜାର ଥାନା ଅନ୍ତର୍ଗତ ଗିରିଜା ଛକ, ଗୌତମ ସିନେମା ହଲ ରୋଡ, ଅନ୍ନପୂର୍ଣ୍ଣା ମାର୍କେଟ, ଅମିତ ହସ୍‌ପିଟାଲ ରୋଡ, ଏସ୍‌ଏନ୍‌ଟି ରୋଡ, ଫାଷ୍ଟ ଗେଟ, ଆସ୍କା ରୋଡ, କେଏମ୍‌ଆର ପ୍ଲାଜା, ବଡ ବଜାର, ସାନ ବଜାର ନିକଟରେ ଥିବା ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ ଓ ଔଷଧ ଦୋକାନରେ ଚଢାଉ କରିଥିଲା। ସେଠାରେ ଅତି ବିପଜ୍ଜନକ ଓ ଅସ୍ବାସ୍ଥ୍ୟକର ପରିବେଶରେ କାମ କରୁଥିବା ୨୦ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି ବୋଲି ବ୍ରହ୍ମପୁର ଶ୍ରମ ଜିଲା ଅଧିକାରୀ ବାବୁ ଚରଣ ପାତ୍ର ସୂଚନା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ନାବାଳିକା ଥିବା ସେ କହିଛନ୍ତି। ସେମାନଙ୍କୁ ଏବେ କାଉନ୍‌ସେଲିଂ ପାଇଁ ଶିଶୁ ମଙ୍ଗଳ କମିଟି ନିକଟକୁ ପଠାଇ ଦିଆଯାଇଛି।
ମଙ୍ଗଳବାର ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ବିଭିନ୍ନ ସ୍ଥାନରୁ ୭ ଶିଶୁ ଶ୍ରମିକ ଉଦ୍ଧାର ହୋଇଥିବା ବେଳେ ବୁଧବାର ଗୋଷାଣୀନୂଆଗଁା ଅଞ୍ଚଳରୁ ୬ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କରାଯାଇଥିଲା। ଏହା ଆସନ୍ତା ୨୯ ତାରିଖ ଯାଏ ବ୍ରହ୍ମପୁର ପୋଲିସ ଜିଲାର ୧୦ ଥାନା ଅନ୍ତର୍ଗତ ବିଭିନ୍ନ ହୋଟେଲ, ରେଷ୍ଟୁରାଣ୍ଟ, ଫାଷ୍ଟଫୁଡ଼ ଦୋକାନରେ ଚଢାଉ ଜାରି ରଖିବେ ବୋଲି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଂସ ଅତ୍ୟାଚାରରେ ମୁନିଋଷି ଆତଙ୍କିତ: ମଥୁରାରେ ପ୍ରବେଶ କଲେ କୃଷ୍ଣ ବଳରାମ

ମଥୁରାନଗରୀ/ଗୋପପୁର,୨।୧(ପ୍ରେମାନନ୍ଦ ଖମାରୀ):ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଗୁରୁବାର ଥିଲା ନବମ ଦିବସ। ଗୋପପୁରରେ ବେନିଭାଇ ଶ୍ରୀକୃଷ୍ଣ, ବଳରାମଙ୍କୁ ମେଲାଣି ଦୃଶ୍ୟ ଗୋପବାସୀଙ୍କୁ ଯେଭଳି...

୫ରୁ ଉଠାଇବେନି ଧାନ, ଅଡୁଆରେ ଚାଷୀ: ସରକାରଙ୍କୁ ମିଲର୍ସଙ୍କ ଚେତାବନୀ

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ):ଆଉ ୨ଦିନ ପରେ ବରଗଡ଼ ଜିଲାରେ ଖରିଫ୍‌ ଧାନ ସଂଗ୍ରହ ପ୍ରକ୍ରିୟାକୁ ଦେଢ଼ମାସ ପୂରିବ। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସମସ୍ୟାର ସମାଧାନ...

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ଆରଡିସିଙ୍କ ଘୋଷଣା: ୫ତାରିଖ ବରଗଡ଼ ଉପଖଣ୍ଡରେ…

ମଥୁରାନଗରୀ,୧।୧(ପ୍ରେମାନନ୍ଦ ଖମାରୀ)- ବରଗଡ଼ରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଚାଲିଛି। ଏହି ମହୋତ୍ସବ ଆସନ୍ତା ୩ତାରିଖ ଶନିବାର କଂସବଧ ସହିତ ସରିବ। ତିଥି...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଓଡ଼ିଶା ପୋଲିସ ପ୍ରଗତି ଡ୍ୟାସବୋର୍ଡ ରାଙ୍କିଙ୍ଗ୍‌: ପୁରୁଷୋତ୍ତମପୁର ଏସ୍‌ଡିପିଓ, ଗଞ୍ଜାମ ଥାନା ପ୍ରଥମ

ଗଞ୍ଜାମ/ଛତ୍ରପୁର, ୧ା୧ (ଅନାଥ ତରାଇ/ଦିଲୀପ ସାମଲ)- ଓଡ଼ିଶା ପୋଲିସର କ୍ରାଇମ ଆଣ୍ଡ କ୍ରିମିନାଲ ଟ୍ରାକିଙ୍ଗ୍‌ ନେଟ୍‌ୱର୍କ ଆଣ୍ଡ ସିଷ୍ଟମ (ସିସିଟିଏନ୍‌ଏସ୍‌) ଅଧୀନରେ ପ୍ରଗତି ଡ୍ୟାସବୋର୍ଡର ର଼୍ୟାକିଙ୍ଗ୍‌...

ଅବ୍ୟବସ୍ଥା ଘେରରେ ମୋହନା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଡାକ୍ତରଙ୍କ ମରୁଡି, କାମରେ ଆସୁନି …

ମୋହନା,୧। ୧(ମନ୍ମଥ ମିଶ୍ର): କେନ୍ଦ୍ର ଓ ରାଜ୍ୟ ସରକାର ସ୍ୱାସ୍ଥ୍ୟ ସେବା ପାଇଁ କୋଟି କୋଟି ଟଙ୍କା ପାଣି ଭଳିଆ ଖର୍ଚ୍ଚ କରି ଚାଲିଛନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri