ପ୍ରାକୃତିକ ବିପତ୍ତିକୁ ବଳିଯାଉଛି ସଡ଼କ ଦୁର୍ଘଟଣା: ୧୦ବର୍ଷରେ ଗଲାଣି ୪୩ ହଜାର ଜୀବନ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ଚାଲିଯାଉଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୧୧,୪୪୦ ଜଣଙ୍କ ଜୀବନ ଯାଇଛି। ଏଥିଯୋଗୁ କେବଳ ୨୦୧୯-୨୦ରେ ୧୫୫୦ ଜଣଙ୍କର ପ୍ରାଣହାନି ଘଟିଛିି। ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୧-୧୨ରେ ୫୦୧ ଜଣଙ୍କର ଜୀବନ ଯାଇଥିବା ବେଳେ ୨୦୧୨-୧୩ରେ ୪୪୪, ୨୦୧୩-୧୪ରେ ୫୩୮, ୨୦୧୪-୧୫ରେ ୪୮୨, ୨୦୧୫-୧୬ରେ ୧୩୩୬, ୨୦୧୬-୧୭ରେ ୧୭୧୦, ୨୦୧୭-୧୮ରେ ୨୩୨୫, ୨୦୧୮-୧୯ରେ ୨୫୫୦, ୨୦୧୯-୨୦ରେ ୧୫୫୦ ଜଣଙ୍କର ଦୈବୀ ବିପତ୍ତି ଯୋଗୁ ମୃତ୍ୟୁ ଘଟିଛି।

ମାତ୍ର ସବୁଠାରୁ ବଳିଯାଉଛି ସଡ଼କ ଦୁର୍ଘଟଣା। ଯାନବାହନ ବୃଦ୍ଧି ସାଙ୍ଗକୁ ବେପରୁଆ ଗାଡ଼ି ଚାଳନା ବହୁ ଧନଜୀବନକୁ ଅକାରଣରେ ଧ୍ୱଂସ ମୁହଁକୁ ଠେଲି ଦେଉଛି। ଉଜୁଡି ଯାଉଛି ଘର, ପରିବାର। କେବଳ ଯେ ଜୀବନ ଯାଉଛି ତାହା ନୁହେଁ,ଅନେକଙ୍କୁ ସାରାଜୀବନ ଅକର୍ମଣ୍ୟ ମଧ୍ୟ କରି ଦେଉଛି। ଓଡ଼ିଶାରେ ଦେଶର ସର୍ବାଧିକ ସଡ଼କ ଦୁର୍ଘଟଣା ହେଉଛି। ଏହାକୁ ନେଇ ସୁପ୍ରିମକୋର୍ଟ କମିଟି ମଧ୍ୟ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପ୍ରତିବର୍ଷ ୧୦ପ୍ରତିଶତ ଦୁର୍ଘଟଣା ହ୍ରାସ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ତେବେ ଏହି ନିର୍ଦ୍ଦେଶର ପ୍ରଭାବ ଦେଖିବାକୁ ମିଳୁ ନାହିଁ। ବର୍ଷକୁ ବର୍ଷ ଦୁର୍ଘଟଣା ହାର ବଢ଼ି ଚାଲିଥିବା ବେଳେ ସରକାର ଏବଂ ଜନସାଧାରଣଙ୍କ ପାଇଁ ଚିନ୍ତାଜନକ ହୋଇଛି। ରାଜ୍ୟ ବାଣିଜ୍ୟ ଓ ପରିବହନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ୨୦୧୦ରୁ ୨୦୧୯ ମଧ୍ୟରେ ରାଜ୍ୟରେ ୧ ଲକ୍ଷ ୧ ହଜାର ୩୦୫ ସଡ଼କ ଦୁର୍ଘଟଣାରେ ୪୩,୩୭୧ ଜଣ ଲୋକଙ୍କର ଜୀବନ ଯାଇଛି। ଏହି ସମୟରେ ୧ ଲକ୍ଷ ୧୨ ହଜାର ୫୩୮ ଜଣ ଆହତ ହୋଇଛନ୍ତି। ୨୦୧୦ରେ ସଡ଼କ ଦୁର୍ଘଟଣା ଯୋଗୁ ରାଜ୍ୟରେ ୩,୮୩୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦୧୧ରେ ୩୮୦୨, ୨୦୧୨ରେ ୩୭୦୧, ୨୦୧୩ରେ ୪୦୬୨, ୨୦୧୪ରେ ୩୭୬୫ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୨୦୧୫ରେ ୪୩୦୩ ଜଣଙ୍କର ରାସ୍ତା ଦୁର୍ଘଟଣା ଯୋଗୁ ମୃତ୍ୟୁ ହୋଇଥିବା ବେଳେ ୨୦୧୬ରେ ୪୪୬୩, ୨୦୧୭ରେ ୪୭୯୦, ୨୦୧୮ରେ ୫୩୧୫ ଏବଂ ୨୦୧୯ରେ ୫୩୩୩ ଜଣଙ୍କର ମୃତ୍ୟୁ ହୋଇଛି। ସଡକ ଦୁର୍ଘଟଣାକୁ ରୋକିବାକୁ ସଡକ ସୁରକ୍ଷା ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଇଛି। ଡ୍ରାଇଭିଂ ଲାଇସେନ୍ସ ଜବତ କରାଯିବା ସହ ଜରିମାନା କରାଯାଉଛି। ଜନ ସଚେତନତା ସୃଷ୍ଟି କରାଯିବା ସହ ବ୍ଲାକ ସ୍ପଟ ଠାବ କରାଯାଇ ପ୍ରତିକାର ବ୍ୟବସ୍ଥା କରାଯାଉଛି। ସୁପ୍ରିମକୋର୍ଟ କମିଟିଙ୍କ ନିର୍ଦ୍ଦେଶ ମୁତାବକ ପଦକ୍ଷେପ ନିଆଯାଉଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏତେ କୋଟି ଟଙ୍କାର ମାଲିକାଣୀ ସୋଫିଆ ଫିର୍ଦ୍ଦୋସ

ଭୁବନେଶ୍ୱର,୪।୫: କଟକ-ବାରବାଟୀ ଆସନ ପାଇଁ ନାମାଙ୍କନ ଦାଖଲ କରିଛନ୍ତି ସୋଫିଆ ଫିର୍ଦ୍ଦୋସ। ସେ କଟକ-ବାରବାଟୀର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ଅଟନ୍ତି। ତେବେ ସେ...

୩୭ ଏମ୍‌ପି ପ୍ରାର୍ଥୀରୁ ୧୭ କୋଟିପତି, କଳାହାଣ୍ଡି ଲୋକ ସଭା ପ୍ରାର୍ଥୀ ମାଳବିକା ସବୁଠୁ ଧନୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସୁଚରିତା ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ, କହିଲେ…

ଭୁବନେଶ୍ୱର,୪।୫: ପୁରୀ ଲୋକ ସଭା ପ୍ରାର୍ଥୀ ସୁଚରିତା ମହାନ୍ତି ଟିକେଟ୍‌ ଫେରାଇବା ନେଇ ଅଜୟ କୁମାରଙ୍କ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ପ୍ରାର୍ଥୀ ବଦଳାଇବା...

ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଆସିଲା ଏଡିଆର ରିପୋର୍ଟ: ଦଶମ ପାସ୍‌ କରି ନାହାନ୍ତି ୩ ପ୍ରାର୍ଥୀ

ଭୁବନେଶ୍ୱର,୪।୫: ପ୍ରଥମ ପର୍ଯ୍ୟାୟ ଭୋଟ ନେଇ ଏଡିଆର ଓ ଓଡ଼ିଶା ଇଲେକ୍ସନ ୱାଚର ରିପୋର୍ଟ ପ୍ରକାଶ ପାଇଛି। ୪ ସଂସଦୀୟ କ୍ଷେତ୍ରରେ ୩୭ ପ୍ରାର୍ଥୀ, ୭...

ସରପଞ୍ଚଙ୍କ ପରିବାରରେ ୩ ଶ୍ରମିକ

ନାଉଗାଁ,୪ା୫(ସୁଧା ବେହୁରା) ଶ୍ରମିକମାନଙ୍କୁ ଦାଦନ ଖଟିବାରେ ରୋକ ଲଗାଇବା ସହ ନିଜ ଅଞ୍ଚଳରେ କାର୍ଯ୍ୟ ଯୋଗାଇ ଦେବାର ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ତରଫରୁ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌...

କୋରାପୁଟରେ ନିର୍ବାଚନ ପ୍ରଚାର କଲେ ମୁଖ୍ୟମନ୍ତ୍ରୀ: ବିରୋଧୀଙ୍କୁ ଟାର୍ଗେଟ୍‌

କୋରାପୁଟ,୪।୫(ଅମିତାଭ ବେହେରା)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର କୋରାପୁଟରେ ପହଞ୍ଚି ନିର୍ବାଚନ ପ୍ରଚାର କରିଛନ୍ତି। କୋରାପୁଟ ଓଏମ୍‌ପି ପଡ଼ିଆରେ ଆୟୋଜିତ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ଓଡ଼ିଶାର...

ପୁଣି ଦଳ ଡେଇଁଲେ ଦେବାଶିଷ, ଭାଜପା ଛାଡ଼ି କଂଗ୍ରେସରେ ହେଲେ ସାମିଲ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା!, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୪।୫: ୨୪ ଘଣ୍ଟାରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା। ଉପକୂଳ ସମେତ କିଛି ସ୍ଥାନରେ କାଳବୈଶାଖୀ ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri