Posted inଜାତୀୟ

ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ‘ନମସ୍ତେ ଟ୍ରମ୍ପ୍‌’: ହେବ କି ସଫଳ ‘ହାଓ୍ବଡ଼ି ମୋଦି’ ଭଳି !

ଅହମଦାବାଦ୍‌,୨୪।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସୋମବାର ଅହମଦାବାଦ୍‌ରେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଏହି କାର୍ଯ୍ୟକ୍ରମ ଆମେରିକା ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଅନୁଷ୍ଠିତ ହୋଇଛି। ଏଠି ହୁଏତ ପ୍ରଶ୍ନ ଉଠିପାରେ ଭାରତର ଅନ୍ୟ କୌଣସି ସ୍ଥାନରେ ଏହି କାର୍ଯ୍ୟକ୍ରମ ଅୟୋଜନ କରା ନ ଯାଇ ଅହମଦାବାଦ୍‌ରେ କାହିଁକି କରାଗଲା। ଗୁଜରାଟର ଅଧିକ ଲୋକ ପ୍ରବାସୀ ଭାରତୀୟ ଭାବେ ଆମେରିକାରେ ବାସ କରୁଛନ୍ତି। ଆମେରିକା ନିର୍ବାଚନରେ ସେମାନଙ୍କର ସକାରାତ୍ମକ ପ୍ରଭାବ ସୃଷ୍ଟି ଉଦ୍ଦେଶ୍ୟରେ ଟ୍ରମ୍ପ୍‌ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରବାସୀ ଭାରତୀୟଙ୍କ ସହାୟତା ଲୋଡ଼ିବା ପାଇଁ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। ଏହା ବେଶ୍‌ ସଫଳ ମଧ୍ୟ ରହିଥିଲା। ତେବେ ହାଓ୍ବଡ଼ି ମୋଦି କାର୍ଯ୍ୟକ୍ରମର ସଫଳତା ଭଳି ନମସ୍ତେ ଟ୍ରମ୍ପ୍‌ ଦ୍ୱାରା ପୁଣିଥରେ ଟ୍ରମ୍ପ୍‌ ରାଷ୍ଟ୍ରପତି ନିର୍ବାଚନରେ କ୍ଷମତା ଦଖଲ କରି ପାରିବେ ନା ନାହିଁ ସେ ନେଇ ଚର୍ଚ୍ଚା ଜାରି ରହିଛି। ଆମେରିକାରେ ଟ୍ରମ୍ପ୍‌ଙ୍କ ସ୍ଥିତି ଭଲ ନ ଥିବାବେଳେ ତାଙ୍କ ବିରୋଧରେ ମହାଭିଯୋଗ ମଧ୍ୟ ଅଣାଯାଇଛି। ସେ ନମସ୍ତେ ଟ୍ରମ୍ପ୍‌ କାର୍ଯ୍ୟକ୍ରମ ଦ୍ୱାରା କେତେ ଲାଭାନ୍ବିତ ହେବେ ସେନେଇ ନାନା କଳ୍ପନା ଜଳ୍ପନା ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

ଶୀତ ମହୋତ୍ସବକୁ ଆସିବା ପାଇଁ ନିମନ୍ତ୍ରଣ ଗ୍ରହଣ କଲେ ପ୍ରଭାତୀ

ଦାରିଙ୍ଗବାଡି, ୨୪/୧୨ (ଅରୁଣ ସାହୁ):  ଦାରିଙ୍ଗବାଡିରେ ଆସନ୍ତା ୮ ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି । ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ...

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ଅନୁ ଗର୍ଗ ହେଲେ ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟ ଶାସନ ସଚିବ, ନୂଆବର୍ଷରେ ନେବେ ଦାୟିତ୍ବ

ଭୁବନେଶ୍ବର,୨୪।୧୨: ଅନୁ ଗର୍ଗ ହେଲେ ନୂଆ ମୁଖ୍ୟ ଶାସନ ସଚିବ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri