ଟ୍ରମ୍ପ୍‌ ଉଠାଇବେ ଧର୍ମୀୟ ସ୍ବାଧୀନତା ପ୍ରସଙ୍ଗ

ଓ୍ବାଶିଂଟନ,୨୩ା୨(ପି.ଟି.): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦୁଇଦିନିଆ ଭାରତ ଗସ୍ତରେ ସୋମବାର ଆସୁଛନ୍ତି। ଅହମଦାବାଦରେ ତାଙ୍କୁ ସ୍ବାଗତ ପାଇଁ ବ୍ୟାପକ ଆୟୋଜନ କରାଯାଇଛି। ମଙ୍ଗଳବାର ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ବେଳେ ଟ୍ରମ୍ପ୍‌ ଧର୍ମୀୟ ସ୍ବାଧୀନତା ପ୍ରସଙ୍ଗ ଉଠାଇବେ ବୋଲି ହ୍ବାଇଟ୍‌ ହାଉସ୍‌ ପକ୍ଷରୁ କୁହାଯାଇଛି। ଭାରତର ଗଣତାନ୍ତ୍ରିକ ପରମ୍ପରା ଓ ଅନୁଷ୍ଠାନ ପ୍ରତି ଆମେରିକାର ଯଥେଷ୍ଟ ସମ୍ମାନ ରହିଛି। ଭାରତ ଏହି ମୂଲ୍ୟବୋଧ ବଜାୟ ରଖୁ ବୋଲି ଆମେରିକା ଚାହେଁ। ଟ୍ରମ୍ପ୍‌ଙ୍କ ଗସ୍ତ ପୂର୍ବରୁ ଆମେରିକା ଅନ୍ତର୍ଜାତୀୟ ଧର୍ମୀୟ ସ୍ବାଧୀନତା କମିଶନ ଏକ ଫ୍ୟାକ୍ଟଶିଟ୍‌ (ତଥ୍ୟଫର୍ଦ୍ଦ) ପ୍ରକାଶ କରିଛି। ଭାରତ ସରକାର ଆଣିଥିବା ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ସେଠାରେ ଧର୍ମୀୟ ସ୍ବାଧୀନତା ଅବକ୍ଷୟର ସୂଚନା ବୋଲି ଏଥିରେ ଉଲ୍ଲେଖ ରହିଛି। ଟ୍ରମ୍ପ୍‌ ମୋଦୀଙ୍କ ସହ ସିଏଏ ଏବଂ ଜାତୀୟ ନାଗରିକ ପଞ୍ଜିକା (ଏନ୍‌ଆର୍‌ସି) ପ୍ରସଙ୍ଗରେ ଆଲୋଚନା କରିବେ କି ବୋଲି ପ୍ରଶ୍ନ ହେବାରୁ ହ୍ବାଇଟ୍‌ ହାଉସ୍‌ର ଜଣେ ଉଚ୍ଚ ପଦାଧିକାରୀ ଉପରୋକ୍ତ ମତ ଦେଇଛନ୍ତି। ପ୍ରକାଶ ଯେ, ୨୦୧୪ ଡିସେମ୍ବର ୩୧ ପୂର୍ବରୁ ଭାରତ ଆସିଥିବା ପଡୋଶୀ ପାକିସ୍ତାନ, ବାଂଲାଦେଶ ଓ ଆଫଗାନିସ୍ତାନର ଅଣମୁସଲମାନମାନଙ୍କୁ ଭାରତୀୟ ନାଗରିକତ୍ୱ ପ୍ରଦାନ ଲାଗି ସିଏଏରେ ବ୍ୟବସ୍ଥା ରହିଛି। ଧର୍ମ ଆଧାରରେ ନାଗରିକତ୍ୱ ପ୍ରଦାନକୁ ବିଭିନ୍ନ ମହଲରେ ବିରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନ ହେଲା ଅଲ ଜଜିରା, ନେତାନ୍ୟାହୁ କହିଲେ ଉସକାଇବା ଚ୍ୟାନେଲ

ଜେରୁଜେଲମ,୫।୫: ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ରବିବାର (୫ ମଇ ୨୦୨୪) ଇସ୍ରାଏଲର ଅଲ ଜଜିରା ଟେଲିଭିଜନ ଚ୍ୟାନେଲ ଉପରେ ପ୍ରତିବନ୍ଧକ ଘୋଷଣା କରିଛନ୍ତି। ସେ...

ମୋଷ୍ଟ ଓ୍ବାଣ୍ଟେଡ ତାଲିକାରେ ୟୁକ୍ରେନ ରାଷ୍ଟ୍ରପତି, ଆଉ କିଛି ଦେଶର ନେତାଙ୍କର ରହିଛି ନାଁ!

ମସ୍କୋ,୫।୫: ରୁଷିଆ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡେମିର ଜେଲେନସ୍କିଙ୍କ ବିରୋଧରେ ଅପରାଧିକ ମାମଲା ରୁଜୁ କରି ତାଙ୍କୁ ଓ୍ବାଣ୍ଟେଡ ତାଲିକାରେ ରଖିଛି। ଏ ବାବଦରେ ଆଉ କୌଣସି...

ବ୍ରାଜିଲରେ ଭୟଙ୍କର ବନ୍ୟା, ୫୬ ମୃତ

ବ୍ରାଜିଲ,୫।୫: ତାଣ୍ଡବ ରଚିଲା ପ୍ରକୃତି। ବ୍ରାଜିଲରେ ଦେଖାଯାଇଛି ଭୟଙ୍କର ବନ୍ୟା । ଦକ୍ଷିଣ ଆଫ୍ରିକାରେ ପ୍ରବଳ ବର୍ଷା କାରଣରୁ ଭୟଙ୍କର ବନ୍ୟା ସୃଷ୍ଟି ହୋଇଛି ।...

୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ...

ନର୍ସଙ୍କୁ ୭୮୦ ବର୍ଷର କାରାଦଣ୍ଡ! ୨୨ ମାମଲାରେ ଦୋଷୀ ସାବ୍ୟସ୍ତ

ଓ୍ବାଶିଂଟନ,୪।୫: ଆମେରିକା ପେନସିଲଭାନିଆର ୪୧ ବର୍ଷିୟ ନର୍ସ ହେଥର ପ୍ରେସଡିଙ୍କୁ ତିନିଟି ହତ୍ୟା ଏବଂ ୧୯ଟି ହତ୍ୟା ଉଦ୍ୟମ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ...

ରାହୁଲଙ୍କୁ ପ୍ରଶଂସା କଲେ ପାକିସ୍ତାନ ନେତା…

ନୂଆଦିଲ୍ଲୀ/ଇସଲାମାବାଦ,୪।୫: ପାକିସ୍ତାନୀ ନେତା ଚୌଧୁରୀ ଫୱାଦ ହୁସେନ ପୂର୍ବତନ କଂଗ୍ରେସ ସଭାପତି ତଥା ବରିଷ୍ଠ ନେତା ରାହୁଲ ଗାନ୍ଧୀଙ୍କୁ ପ୍ରଶଂସା କରିଛନ୍ତି। ଫୱାଦ ହୁସେନ ଏକ୍ସରେ...

ବ୍ରାଜିଲରେ ପ୍ରବଳ ବର୍ଷା: ୩୭ ମୃତ

ବ୍ରାସିଲିଆ,୪।୫: ବ୍ରାଜିଲର ଦକ୍ଷିଣ ପ୍ରାନ୍ତ ରିଓଗ୍ରାଣ୍ଡେ ଡୋ ସୁଲରେ ପ୍ରବଳ ବର୍ଷା ଯୋଗୁ ୩୭ ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏନେଇ ସ୍ଥାନୀୟ କର୍ତ୍ତୃପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri