ମୁହଁ ଖୋଲିଲେ ଅନୁପଙ୍କ ପରିବାରବର୍ଗ, ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ସୁରକ୍ଷା ମାଗିଲେ

ଝାରସୁଗୁଡା ଅଫିସ, ୨୩ା୨: ଝାରସୁଗୁଡା ଜିଲା ବ୍ରଜରାଜନଗରର କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟାକାଣ୍ଡ ଘଟଣା ଦିନକୁ ଦିନ ଭିନ୍ନ ମୋଡ ନେଉଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ପୋଲିସ ଗିରଫ କରିବା ଦିନରୁ ଚୁପ୍‌ ରହିଥିବା ତାଙ୍କ ପରିବାରବର୍ଗ ଶେଷରେ ମୁହଁ ଖୋଲିଛନ୍ତି। ଶନିବାର ଅପରାହ୍ନରେ ଅନୁପଙ୍କ ସ୍ତ୍ରୀ ସୁଷମା, ପୁଅ ଶୁଭମ୍‌ ଓ ବଡ ଭାଇ ପ୍ରମୋଦଙ୍କ ସମେତ ପରିବାର ଅନ୍ୟମାନେ ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ସୁରକ୍ଷା ଦାବି କରି ବସି ରହିଛନ୍ତି। ଏମାନେ ଜିଲାପାଳଙ୍କ ଅଫିସ ଆଗରେ ବସିବା ଖବର ପାଇ ସେଠାରେ ଗଣମାଧ୍ୟମ ପ୍ରତିନିଧି ପହଞ୍ଚିଥିଲେ। ଅନୁପଙ୍କୁ ରାଜନୈତିକ ଷଡଯନ୍ତ୍ର କରି ଫସାଇ ଦିଆଯାଇଛି। ସେ ଅପରାଧୀ ପ୍ରବୃତ୍ତିର ବ୍ୟକ୍ତି ନୁହନ୍ତି। ତାଙ୍କୁ ପୋଲିସ ମିଛରେ ଗିରଫ କରିଛି। ଛତିଶଗଡ଼ ପୋଲିସ ପରିବାରର ସମସ୍ତଙ୍କୁ ଗିରଫ କରିବାକୁ ଧମକ ଦେଉଛି। ପୋଲିସ ନିକଟରେ କୌଣସି ତଥ୍ୟ ଓ ପ୍ରମାଣ ନ ଥିବା ସତ୍ତ୍ୱେ ତାଙ୍କୁ ଗିରଫ କରାଯାଇଛି। ମିଛକୁ ସତ ବୋଲି ସ୍ବୀକାର କରିବା ପାଇଁ ତାଙ୍କୁ ଶାରୀରିକ ଓ ମାନସିକ ନିର୍ଯାତନା ଦିଆଯାଉଛି। ପୂର୍ବରୁ ଅନୁପଙ୍କୁ ବାରମ୍ବାର ନୋଟିସ ଦେଇଥିବା ପୋଲିସ ମିଛ କହୁଛି। ଘରେ କେହ ବି ଏ ନେଇ ଜାଣି ନାହାନ୍ତି। ପୋଲିସ କେବେ କେବେ ନୋଟିସ ଦେଇଛି ତାହା ସ୍ପଷ୍ଟ କରୁ। ପରିବାର ସଦସ୍ୟଙ୍କୁ ମଧ୍ୟ ପୋଲିସ ମାନସିକ ନିର୍ଯାତନା ଦେଉଛି। ବାରମ୍ବାର ଥାନାକୁ ଡାକୁଛି। ଗିରଫର ଭୟ ଦେଖାଉଛି। ଏହି ନିର୍ଯାତନା ଅସହ୍ୟ ହୋଇ ଗଲାଣି। ଅନୁପଙ୍କ ଘରଲୋକେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଏହା କହିଛନ୍ତି। ତେବେ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଅନୁପଙ୍କ ମା’ଙ୍କ ସମେତ ସମସ୍ତ ପରିବାର ବର୍ଗ ଶୀତ ରାତିରେ ବସି ରହିଥିଲେ ବି ଜିଲା ପ୍ରଶାସନର କୌଣସି ଅଧିକାରୀ ପହଞ୍ଚତ୍ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri